Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ, ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ବିଶେଷ ଖବର

ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ, ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

January 11, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି। ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି। ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ବର୍ଣ୍ଣନା କରି ସତର୍କ ରହିବା ପାଇଁ ଉଭୟ ଜନସାଧାରଣ ଓ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ଜନସାଧାରଣଙ୍କୁ ଏହି ପରିପ୍ରେକ୍ଷୀରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦିଓ ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ହସ୍ପିଟାଲାଇଜେସନ ବହୁତ କମ୍‌ ରହିଛି, ତଥାପି ଆମକୁ ଭବିଷ୍ୟତ ପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ। ସେହିପରି ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଥିଲେ ମଧ୍ୟ ଆଦୌ ଟିକା ନେଇ ନ ଥିବା ତଥା ଦ୍ବିତୀୟ ଡୋଜ ନେଇ ନ ଥିବା ଲୋକମାନଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହିସହିତ ବରିଷ୍ଠ ନାଗରିକ ତଥା ସମୂଖ ଯୋଦ୍ଧା ମାନଙ୍କର ଟିକାକରଣ ଖୁବ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥଲେ ଏବଂ ଏହା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଶେଷ ସହାୟକ ହେବ ବୋଲି କହିଥିଲେ।

ପୂର୍ବ ଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବା ଏବଂ ଏଥିରେ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସେହିପରି କୋଭିଡ ନିୟମର କଡାକଡି ଅନୁପାଳନ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ।

ଯେହେତୁ ବର୍ତ୍ତମାନର ଲହରରେ ସଂକ୍ରମିତ ଅଧିକାଂଶ ବ୍ୟକ୍ତି ନିଜ ଘରେ ପୃଥକୀକରଣ ରହିଛନ୍ତି, ତେଣୁ ଆମକୁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପଡିବ ଏବଂ ଏଥିପାଇଁ ରାପିଡ଼ ରେସ୍ପୋନ୍ସ ଟିମ ଓ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ନିଜ ଘରେ ପୃଥକୀକରଣରେ ଥିବା ରୋଗୀ ମାନଙ୍କୁ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଜିଲ୍ଲାସ୍ତରରେ କୋଭିଡ ସଂକ୍ରମଣ ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର.କେ. ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ। କମ୍‌ ହସ୍‌ପିଟାଲାଇଜେନ ସତ୍ତ୍ବେ ଦ୍ବିତୀୟ ଲହର ଠାରୁ ଅଧିକ ସଂଖ୍ୟକ ବେଡ ମହଜୁଦ ରଖାଯାଇଛି ଏବଂ ତା ସହିତ ଅକ୍‌ସିଜେନ, ଭେଣ୍ଟିଲେଟର ଆଦି ବ୍ୟବସ୍ଥାକୁ ସକ୍ରିୟ ରଖାଯାଇଛି। ଟିକାକରଣ କ୍ଷେତ୍ରରେ ରାଜ୍ୟର ପଦର୍ଶନ ସଂପର୍କରେ ସୂଚନା ଦେଇ ଶ୍ରୀ ଶର୍ମା କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୧.୮ ପ୍ରତିଶତ ଲୋକ ପ୍ରଥମ ଡୋଜ ଟିକା ନେଇଥିବା ବେଳେ, ଦ୍ବିତୀୟ ଡ଼ୋଜର ହାର ୬୮.୪ ପ୍ରତିଶତ ରହିଛି। ସେହିପରି ୩୦.୭ ପ୍ରତିଶତ ୧୫ ରୁ ୧୮ ବର୍ଷ ବୟସର ପିଲା ମଧ୍ୟ ଟିକା ନେଇସାରିଲେଣି । ତେଣୁ ଟିକାକରଣକୁ ସଂପୂର୍ଣ୍ଣ କରିବା ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି ବୋଲି ସେ ସୂଚନା ଦେଇଥିଲେ।

ଭୁବନେଶ୍ବର ମହାନଗର ନିଗମ କଟକ ମହାନଗର ନିଗମର ମ୍ୟୁନିସପାଲଟି କମିଶନର ଦ୍ବୟ ତଥା ସମ୍ବଲପୁର ଓ ସୁନ୍ଦରଗଡର ଜିଲ୍ଲାପାଳ ସେମାନଙ୍କ ଅଞ୍ଚଳର ସ୍ଥିତି ସଂପର୍କରେ ଅବଗତ କରାଇଥିଲେ।

କୋଭିଡ ନିୟମ ଅନୁପାଳନର କଡ଼ାକଡ଼ି ତଦାରଖ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚଳନା କରିଥିଲେ।

ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ।

ତୃତୀୟ ଲହର ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର ପର୍ଯ୍ୟାପ୍ତ ଏବଂ ନିରବଚ୍ଛିନ୍ନ ଯୋଗାଣ ଜାରି

May 19, 2026

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026
Latest News

ଓଡ଼ିଶାରେ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର ପର୍ଯ୍ୟାପ୍ତ ଏବଂ ନିରବଚ୍ଛିନ୍ନ ଯୋଗାଣ ଜାରି

May 19, 2026

ଦେଶରେ ମହଜୁଦ ରହିଛି ପ୍ରଚୁର ସାର: ଖୁଚୁରା ମୂଲ୍ୟରେ ହୋଇନି ପରିବର୍ତ୍ତନ

May 19, 2026

ଏବେ ନିୟମିତ ଏକ୍ସପ୍ରେସ୍ ଭାବେ ଚଳାଚଳ କରିବ ଭଞ୍ଜପୁର-ପୁରୀ-ଭଞ୍ଜପୁର ସ୍ପେଶାଲ୍ ଟ୍ରେନ୍

May 19, 2026

ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା 

May 19, 2026

ରାଶିଫଳ: ମେ ୧୯ ତାରିଖ ମଙ୍ଗଳବାର ଦିନ ଏହି ରାଶିର ଲୋକ ପାଇବେ ଖୁସି ଖବର

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.