Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅଗ୍ନିଶମ ସେବା, ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା (ସିଡି) କର୍ମଚାରୀମାନଙ୍କ ପାଇଁ ରାଷ୍ଟ୍ରପତି ପଦକ ଘୋଷଣା
ବିଶେଷ ଖବର

ଅଗ୍ନିଶମ ସେବା, ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା (ସିଡି) କର୍ମଚାରୀମାନଙ୍କ ପାଇଁ ରାଷ୍ଟ୍ରପତି ପଦକ ଘୋଷଣା

January 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ଏବଂ ସ୍ବାଧୀନତା ଦିବସ ଉପଲକ୍ଷେ ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା କ୍ଷେତ୍ରର କର୍ମଚାରୀମାନଙ୍କୁ ରାଷ୍ଟ୍ରପତି ପୁରସ୍କାର ପ୍ରଦାନ କରାଯାଇଥାଏ। ଏମାନଙ୍କୁ ସାହସିକତା ପାଇଁ ରାଷ୍ଟ୍ରପତି ପଦକ, ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପଦକ, ସାହସିକତା ପଦକ, ପ୍ରଶଂସନୀୟ ସେବା ପଦକ ଆଦି ବର୍ଗରେ ସମ୍ମାନିତ କରାଯାଏ।

ସାଧାରଣତନ୍ତ୍ର ଦିବସ ୨୦୨୨ ଉପଲକ୍ଷେ, ୪୨ ଜଣ କର୍ମଚାରୀଙ୍କୁ ଅଗ୍ନିଶମ ସେବା ପଦକରେ ସମ୍ମାନିତ କରାଯିବାକୁ ଘୋଷଣା କରାଯାଇଛି।

ଏମାନଙ୍କ ମଧ୍ୟରୁ ଜଣେ ଅଗ୍ନିଶମ କର୍ମଚାରୀଙ୍କୁ ସାହସିକତା ପାଇଁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯିବାକୁ ଥିବା ବେଳେ ବୀରତା ଓ ସାହସିକତା ପାଇଁ ୨ ଜଣଙ୍କୁ ସାହସିକତା ପାଇଁ ଅଗ୍ନିଶମ ସେବା ପଦକ ଦିଆଯିବ।

ଅନୁରୂପ ଭାବେ ୯ ଜଣ ଅଗ୍ନିଶମ ସେବା କର୍ମଚାରୀଙ୍କୁ ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପଦକ ଦିଆଯିବାକୁ ଘୋଷଣା କରାଯାଇଛି। ପ୍ରଶଂସନୀୟ ସେବା ପାଇଁ ୩୦ଜଣ ଅଗ୍ନିଶମ କର୍ମଚାରୀଙ୍କୁ ସମ୍ମାନିତ କରାଯିବ।

ଏହାବ୍ୟତୀତ ସାଧାରଣତନ୍ତ୍ର ଦିବସ ୨୦୨୨ ଉପଲକ୍ଷେ ୨୫ ଜଣ କର୍ମୀ/ସ୍ବେଚ୍ଛାସେବୀଙ୍କୁ ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ପଦକରେ ସମ୍ମାନିତ କରାଯିବ। ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା କ୍ଷେତ୍ରରେ ରାଷ୍ଟ୍ରପତିଙ୍କ ପଦକ ମିଳିବ। ଅନ୍ୟ ୨୩ ଜଣଙ୍କୁ ପ୍ରଶଂସନୀୟ ସେବା ପାଇଁ ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା କ୍ଷେତ୍ର ପଦକ ମିଳିବ।

ଅଗ୍ନିଶମ ସେବା ପଦକ, ଗୃହରକ୍ଷୀ ଓ ବେସାମରିକ ସେବା ପଦକ ବିଜେତାଙ୍କ ନାମ ନିମ୍ନରେ ଦିଆଗଲା।

ପ୍ରଶଂସନୀୟ ସେବା ପାଇଁ ଗୃହରକ୍ଷୀ ଓ ବେସାମରିକ ସେବା ପଦକ ପାଇବାକୁ ଓଡ଼ିଶାର ୫ ଜଣ କର୍ମଚାରୀ ମନୋନିତ ହୋଇଛନ୍ତି। ସେମାନେ ହେଲେ :

ଜୟନ୍ତ କୁମାର ପଟେଲ, ଗୃହରକ୍ଷୀ କମ୍ପାନୀ କମାଣ୍ଡର

ରବିନ୍ଦ୍ର କୁମାର ମଲ୍ଲିକ, ଗୃହରକ୍ଷୀ

ମାୟାଧର ସୂତାର, ଗୃହରକ୍ଷୀ

ବି. ରାଜ କିଶୋର ସିଂ, ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀ

ସୁରଜ ହେମ୍ରମ, ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀ

ଅଗ୍ନିଶମ ସେବା ଗୃହରକ୍ଷୀ ବେସାମରିକ ପ୍ରତିରକ୍ଷା ସାଧାରଣତନ୍ତ୍ର ଦିବସ ସ୍ବାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026
Latest News

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.