Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନିର୍ବାଚନ ପର୍ଯ୍ୟବେକ୍ଷକ ଭାବେ ପାଞ୍ଚୋଟି ରାଜ୍ୟକୁ ଯିବେ ଓଡିଶାର ୭୩ ଜଣ ବରିଷ୍ଠ ଅଧିକାରୀ
ଜାତୀୟ ଖବର

ନିର୍ବାଚନ ପର୍ଯ୍ୟବେକ୍ଷକ ଭାବେ ପାଞ୍ଚୋଟି ରାଜ୍ୟକୁ ଯିବେ ଓଡିଶାର ୭୩ ଜଣ ବରିଷ୍ଠ ଅଧିକାରୀ

January 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ବାଚନ ପର୍ଯ୍ୟବେକ୍ଷକ ଭାବେ ପାଞ୍ଚୋଟି ରାଜ୍ୟକୁ ଯିବେ ଓଡିଶାର ୭୩ ଜଣ ବରିଷ୍ଠ ଅଧିକାରୀ

ନୂଆଦିଲ୍ଲୀ: ଭାରତ ନିର୍ବାଚନ ଆୟୋଗଙ୍କ ତରଫରୁ ୫ ଗୋଟି ରାଜ୍ୟ ଗୋଆ, ମଣିପୁର, ପଞ୍ଜାବ, ଉତ୍ତର ପ୍ରଦେଶ ଓ ଉତ୍ତରାଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରିଚାଳନା ନିମନ୍ତେ ଓଡ଼ିଶାରୁ ଭାରତୀୟ ପ୍ରଶାସନିକ ସେବା, ଭାରତୀୟ ପୁଲିସ ସେବା ଓ ଭାରତୀୟ ରାଜସ୍ୱ ସେବା ବର୍ଗରୁ ମୋଟରେ ୭୩ ଜଣ ବରିଷ୍ଠ ଅଧିକାରୀଙ୍କୁ ନିର୍ବାଚନ ଆୟୋଗ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରି ସେମାନଙ୍କୁ ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଭର୍ଚୁଆଲ ମାଧ୍ୟମରେ ତାଲିମ ପ୍ରଦାନ କରାଯାଇଛି ।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଓ ତାଙ୍କ ସହଯୋଗୀ ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଭର୍ଚୁଆଲ୍‌ ତାଲିମ ପ୍ରଦାନ କରାଯାଇଛି । ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରାଙ୍କ ସହ ଅନ୍ୟ ଦୁଇ ସହଯୋଗୀ ନିର୍ବାଚନ କମିଶନର ରାଜୀବ କୁମାର ଓ ଅନୁପ ଚନ୍ଦ୍ର ଉପସ୍ଥିତ ରହି ପର୍ଯ୍ୟବେକ୍ଷକଙ୍କୁ ନିର୍ବାଚନ ସଂପର୍କିତ ବିସ୍ତୃତ ତାଲିମ ପ୍ରଦାନ କରିଥିଲେ ।

ବିଭିନ୍ନ ରାଜ୍ୟର ନିର୍ବାଚନ ପରିଚାଳନା ଦାୟିତ୍ୱରେ ଗଲେ ପର୍ଯ୍ୟବେକ୍ଷକମାନେ ଅବାଧ, ସ୍ୱଚ୍ଛ ଓ ନିରା ପଦ ନିର୍ବାଚନ କି ପରି କରାଯାଇ ପାରିବ ସେ ସଂ ପର୍କରେ ନିର୍ବାଚନ କମିଶନର ଗୁରୁତ୍ୱାରୋ ପ କରିଥିଲେ । କୋଭିଡ୍‌ ସମୟରେ ନିରେପକ୍ଷ ଓ ନିରାପଦ ନିର୍ବାଚନ କି ପରି କରାଯାଇ ପାରିବ, ତା’ଉପରେ ବିଶେଷ ଧ୍ୟାନ ଦେବାକୁ ନବନିଯୁକ୍ତ ପର୍ଯ୍ୟବେକ୍ଷକମାନଙ୍କୁ ତାଲିମ ଦିଆଯାଇଛି । ନିର୍ବାଚନ ଆୟୋଗଙ୍କ ସଚିବ ଉମେଶ ସିହ୍ନା ନିର୍ବାଚନ ପରିଚାଳନା ସଂପର୍କିତ ଏକ ପାଓ୍ୱାର ପଏଣ୍ଟ ଅଫ ପ୍ରଜେଣ୍ଟେସନ୍‌ ପର୍ଯ୍ୟବେକ୍ଷକମାନଙ୍କୁ ଦେଖାଇଥିଲେ ।

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ବିଧାନସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026
Latest News

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.