Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୋଟିଆ ଅଞ୍ଚଳର ବିକାଶ ପାଇଁ ଦକ୍ଷିଣାଞ୍ଚଳ ରାଜସ୍ୱ ଡିଭିଜନର ସମୀକ୍ଷା ବୈଠକ, ନିଆଗଲା ନିଷ୍ପତି
ବିଶେଷ ଖବର

କୋଟିଆ ଅଞ୍ଚଳର ବିକାଶ ପାଇଁ ଦକ୍ଷିଣାଞ୍ଚଳ ରାଜସ୍ୱ ଡିଭିଜନର ସମୀକ୍ଷା ବୈଠକ, ନିଆଗଲା ନିଷ୍ପତି

January 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
କୋଟିଆ ଅଞ୍ଚଳର ବିକାଶ ପାଇଁ ଦକ୍ଷିଣାଞ୍ଚଳ ରାଜସ୍ୱ ଡିଭିଜନର ସମୀକ୍ଷା ବୈଠକ, ନିଆଗଲା ନିଷ୍ପତି

ଭୁବନେଶ୍ୱର: ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନ ଅନ୍ତର୍ଗତ ଦଶଗୋଟି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳମାନଙ୍କର ଏକ ସମୀକ୍ଷା ବୈଠକ ରାଜସ୍ୱ ଓ ବିପର୍ଯୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସ ଜରିଆରେ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର, ବିଭାଗର ବହୁ ବରିଷ୍ଠ ଅଧିକାରୀ, ଆଇ.ଜି.ଆର, ଓଡିଶା ଏବଂ ଭୂ- ଅଭିଲେଖ ଓ ସର୍ବେକ୍ଷଣ ସଂସ୍ଥାର ନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ଅଧିକାରୀ ଯୋଗଦାନ କରିଥିଲେ ।

ଜିଲ୍ଲାଗୁଡିକରେ ହେଉଥିବା ବିଭିନ୍ନ ପ୍ରକାର ଉନ୍ନତିମୂଳକ ତଥା ଭିତ୍ତିଭୂମି ପ୍ରକଳ୍ପ ଯଥା ରେଳ, ଜାତୀୟ ରାଜପଥ ଓ ଜଳସେଚନ ନିମନ୍ତେ ଆବଶ୍ୟକ ହେଉଥିବା ଜମି ଅଧିଗ୍ରହଣ କାର୍ଯ୍ୟକୁ ତ୍ୱରାନିତ କରିବା ସହିତ ଜମି ହସ୍ତାନ୍ତର ପ୍ରକ୍ରିୟାକୁ ଅଗ୍ରାଧିକାର ଭିତ୍ତିରେ ସମାପନ କରିବାକୁ ଅତିରିକ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ କୋଟିଆର ସର୍ବାଙ୍ଗୀନ ବିକାଶକୁ ଅଧିକ ଗୁରୁତ୍ୱ ଦେବାପାଇଁ ପରାମର୍ଶ ଦିଆଯାଇଛି । ଏହି ପ୍ରସଙ୍ଗରେ କୋରାପୁଟ ଜିଲ୍ଲା ପ୍ରଶାସନକୁ ପ୍ରତି ୧୫ ଦିନରେ ଏଠାର ସମସ୍ତ ବିକାଶମୂଳକ କାର୍ଯ୍ୟକୁ ତଦାରଖ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରେଜିଷ୍ଟ୍ରେସନ ଅଫିସରେ ଏକକ ପଇଠ ବ୍ୟବସ୍ଥା ଉପରେ ବିଚାରବିମର୍ଶର୍ କରିବାକୁ ଆଇ.ଜି.ଆର.ଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଓଡିଶା ଲୋକସେବା ଅଧିକାର ଅଧିନିୟମ ଅନୁଯାୟୀ ସମସ୍ତ ଜନସେବାଗୁଡିକୁ ଉଦ୍ଦିଷ୍ଟ ସମୟ ସୀମା ଭିତରେ ଫଇସଲା କରିବା, ବେ-ବନ୍ଦୋବସ୍ତ, ଗ୍ରାମକଣ୍ଠ ପରମବୋକ ଓ ନଜୁଲ ଜମିଜମାଗୁଡିକର ଯଥାଶୀଘ୍ର ଫଇସଲା ଓ ସମାଧାନ କରିବା ପାଇଁ ଗୁରତ୍ୱାରୋପ କରାଯାଇଥିଲା ।

ଲଘୁ ଖଣିଜ ପଦାର୍ଥ ଉତ୍ସଗୁଡିକରୁ ନିୟମିତ ରାଜସ୍ୱ ଆଦାୟ, ବେଆଇନ ଉଠାଣ ଓ ଚୋରି ସହିତ ଆନ୍ତରାଜ୍ୟ ଚାଲାଣକୁ ରୋକିବା ପାଇଁ ଦୃଢ ପଦକ୍ଷେପ ନେବାକୁ ଅତିରିକ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପରିବେଶ ମଞ୍ଜୁରୀ ମିଳିସାରିଥିବା ସମସ୍ତ ଉତ୍ସଗୁଡିକରୁ ଆସନ୍ତା ଜାନୁଆରୀ ୨୫ ତାରିଖ ସୁଦ୍ଧା ଲଘୁ ଖଣିଜ ପଦାର୍ଥ ଉତ୍ତୋଳନ କାର୍ଯ୍ୟ ଆରମ୍ଭ କରିବେ। ଓରସାକ ସହାୟତାରେ ଡିଜିପିଏସ ସର୍ଭେ ଦ୍ୱାରା ରାଜ୍ୟରେ ପ୍ରମୁଖ ନଦୀଗୁଡିକର ବାଲୁକା ଉତ୍ସକୁ ଚିହ୍ନଟ କାର୍ଯ୍ୟ ଯଥାଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇ।

