Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସେବା ନିବୃତ୍ତ ହେଉଥିବା ଅଙ୍ଗନବାଡୀ କର୍ମୀ ଓ ସହାୟକମାନଙ୍କ ପାଇଁ ପ୍ରୋତ୍ସାହନ ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ସେବା ନିବୃତ୍ତ ହେଉଥିବା ଅଙ୍ଗନବାଡୀ କର୍ମୀ ଓ ସହାୟକମାନଙ୍କ ପାଇଁ ପ୍ରୋତ୍ସାହନ ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

January 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା ମହିଳା ମାନଙ୍କ ସଚେତନତା କ୍ଷେତ୍ରରେ ଅଙ୍ଗନବାଡୀ କର୍ମୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଅଙ୍ଗନବାଡୀ ସେବା ଯୋଜନାରେ ରାଜ୍ୟରେ ନିଯୁକ୍ତ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକାମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଛି। ସେମାନଙ୍କ କାର୍ଯ୍ୟର ଗୁରୁତ୍ବ ତଥା ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବା ନିବୃତ ଅଙ୍ଗନବାଡୀ କର୍ମୀ ମାନଙ୍କ ପ୍ରୋତ୍ସାହନ ରାଶିର ପରିମାଣ ବୃଦ୍ଧି କରିଛନ୍ତି।

୧. ଅଙ୍ଗନବାଡୀ କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ।

୨. ମିନି ଅଙ୍ଗନବାଡୀ କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

୩. ଅଙ୍ଗନବାଡୀ ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

ଏହି ନୂତନ ପ୍ରୋତ୍ସାହନ ରାଶି ପିଚ୍ଛିଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି। ଏହାଦ୍ବାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକା ଉପକୃତ ହେବେ। ଏହି ଘୋଷଣା ଦ୍ବାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନବାଡୀ କର୍ମୀ ଉପକୃତ ହେବେ।

ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ବାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି (Paid Medical Leave) ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶି
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ରନେତା ସେବା ମନୋଭାବ ରଖନ୍ତୁ: ମୁଖ୍ୟମନ୍ତ୍ରୀ

October 18, 2026

୨୨ରୁ ଲଘୁଚାପ ସମ୍ଭାବନା, ଫିକା ପଡ଼ିବନି ପାର୍ବଣ

October 18, 2026

ଭକ୍ତଙ୍କ ଉପରେ ମାଡ଼ିଗଲା ଟ୍ରକ୍, ୧୫ ମୃତ

October 18, 2026

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026
Latest News

ଛାତ୍ରନେତା ସେବା ମନୋଭାବ ରଖନ୍ତୁ: ମୁଖ୍ୟମନ୍ତ୍ରୀ

October 18, 2026

ନାକଟିଦେଉଳରେ ଗୁଳିବିଦ୍ଧ ଦନ୍ତାହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

October 18, 2026

ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରି ଏମିତି କାହିଁକି କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

October 18, 2026

ଗଞ୍ଜାମରେ ଚାଞ୍ଚଲ୍ୟ! ରାସ୍ତାକଡ଼ରୁ କନେଷ୍ଟବଳଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ମୃତ୍ୟୁକୁ ନେଇ ରହସ୍ୟ

October 18, 2026

୨୨ରୁ ଲଘୁଚାପ ସମ୍ଭାବନା, ଫିକା ପଡ଼ିବନି ପାର୍ବଣ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.