Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଞ୍ଚାୟତ ନିର୍ବାଚନ ଘୋଷଣା ନେଇ ଉତକ୍ଷିପ୍ତ କଂଗ୍ରେସ, ନିର୍ବାଚନ କମିଶନରଙ୍କୁ କହିଲା ଏମିତି କଥା
ବିଶେଷ ଖବର

ପଞ୍ଚାୟତ ନିର୍ବାଚନ ଘୋଷଣା ନେଇ ଉତକ୍ଷିପ୍ତ କଂଗ୍ରେସ, ନିର୍ବାଚନ କମିଶନରଙ୍କୁ କହିଲା ଏମିତି କଥା

January 12, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପଞ୍ଚାୟତ ନିର୍ବାଚନ ଘୋଷଣା ନେଇ ଉତକ୍ଷିପ୍ତ କଂଗ୍ରେସ, ନିର୍ବାଚନ କମିଶନରଙ୍କୁ କହିଲା ଏମିତି କଥା

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ କମିଶନର ଘୋଷଣା ଏବଂ ତତ୍‌ସଂଲଗ୍ନ ମାର୍ଗଦର୍ଶିକା ଓଡ଼ିଆ ପଞ୍ଚାୟତିରାଜ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି କଲା। ଖଳନାୟକ ଭାବରେ ରାଜ୍ୟର ବିଜେଡି ସରକାର ଓ ତାଙ୍କର ବଚସ୍କର ପାଲଟିଥିବା ରାଜ୍ୟ ନିର୍ବାଚନ କମିଶନ୍ ଏହି କଳଙ୍କିତ ଅଧ୍ୟାୟର ସୂତ୍ରଧର ବୋଲି କଂଗ୍ରେସ ଶାଣିତ କଟାକ୍ଷ କରିଛି।

ଦେଶରେ କରୋନା ସଂକ୍ରମଣ ୧ ଲକ୍ଷ ୬୮ ହଜାର। ରାଜ୍ୟରେ ତାହା ୭୦୭୧ । ବିଶେଷଜ୍ଞମାନେ ଏହି ସଂକ୍ରମଣ ଆସନ୍ତା ଫେବୃଆରୀରେ ଶୀର୍ଷରେ ଛୁଇଁବ ବୋଲି ସତର୍କ କରାଇଛନ୍ତି । ବିଜେଡିକୁ ଛାଡ଼ି ରାଜ୍ୟର ସମସ୍ତ ବିରୋଧୀମାନେ ବର୍ତ୍ତମାନ ସମୟରେ ଏହି ସଂକ୍ରମଣକୁ ଦୃଷ୍ଟିରେ ରଖି ପଞ୍ଚାୟତ ନିର୍ବାଚନକୁ ଘୁଞ୍ଚାଇବାକୁ ଦାବି ରଖିଥିଲେ ।

ମାତ୍ର ନିର୍ବାଚନ କମିଶନ୍ ସେମାନଙ୍କ ଦାବିକୁ କର୍ଣ୍ଣପାତ କଲେନାହିଁ ଏବଂ ନିର୍ବାଚନ ସଂକ୍ରାନ୍ତୀୟ ବିଜ୍ଞପ୍ତି ଜାରିକଲେ । ଏହା ନିର୍ବାଚନ କମିଶନଙ୍କ ନିଜସ୍ୱ ନିଷ୍ପତ୍ତି ନୁହେଁ । ରାଜ୍ୟ ସରକାରଙ୍କ ପ୍ରରୋଚନାରେ ଏହା କରିଛନ୍ତି ଯାହାକି ନିର୍ବାଚନ କମିଶନଙ୍କ ନିରପେକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଚଳିତ ପଞ୍ଚାୟତ ନିର୍ବାଚନରେ ଓ.ବି.ସି. ଓ ଜନଜାତି ସମ୍ପ୍ରଦାୟର ସାମ୍ବିଧାନିକ ଅଧିକାର ପ୍ରତି ହେୟଜ୍ଞାନ କରାଯାଇଛି। ରାଜ୍ୟର ୫୪ ଶତାଂଶ ଲୋକ ଓବିସି ଓ ୨୨.୫ ଶତାଂଶ ଲୋକ ଜନଜାତି ସମ୍ପ୍ରଦାୟର। ଏହି ଦୁଇ ବର୍ଗର ଜନ ସମୁଦାୟକୁ ଚଳିତ ପଞ୍ଚାୟତ ନିର୍ବାଚନାରେ ପ୍ରତାରିତ କରାଯାଇଛି। ଆଦିବାସୀମାନଙ୍କୁ ୨୩ଟି ଜିଲ୍ଲା ଓ ୧୯୫ଟି ବ୍ଲକ୍‌ରେ ସରପଞ୍ଚ ପଦବୀ ଓ ଅଧ୍ୟକ୍ଷ ପଦବୀ ପାଇଁ ସଂରକ୍ଷଣ ଦିଆଯାଇ ନାହିଁ। ଓ.ବି.ସି. ବର୍ଗଙ୍କ ପ୍ରତି ଅବିଚାର କରାଯାଇଛି।

