Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ନବୀନ, ଜାଣନ୍ତୁ କଣ
ବିଶେଷ ଖବର

ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ନବୀନ, ଜାଣନ୍ତୁ କଣ

January 8, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ନବୀନ, ଜାଣନ୍ତୁ କଣ

ଭୁବନେଶ୍ବର: ମିଶନ ଶକ୍ତି ଆନ୍ଦୋଳନର ଗୁରୁତ୍ବ ତଥା ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କ ଅନୁରୋଧ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କ ପାଇଁ ଏକ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି । ତାହା ହେଲା…

୧. ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ ।

୨. ସମସ୍ତଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ।

୩. ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମାଚାରୀମାନଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ଯୋଗାଇ ଦିଆଯିବ।

୪. ସବୁ CRP- CM ମାନଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ ।

୫. ସବୁ CRP- CM ମାନଙ୍କୁ ଗସ୍ତ ଖର୍ଚ୍ଚ ବାବଦ ମାସିକ ୩୫୦ ଟଙ୍କା ପ୍ରଦାନ କରାଯିବ ।

୬. ଟେଲିଫୋନ ଭତ୍ତା ବାବଦରେ CRP- CM ମାନଙ୍କୁ ମାସିକ ୧୫୦ ଟଙ୍କା ପ୍ରଦାନ କରାଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ ।

ଏହି ପ୍ୟାକେଜକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ବ୍ୟବସ୍ଥା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଆଗକୁ ନେବାରେ ପଞ୍ଚାୟତ ସ୍ତରରେ କାମ କରୁଥିବା ଏହି ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କର ମହତ୍ତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରୂପାନ୍ତରିତ ଓଡ଼ିଶା ଗଠନ ଦିଗରେ ଅଧିକ ପରିଶ୍ରମ କରିବାକୁ ଏହି ଆର୍ଥିକ ପ୍ୟାକେଜ ସେମାନଙ୍କୁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପୋଷଣ କରିଛନ୍ତି ।

ମିଶନ ଶକ୍ତି ଆନ୍ଦୋଳନ ଆଜି ଓଡିଶାର ୭୦ ଲକ୍ଷ ମହିଳାମାନଙ୍କ ଜୀବନରେ ଏକ ବଡ ଧରଣର ପରିବର୍ତ୍ତନ ଆଣିଛି । ଚଳିତ ବର୍ଷ ମିଶନ ଶକ୍ତି ମା ମାନଙ୍କୁ ରେକର୍ଡ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ କରାଯାଇଛି। ତା ସହିତ ସୁଧ ରିହାତି ବାବଦରେ ମଧ୍ୟ ୨୦୦ କୋଟି ଟଙ୍କା ମା ମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଇଛି ।

ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି କ୍ରମେ ଧାନ ସଂଗ୍ରହ ଠାରୁ ଆରମ୍ଭ କରି ଡାକ୍ତରଖାନାରେ ରୋଗୀଙ୍କୁ ଖାଦ୍ୟ ଯୋଗାଣ, ଆହର କେନ୍ଦ୍ର ପରିଚାଳନା, ମାଛ ଚାଷ ଆଦି ବିଭିନ୍ନ ସରକାରୀ କାମ ମଧ୍ୟ ମିଶନ ଶକ୍ତି ମା ମାନଙ୍କୁ ଯୋଗାଇ ଦିଆଯାଇଛି ।

ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ଶକ୍ତି ତଥା ଗତି ଯୋଗାଇ ଦେବା ସହିତ ସୁସମନ୍ବୟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ମିଶନ ଶକ୍ତି ନାମରେ ଏକ ସ୍ବତନ୍ତ୍ର ବିଭାଗ ସୃଷ୍ଟି କରିଛନ୍ତି । ବର୍ତ୍ତମାନ ସମସ୍ତ ସ୍ବୟଂ ସହାୟକ ଗୋଷ୍ଠୀ ମହାସଂଘ ମାନେ ଗୋଟିଏ ପ୍ଲାଟଫର୍ମରେ କାମ କରୁଛନ୍ତି । ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୁଡିକ ହେଉଛି – ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ତୃଣମୂଳ ଅନୁଷ୍ଠାନ । ଏହି ମହାସଂଘ ମାନେ ସ୍ବୟଂ ସହାୟକ ଗୋଷ୍ଠୀ ଗୁଡିକୁ ସେମାନଙ୍କ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟା ସହିତ ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଜୀବିକା ଓ ଦକ୍ଷତାର ବିକାଶ ତଥା ସେମାନଙ୍କର ଆନୁଷ୍ଠାନିକ ଦକ୍ଷତା ବିକାଶ ଦିଗରେ ସହାୟକ ଭୂମିକା ଗ୍ରହଣ କରିଆସୁଛି ।

ଏହି ଗ୍ରାମପଞ୍ଚାୟତସ୍ତରୀୟ ମହାସଂଘ ଗୁଡିକୁ ମାଷ୍ଟର ବୁକ୍‌ କିପର, ବ୍ୟାଙ୍କ ମିତ୍ର, କୃଷି ମିତ୍ର, ପ୍ରାଣୀ ମିତ୍ର, Community Resource Person – Community Mobiliser (CRP-CM) ଆଦି ଗୋଷ୍ଠୀ ସହାୟକ କର୍ମଚାରୀମାନେ ସହାୟତା ଯୋଗାଇ ଦେଉଛନ୍ତି। ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ସୁଦୃଢ କରିବାରେ ଏହି ସହାୟକ କର୍ମଚାରୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ।

ନବୀନ ପଟ୍ଟନାୟକ ମିଶନ ଶକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ୟୁନିଭରସିଟି ଅଫ୍‍ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ଏସ୍‍ ଆଣ୍ଡ ଟି  ମଧ୍ୟରେ ଏମ୍‍ଓୟୁରେ ସ୍ୱାକ୍ଷର

March 6, 2026

ଅମିତ ଶାହଙ୍କ ଓଡ଼ିଶା ଗସ୍ତ: ଜାଣନ୍ତୁ ଆଜିର କାର୍ଯ୍ୟକ୍ରମ

March 6, 2026

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026
Latest News

ୟୁନିଭରସିଟି ଅଫ୍‍ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ଏସ୍‍ ଆଣ୍ଡ ଟି  ମଧ୍ୟରେ ଏମ୍‍ଓୟୁରେ ସ୍ୱାକ୍ଷର

March 6, 2026

ଅମିତ ଶାହଙ୍କ ଓଡ଼ିଶା ଗସ୍ତ: ଜାଣନ୍ତୁ ଆଜିର କାର୍ଯ୍ୟକ୍ରମ

March 6, 2026

ଏଆଇ ଯୁଗ କେବଳ ଅପଗ୍ରେଡ୍ ନୁହେଁ, ଏହା ଅର୍ଥନୀତି ପାଇଁ ଏକ ପୁନଃର୍ବିନ୍ୟାସ: ଜିଓ ପ୍ଲାଟଫର୍ମସ ସିଇଓ

March 6, 2026

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.