Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓଡ଼ିଶାର ‘ବ୍ଲୁଇସ୍’ ଆପ୍ ପାଇଲା ଜାତୀୟ ପୁରସ୍କାର 
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓଡ଼ିଶାର ‘ବ୍ଲୁଇସ୍’ ଆପ୍ ପାଇଲା ଜାତୀୟ ପୁରସ୍କାର 

January 7, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର/ହାଇଦ୍ରାବାଦ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୨୦ ମସିହା ଜୁଲାଇ ମାସରେ ଉଦ୍ଘାଟିତ ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ଭୁବନେଶ୍ୱର ଉନ୍ନୟନ କର୍ତ୍ତୁପକ୍ଷ, ଭୁବନେଶ୍ୱର ପୌର ପରିଷଦ ଏବଂ ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓରସାକ୍)ଙ୍କ ଦ୍ୱାରା ମିଳିତ ଭାବେ କାର୍ଯ୍ୟାନ୍ୱୟ କରାଯାଉଥିବା ୫-ଟି ସନନ୍ଦ ଅନ୍ତର୍ଗତ ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍ ଇଣ୍ଟେଲିଜେନ୍ସ୍ ସିଷ୍ଟମ୍ (ବ୍ଲୁଇସ୍) ଜାତୀୟ ଇ-ଗଭର୍ନାନ୍ସ୍ ସ୍ୱର୍ଣ୍ଣ ପୁରସ୍କାର ପାଇଛି।

ଆଜି ହାଇଦ୍ରାବାଦଠାରେ ଅନୁଷ୍ଠିତ ୨୪ ତମ ଜାତୀୟ ଇ-ଗଭର୍ନାନ୍ସ୍ ସମ୍ମେଳନରେ କେନ୍ଦ୍ରୀୟ କାର୍ମିକ ଓ ପ୍ରଶିକ୍ଷଣ ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂ ଓଡ଼ିଶାକୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଓଡ଼ିଶାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା କୃଷି ଉତ୍ପାଦନ କମିଶନର ସଂଜୀବ ଚୋପ୍ରାଙ୍କ ସହିତ ଓରସାକ୍ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ ମଲ୍ଲିକ, ଓଡ଼ିଆ ଆଦର୍ଶ ବିଦ୍ୟାଳୟ ସଂଗଠନର ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୂରୀ ଓ ସାଧାରଣ ପ୍ରଶାସନ ବିଭାଗ ମାହାଲ ନିର୍ଦ୍ଦେଶକ ସୁଶାନ୍ତ କୁମାର ମହାନ୍ତି କେନ୍ଦ୍ରମନ୍ତ୍ରୀଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।

ରାଜଧାନୀ ଭୁବନେଶ୍ୱରରେ ସରକାରୀ ଜମିର ସଠିକ୍ ଚିହ୍ନଟ ଓ ସୁରକ୍ଷା ନିମନ୍ତେ ଏହି ପ୍ରକଳ୍ପରେ ସାଟେଲାଇଟ୍ ଚିତ୍ର, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ୍ ଓ ଅତ୍ୟାଧୂନିକ ଜ୍ଞାନକୌଶଳର ବ୍ୟବହାର କରାଯାଇଛି। ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ସରକାରଙ୍କଠାରୁ ମିଳିଥିବା ୮୯ଟି ଅଭିନବ ବୈଷୟିକ ପ୍ରକଳ୍ପ ମଧ୍ୟରେ ବ୍ଲୁଇସ୍ ଶ୍ରେଷ୍ଠ ବିବେଚିତ ହୋଇଥିଲା।

ଏତାଦୃଶ ସଫଳତା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସାଧାରଣ ପ୍ରଶାସନ ବିଭାଗ ଏବଂ ଓରସାକ୍ଙ୍କୁ ସାଧୁବାଦ ଜଣାଇବା ସହ ଉତ୍ତମ ପ୍ରଶାସନ ଓ ସେବା ଯୋଗାଣରେ ଅଧିକରୁ ଅଧିକ ଅଭିନବ ବୈଷୟିକ କୌଶଳ ପ୍ରୟୋଗ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବ୍ଲୁଇସ୍ ଆପ୍ ବ୍ୟବସ୍ଥାକୁ ରାଜ୍ୟର ଅନ୍ୟ ପୌରନଗର ନିଗମମାନଙ୍କରେ ପ୍ରୟୋଗ କରିବା ପାଇଁ ମଧ୍ୟ ଶ୍ରୀ ମହାପାତ୍ର ପରାମର୍ଶ ଦେଇଥିଲେ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚୋପ୍ରା କହିଥିଲେ ଯେ ବ୍ଲୁଇସ୍ ଆପ୍କୁ ଉଭୟ ନାଗରିକ ଓ ଅଧିକାରୀମାନେ ବ୍ୟବହାର କରିପାରିବେ। ବ୍ୟବହାର ମଧ୍ୟ ସହଜ ଓ ସରଳ। ବିଭିନ୍ନ ସ୍ଥାନରେ ଏହାକୁ ପ୍ରୟୋଗ କରିହେବ।