ଅତିରିକ୍ତ ଜିଲ୍ଲାପାଳମାନେ ଜିଲ୍ଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀ ଓ ତହସିଲଦାରମାନଙ୍କ ସହିତ ସମୀକ୍ଷା ବୈଠକ କରି ସ୍କୁଲ ଓ କଲେଜଗୁଡିକରେ ଥିବା ଜମିଜମା ସମସ୍ୟାକୁ ସମାଧାନ କରିବା ସହ ଏହିସବୁ କାର୍ଯ୍ୟଗୁଡିକୁ ଆସନ୍ତା ମାର୍ଚ୍ଚ ୫ ତାରିଖ ମଧ୍ୟରେ ଅନୁଷ୍ଠାନଗୁଡିକୁ ଜମିପଟ୍ଟା ହସ୍ତାନ୍ତର କରିବେ ।

ରାଜସ୍ୱ ଜଙ୍ଗଲ ଜମି ଚିହ୍ନଟ କରି ନୂତନ ବନୀକରଣ ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ନିମନ୍ତେ ଓରସାକ ଏକ ମୋବାଇଲ ଆପ ବିକଶିତ କରୁଛି ଏବଂ ଚିହ୍ନଟ ହୋଇଥିବା ଜଙ୍ଗଲ ଜମିଗୁଡିକର ଏକ ପୁସ୍ତିକା ଓରସାକ ଦ୍ୱାରା ପ୍ରକାଶ କରାଯାଇ ସମସ୍ତ ଜିଲ୍ଲାପାଳଙ୍କୁ ଯୋଗାଇ ଦିଆଯିବ । ସେହିପରି ଜଙ୍ଗଲ ଅଧିକାର ଆଇନ ଅନୁଯାୟୀ ସମସ୍ତଙ୍କୁ ଜମିପଟ୍ଟା ପ୍ରଦାନ କାର୍ଯ୍ୟକୁ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନ ନିୟମିତ ସମୀକ୍ଷା କରିବ।

ବସୁନ୍ଧରା ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ଯଥାଶୀଘ୍ର ଜମି ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ଯାହାଦ୍ୱାରା ପଞ୍ଚାୟତିରାଜ ବିଭାଗର ଆବାସ ଯୋଜନାକୁ ଶୀଘ୍ର କାର୍ଯ୍ୟକାରୀ କରାଯାଇପାରିବ । ବିଭିନ୍ନ ରାଜସ୍ୱ ଅଧିକାରୀଙ୍କ ପଦବୀ ପୂରଣ, ପେନସନ, ପଦୋନ୍ନତି ଓ ଚାକିରି ନିୟମିତ ନିମିତ୍ତ ସର୍ବଦା ତତ୍ପର ହୋଇ କାମ କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ।

ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଏବଂ ଅତିରିକ୍ତ ଜିଲ୍ଲାପାଳମାନେ ନିୟମିତ ଭାବେ ସ୍ଥାନୀୟ ସମସ୍ୟାଗୁଡିକର ସମୀକ୍ଷା କରିବା ସହିତ ୫-‘ଟ’ ଓ ‘ମୋ ସରକାର’ କାର୍ଯ୍ୟସୂତ୍ରୀ ଆଧାରରେ ରାଜସ୍ୱ ପ୍ରଶାସନକୁ ସ୍ୱଚ୍ଛ, ର୍ନିମଳ ଓ ସଶକ୍ତୀକରଣ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନେବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ଏହିପରି ଡିଭିସନସ୍ତରୀୟ ସମୀକ୍ଷା ବୈଠକ ପ୍ରତି ମାସରେ ଅନୁଷ୍ଠିତ ହେବ ବୋଲି ବିଭାଗ ତରଫରୁ ଜଣାପଡିଛି ।

କୋଟିଆ କୋଟିଆ ଗ୍ରାମପଞ୍ଚାୟତ ସତ୍ୟବ୍ରତ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ସରକାରୀ ବ୍ୟାଙ୍କ ସେବା ବ୍ୟାହତ: ଦେଶବ୍ୟାପୀ ଆନ୍ଦୋଳନରେ ସାମିଲ ହେଲେ ୮ ଲକ୍ଷରୁ ଊର୍ଦ୍ଧ୍ୱ କର୍ମଚାରୀ

September 11, 2026

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026
Latest News

ସ୍ୱିଜରଲ୍ୟାଣ୍ଡରେ ମର୍ମନ୍ତୁଦ ପର୍ଯ୍ୟଟକ ବସ୍ ଦୁର୍ଘଟଣା: ୫ ମୃତ

September 11, 2026

ଓଡ଼ିଶାରେ ସରକାରୀ ବ୍ୟାଙ୍କ ସେବା ବ୍ୟାହତ: ଦେଶବ୍ୟାପୀ ଆନ୍ଦୋଳନରେ ସାମିଲ ହେଲେ ୮ ଲକ୍ଷରୁ ଊର୍ଦ୍ଧ୍ୱ କର୍ମଚାରୀ

September 11, 2026

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଶରୀର ପୁରୁଷର, ହେଲେ ଭିତରେ ଗର୍ଭାଶୟ; ସାମ୍ନାକୁ ଆସିଲା ବିରଳ ମାମଲା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.