Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କରୋନା ପରିସ୍ଥିତିରେ ପଞ୍ଚାୟତ ନିର୍ବାଚନ କରିବା ଠିକ୍ ହେବ କି ? ବୈଠକରେ ହେଲା ଆଲୋଚନା
ବିଶେଷ ଖବର

କରୋନା ପରିସ୍ଥିତିରେ ପଞ୍ଚାୟତ ନିର୍ବାଚନ କରିବା ଠିକ୍ ହେବ କି ? ବୈଠକରେ ହେଲା ଆଲୋଚନା

January 9, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
କରୋନା ପରିସ୍ଥିତିରେ ପଞ୍ଚାୟତ ନିର୍ବାଚନ କରିବା ଉଚିତ ହେବ କି ? ବୈଠକରେ ହେଲା ଆଲୋଚନା

ଭୁବନେଶ୍ବର: ବର୍ତ୍ତମାନ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ପୂର୍ବରୁ ଓଡିଶାର ସ୍ଥିତି ଯେପରି ଭୟଙ୍କର ଥିଲା ବର୍ତ୍ତମାନ ସେହି ଆଡକୁ କରୋନା ଗତି କରୁଛି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଭବିଷ୍ୟବାଣୀ ଅନୁସାରେ ଆସନ୍ତା ଫେବୃୟାରୀ ମାର୍ଚ୍ଚରେ ସ୍ଥିତି ଅସମ୍ଭାଳ ହେବ। ତେବେ ଏପରି ପରିସ୍ଥିତିରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ କରିବା ସମ୍ଭବ କି ? ଏହିପରି ପ୍ରଶ୍ନ ବର୍ତ୍ତମାନ ସାଧାରଣରେ ଆଲୋଚନା ହେବାରେ ଲାଗିଛି।

ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢୀ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ବୈଠକ କରିଥିଲେ। ଶନିବାର ଦିନ ଆୟୋଜିତ ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ସ୍ବାସ୍ଥ୍ୟ ସଚିବ ରାଜକୁମାର ଶର୍ମା ଏବଂ ବରିଷ୍ଠ ସ୍ବାସ୍ଥ୍ୟ ଅଧିକାରୀ ଯୋଗ ଦେଇଥିଲେ।

ଏଥିରେ ସ୍ବାସ୍ଥ୍ୟ ସଚିବ ରାଜକୁମାର ଶର୍ମା ରାଜ୍ୟରେ କୋଭିଡ ଟିକାକରଣ ସହିତ କରୋନା ମୁକାବିଲା ପ୍ରସ୍ତୁତି ଉପରେ ତଥ୍ୟ ରଖିଥିଲେ। ସେହିପରି ଉନ୍ନୟନ କମିଶନର ପ୍ରଦୀପ ଜେନା ମଧ୍ୟ ଭବିଷ୍ୟତରେ ବୁଷ୍ଟର ଡୋଜ ପ୍ରଦାନ ଉପରେ ଆଲୋତପାତ କରିଥିଲେ। ରାଜ୍ୟ ସରକାରଙ୍କ ସମସ୍ତ ତଥ୍ୟ ସଂଗ୍ରହ କରିଥିଲେ ଓଡିଶା ରାଜ୍ୟ ନିର୍ବାଚନ କମିଶନର। ଏହାପରେ ସେ ଓଡିଶାରେ ପଞ୍ଚାୟତ ନିର୍ବାଚନ ହେବ କି ନାହିଁ ତାହା ନିଷ୍ପତି ଗ୍ରହଣ କରିବେ।

ତେବେ ରାଜନୈତିକ ସମୀକ୍ଷକଙ୍କ ମତ ଅନୁସାରେ ଓଡିଶାର ପଞ୍ଚାୟତ ନିର୍ବାଚନ ନିର୍ଦ୍ଧାରିତ ସମୟରେ ହେବ। କାରଣ ଭାରତ ନିର୍ବାଚନ କମିଶନର ବର୍ତ୍ତମାନ ଏହି ପରିସ୍ଥିତିରେ ପାଞ୍ଚୋଟି ରାଜ୍ୟର ବିଧାନସଭା ନିର୍ବାଚନ କରିବା ପାଇଁ ତାରିଖ ଘୋଷଣା କରିସାରିଲେଣି। ଏହା ପୂର୍ବରୁ କେତେକ ରାଜ୍ୟରେ ମଧ୍ୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇସାରିଛି। ତେଣୁ ଓଡିଶାରେ ମଧ୍ୟ ପଞ୍ଚାୟତ ନିର୍ବାଚନ ହେବାର ଯଥେଷ୍ଠ କାରଣ ରହିଛି ବୋଲି ସେମାନେ କହିଛନ୍ତି।

ଅନ୍ୟପକ୍ଷରେ ରାଜ୍ୟ ସରକାର ମଧ୍ୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ସବୁଜ ସଙ୍କେତ ଦେଇ ସାରିଲେଣି। ଏ ନେଇ ସରକାର ତିନୋଟି ଗେଜେଟ ନୋଟିଫିକେସ ଜାରୀ କରିସାରିଲେଣି। ଏଥିରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରାଯିବ ବୋଲି ସଙ୍କେତ ପ୍ରଦାନ କରିସାରିଛନ୍ତି। ଏପରି ପରିସ୍ଥିତିରେ ରାଜ୍ୟ ନିର୍ବାଚନ କମିଶନର ଖୁବ ଶିଘ୍ର ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିବେ ବୋଲି ଜଣାପଡିଛି।

ଓଡିଶା ନିର୍ବାଚନ କମିଶନର ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.