ଶ୍ରୀ ଚୋପ୍ରା ଆହୁରି ମଧ୍ୟ କହିଥିଲେ ଯେ ଏହି ଆପ୍ ବ୍ୟବହାର କରି ନାଗରିକମାନେ ସରକାରୀ ଜମିର ସନ୍ଦେହଜନକ ଜବର ଦଖଲ ଓ ଅପବ୍ୟବହାର ଆଦି ବିଷୟରେ କର୍ତ୍ତୁପକ୍ଷଙ୍କୁ ସୂଚନା ଦେଇପାରିବେ।

ଓରସାକ୍ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ମଲ୍ଲିକ୍ ବ୍ଲୁଇସ୍ ସଫଟ୍ ଓୟାରର ବିଭିନ୍ନ ବୈଷୟିକ ବିଶେଷତ୍ୱ ଓ ପ୍ରୟୋଜନୀୟତା ବିଷୟରେ ସୂଚନା ଦେଇଥିଲେ।
ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି, ଏହି ଆପ୍ ମାଧ୍ୟମରେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱର ଉନ୍ନୟନ କର୍ତ୍ତୁପକ୍ଷ ଅନ୍ତର୍ଗତ ୮୨୬ ଟି ଜବର ଦଖଲ ମାମଲା ଚିହ୍ନିତ ହୋଇଛି ଏବଂ ୪୮୪ ଟି ମାମଲାର ଫଇସଲା ହୋଇ ସରକାରୀ ଜମି ସୁରକ୍ଷିତ ରଖାଯାଇ ପାରିଛି।

ସାଧାରଣ ପ୍ରଶାସନ ବିଭାଗ ମାହାଲ ନିର୍ଦ୍ଦେଶକ ଶ୍ରୀ ମହାନ୍ତି ଜଣାଇଥିଲେ ଯେ ଝାଡ଼ଖଣ୍ଡ ଏବଂ ଆସାମ ରାଜ୍ୟର ପ୍ରଶାସନ ରାଞ୍ଚି ଓ ଗୌହ୍ୱାଟି ରେ ଏହିପରି ସଫଟ୍ଓୟାରର ପ୍ରୟୋଗ ନିମନ୍ତେ ଓଡ଼ିଶାର ସହଯୋଗ ଚାହିଁଛନ୍ତି।

ଓଡିଶା ଜାତୀୟ ପୁରସ୍କାର ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଶେଖ୍ ହସିନାଙ୍କ ସରକାରକୁ ଭାଙ୍ଗିବା ପଛରେ ଆମେରିକାର ହାତ?: ଲିକ୍ ହେଲା ରେକର୍ଡିଂ

January 26, 2026

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନିତ ଚାରି ଓଡିଆଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

January 25, 2026

ଅଭିଷେକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ: ନ୍ୟୁଜିଲ୍ୟାଣ୍ଡ ଠାରୁ ଭାରତର ବଡ଼ ବିଜୟ ହାସଲ

January 25, 2026

ସ୍କୁଲ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 25, 2026
Latest News

ବସ୍ ଚକା ତଳେ ପଡି ମହିଳାଙ୍କ ପ୍ରାଣହାନୀ

January 26, 2026

ନିଖୋଜ ଯୁବକଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

January 26, 2026

ଶେଖ୍ ହସିନାଙ୍କ ସରକାରକୁ ଭାଙ୍ଗିବା ପଛରେ ଆମେରିକାର ହାତ?: ଲିକ୍ ହେଲା ରେକର୍ଡିଂ

January 26, 2026

ମୁକ୍ତେଶ୍ୱର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା: ଓଡ଼ିଶୀ ନୃତ୍ୟର ଭରପୁର ଆନନ୍ଦ ନେଲେ ଦର୍ଶକ

January 26, 2026

ଚନ୍ଦ୍ରଭାଗାର ଦିବ୍ୟ ଜଳ ସିଞ୍ଚନ କରି ବୁଡ଼ରେ ସାମିଲ ହେଲେ ଉପ ମୁଖ୍ୟମନ୍ତ୍ରୀ

January 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.