Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ କହିଲେ ଏପରି କଥା
ବିଶେଷ ଖବର

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ କହିଲେ ଏପରି କଥା

January 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ କହିଲେ ଏପରି କଥା

ଭୁବନେଶ୍ବର: ଆଜି 73 ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି। ଏହି ସମୟରେ ସେ ଦେଶର ତଥା ରାଜ୍ୟର ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ମନେ ପକାଇଛନ୍ତି। ସେ କହିଛନ୍ତି ଯେ,

ପ୍ରିୟ ଭାଇ ଓ ଭଉଣୀମାନେ,

ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ ଜଣାଉଛି।

ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ମା ରମାଦେବୀ, ସହିଦ ବାଜି ରାଉତ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ୍‌ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ସେହିପରି ସହିଦ୍ ହୋଇଥିବା ଆମର କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ଚଳିତ ବର୍ଷ ସାରା ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ମହାନ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ ମଧ୍ୟ ଚଳିତ ବର୍ଷର ଏକ ଗୁରୁତ୍ବପୂର୍ଣ୍ଣ ଘଟଣା।

ଆମର ସ୍ବାଧୀନତା ସଂଗ୍ରାମ କେବଳ ଏକ ରାଜନୈତିକ ସଂଗ୍ରାମ ନ ଥିଲା। ଏହା ଥିଲା ସମତା ଓ ନ୍ୟାୟ ପାଇଁ ସଂଗ୍ରାମ। ହିଂସା ଓ ଶୋଷଣ ବିରୁଦ୍ଧରେ ସଂଗ୍ରାମ। ଆମର ସଂଗ୍ରାମ କେବଳ ଆମ ପାଇଁ ସ୍ବାଧୀନତା ଆଣି ନଥିଲା। ଏହା ଥିଲା ସାରା ବିଶ୍ବ ପାଇଁ ମାନବତାର ସବୁଠାରୁ ବଡ ବିଜୟ। ଆମର ସ୍ବାଧୀନ ମୂଲ୍ୟବୋଧ ହିଁ ସମସ୍ତ ବିବିଧତା ସତ୍ତ୍ବେ ଭାରତକୁ ମଜବୁତ କରି ରଖିଛି। ବିବିଧତା ହିଁ ଆମର ଶକ୍ତି। ଆମ ଜୀବନଧାରାର ଗୁରୁତ୍ବପୂର୍ଣ୍ଣ ଦିଗ। ଏହାକୁ ଆମେ କେବେ ବି ନଷ୍ଟ ହେବାକୁ ଦେବା ନାହିଁ।

ସେହିପରି ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ। ଆମ ଗଣତନ୍ତ୍ରର ଆତ୍ମା। ଏକ ମହାନ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର ହେଉଛି ଆମର ସମ୍ବିଧାନ। ଏକ ସମୃଦ୍ଧ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଏହା ଆମକୁ ସବୁବେଳେ ପ୍ରେରଣା ଦେଇଆସିଛି। ଆମ କଥା ଓ କାର୍ଯ୍ୟରେ ସମ୍ବିଧାନର ମୂଲ୍ୟବୋଧ ପ୍ରତିଫଳିତ ହୋଇପାରିଲେ, ଭାରତ ବିଶ୍ବର ଶ୍ରେଷ୍ଠ ଗଣତାନ୍ତ୍ରିକ ରାଷ୍ଟ୍ର ହୋଇପାରିବ।

ବନ୍ଧୁଗଣ, କରୋନାର ତୃତୀୟ ଲହରୀ ଏବେ ସାରା ବିଶ୍ବରେ ବ୍ୟାପିଛି। ଆମେ ମଧ୍ୟ ଏହାର ମୁକାବିଲା କରୁଛୁ। ମୋର ଅନୁରୋଧ ଆମେ ଭୟଭୀତ ହେବା ନାହିଁ। କରୋନାର ସବୁ ଗାଇଡ ଲାଇନ୍‌ସକୁ ଠିକ୍‌ ଭାବରେ ପାଳନ କରିବା ଏବଂ କରୋନାକୁ ହରାଇବା । ମୋର ବିଶ୍ବାସ, ସମସ୍ତଙ୍କ ସହଯୋଗରେ କରୋନା ଶୀଘ୍ର ଦୂର ହେବ ଏବଂ ଜୀବନ ଜୀବିକା ଆଗଭଳ ପୁଣି ସ୍ବାଭାବିକ ହେବ।    ଜୟହିନ୍ଦ୍

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣତନ୍ତ୍ର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026

ଓଡିଶାରେ ୯୦,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି: ଅଶ୍ୱିନୀ ବୈଷ୍ଣବ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.