ଓ.ବି.ସି. ସଂରକ୍ଷଣ ସଂକ୍ରାନ୍ତରେ ଆସନ୍ତା ୧୭ ତାରିଖରେ ମାନ୍ୟବର ସୁପ୍ରିମ କୋର୍ଟ ଶୁଣାଣି କରିବେ। ଯଦି ରାଜ୍ୟ ସରକାର ଓ ନିର୍ବାଚନ କମିଶନଙ୍କର ଓବିସି ବର୍ଗର ସାମ୍ବିଧାନିକ ଅଧିକାର ପ୍ରତି ସମ୍ବେଦନଶୀଳତା ଥାଆନ୍ତା, ତେବେ ପଞ୍ଚାୟତ ନିର୍ବାଚନ ବିଜ୍ଞପ୍ତିକୁ ୧୭ ତାରିଖ ପରକୁ ଘୁଞ୍ଚାଇ ଦେଇ ପାରିଥାନ୍ତେ। କିନ୍ତୁ ତାହା ନ କରି ତରବରିଆ ଭାବରେ ବିଜ୍ଞପ୍ତି ଜାରି କରିବା ଦୁର୍ଭାଗ୍ୟଜନକ ବୋଲି ରାଜ୍ୟ ପ୍ରବକ୍ତା ଶ୍ରୀ ସୁଦର୍ଶନ ଦାସ କହିଛନ୍ତି ।

ପଞ୍ଚାୟତ ନିର୍ବାଚନାରେ ତୃଣମୂଳ ସ୍ତରରେ ଗଣତନ୍ତ୍ର କ୍ରିୟାଶୀଳ ହୋଇଥାଏ । ପଞ୍ଚାୟତର ଲୋକମାନେ ସେମାନଙ୍କର ପ୍ରସଙ୍ଗ ସମସ୍ୟା ସବୁକୁ ନେଇ ନିର୍ବାଚନ ସମୟରେ ମତାମତକୁ ପ୍ରକାଶ କରିଥାଆନ୍ତି । ମାତ୍ର କୋଭିଡ ଆଳରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାକୁ ଅତ୍ୟନ୍ତ ସଙ୍କୁଚିତ କରାଯାଇଛି । ନିର୍ବାଚନ ପ୍ରଚାର କାର୍ଯ୍ୟକୁ ସଙ୍କୁଚିତ କରାଯାଇଛି, ଯାହାକି ତୃଣମୂଳ ସ୍ତରରେ ଲୋକଙ୍କ ଗଣତାନ୍ତ୍ରିକ ଭାଗିଦାରିତା ପ୍ରତି ଉପହାସ ବୋଲି କଂଗ୍ରେସ କହିଛି ।

ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କର ସଖୀ କଣ୍ଢେଇ ହୁଅନ୍ତୁ ନାହିଁ । ନିରପେକ୍ଷ ରୁହନ୍ତୁ ବୋଲି କଂଗ୍ରେସ ଅନୁରୋଧ କରିଛି । ଆଜିର ସାମ୍ବାଦିକ ସମ୍ମିଳନୀରେ ଦଳର ରାଜ୍ୟ ପ୍ରବକ୍ତା ସୁଦର୍ଶନ ଦାସ, ମନୋଜ ମହାପାତ୍ର, ଚିନ୍ମୟ ଦାସ ଓ ଦୀପକ କୁମାର ମହାପାତ୍ର ଉପସ୍ଥିତ ଥିଲେ ।

ଓଡିଶା ନିର୍ବାଚନ କମିଶନର ନିର୍ବାଚନ କମିଶନର ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.