ନିର୍ବାଚନ ପର୍ଯ୍ୟବେକ୍ଷକ ଭାବେ ପାଞ୍ଚୋଟି ରାଜ୍ୟକୁ ଯିବେ ଓଡିଶାର ୭୩ ଜଣ ବରିଷ୍ଠ ଅଧିକାରୀ

Published: Jan 14, 2022, 11:36 pm IST

ନୂଆଦିଲ୍ଲୀ: ଭାରତ ନିର୍ବାଚନ ଆୟୋଗଙ୍କ ତରଫରୁ ୫ ଗୋଟି ରାଜ୍ୟ ଗୋଆ, ମଣିପୁର, ପଞ୍ଜାବ, ଉତ୍ତର ପ୍ରଦେଶ ଓ ଉତ୍ତରାଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରିଚାଳନା ନିମନ୍ତେ ଓଡ଼ିଶାରୁ ଭାରତୀୟ ପ୍ରଶାସନିକ ସେବା, ଭାରତୀୟ ପୁଲିସ ସେବା ଓ ଭାରତୀୟ ରାଜସ୍ୱ ସେବା ବର୍ଗରୁ ମୋଟରେ ୭୩ ଜଣ ବରିଷ୍ଠ ଅଧିକାରୀଙ୍କୁ ନିର୍ବାଚନ ଆୟୋଗ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରି ସେମାନଙ୍କୁ ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଭର୍ଚୁଆଲ ମାଧ୍ୟମରେ ତାଲିମ ପ୍ରଦାନ କରାଯାଇଛି ।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଓ ତାଙ୍କ ସହଯୋଗୀ ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଭର୍ଚୁଆଲ୍‌ ତାଲିମ ପ୍ରଦାନ କରାଯାଇଛି । ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରାଙ୍କ ସହ ଅନ୍ୟ ଦୁଇ ସହଯୋଗୀ ନିର୍ବାଚନ କମିଶନର ରାଜୀବ କୁମାର ଓ ଅନୁପ ଚନ୍ଦ୍ର ଉପସ୍ଥିତ ରହି ପର୍ଯ୍ୟବେକ୍ଷକଙ୍କୁ ନିର୍ବାଚନ ସଂପର୍କିତ ବିସ୍ତୃତ ତାଲିମ ପ୍ରଦାନ କରିଥିଲେ ।

ବିଭିନ୍ନ ରାଜ୍ୟର ନିର୍ବାଚନ ପରିଚାଳନା ଦାୟିତ୍ୱରେ ଗଲେ ପର୍ଯ୍ୟବେକ୍ଷକମାନେ ଅବାଧ, ସ୍ୱଚ୍ଛ ଓ ନିରା ପଦ ନିର୍ବାଚନ କି ପରି କରାଯାଇ ପାରିବ ସେ ସଂ ପର୍କରେ ନିର୍ବାଚନ କମିଶନର ଗୁରୁତ୍ୱାରୋ ପ କରିଥିଲେ । କୋଭିଡ୍‌ ସମୟରେ ନିରେପକ୍ଷ ଓ ନିରାପଦ ନିର୍ବାଚନ କି ପରି କରାଯାଇ ପାରିବ, ତା’ଉପରେ ବିଶେଷ ଧ୍ୟାନ ଦେବାକୁ ନବନିଯୁକ୍ତ ପର୍ଯ୍ୟବେକ୍ଷକମାନଙ୍କୁ ତାଲିମ ଦିଆଯାଇଛି । ନିର୍ବାଚନ ଆୟୋଗଙ୍କ ସଚିବ ଉମେଶ ସିହ୍ନା ନିର୍ବାଚନ ପରିଚାଳନା ସଂପର୍କିତ ଏକ ପାଓ୍ୱାର ପଏଣ୍ଟ ଅଫ ପ୍ରଜେଣ୍ଟେସନ୍‌ ପର୍ଯ୍ୟବେକ୍ଷକମାନଙ୍କୁ ଦେଖାଇଥିଲେ ।

Related posts