Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରେଳମନ୍ତ୍ରୀଙ୍କ ଅଭିଯୋଗ ପରେ ଜମି ଅଧିଗ୍ରହଣ ନେଇ ରାଜ୍ୟ ସରକାରଙ୍କ ତତ୍ପରତା
ବିଶେଷ ଖବର

ରେଳମନ୍ତ୍ରୀଙ୍କ ଅଭିଯୋଗ ପରେ ଜମି ଅଧିଗ୍ରହଣ ନେଇ ରାଜ୍ୟ ସରକାରଙ୍କ ତତ୍ପରତା

January 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରେଳମନ୍ତ୍ରୀଙ୍କ ଅଭିଯୋଗ ପରେ ଜମି ଅଧିଗ୍ରହଣ ନେଇ ରାଜ୍ୟ ସରକାରଙ୍କ ତତ୍ପରତା

ଭୁବନେଶ୍ୱର: ନିକଟରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓଡିଶା ଗସ୍ତରେ ଆସିଥିଲେ। ଏହି ସମୟରେ ସେ ବିଭିନ୍ନ ଉଦଘାଟନ ବେଳେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ। ସେ କହିଥିଲେ ଯେ, ରାଜ୍ୟ ସରକାର ଯେତେ ଶିଘ୍ର ଜମି ଯୋଗାଇବେ ସେତେ ଶିଘ୍ର ସ୍ଥିଗିତ ଥିବା ରେଳ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହେବ।

ଏହାପରେ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଗୁରୁବାର ଦିନ ରାଜ୍ୟରେ ଚାଲୁ ରହିଥିବା ସମସ୍ତ ରେଳ ପ୍ରକଳ୍ପ ପାଇଁ ଥିବା ଜମି ଅଧିଗ୍ରହଣ ଉପରେ ସମୀକ୍ଷା ବୈଠକ ହୋଇଥିଲା।  ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଶିଘ୍ର ଜମି ହସ୍ତାନ୍ତର ପାଇଁ ଆଲୋଚନା ହୋଇଥିଲା।

ଏହି ବୈଠକରେ ପ୍ରାୟ ୪୦ଟି ରେଳ ପ୍ରକଳ୍ପର ଜମି ଗ୍ରହଣ ସଂପର୍କରେ ଆଲୋଚନା ହୋଇଥିଲା । ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପ ପାଇଁ ଆବଶ୍ୟକ ଜମି ଅଧିଗ୍ରହଣ ସଂପର୍କରେ ପ୍ରମୁଖ ଶାସନ ସଚିବ ଗୁରୁତ୍ୱାରୋପ କରିବା ସହ ଏହି କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ଭର୍ଚୁଆଲ ମୋଡ଼୍‌ରେ ଆୟୋଜିତ ଏହି ବୈଠକରେ ୨୧ଟି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ, ବାଣିଜ୍ୟ ଓ ପରିବହନ ବିଭାଗର ଜମି ଅଧିଗ୍ରହଣ ଅଧିକାରୀ ଓ ରେଲେୱର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ପୂର୍ବତଟ ରେଳପଥ ରାଜସ୍ବ ବିଭାଗ ସତ୍ୟବ୍ରତ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.