Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା: ଭୟଭୀତ ନ ହେଇ କୋଭିଡ ନିୟମାବଳୀ ପାଳନ କରିବାକୁ କଲେ ନିବେଦନ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା: ଭୟଭୀତ ନ ହେଇ କୋଭିଡ ନିୟମାବଳୀ ପାଳନ କରିବାକୁ କଲେ ନିବେଦନ

January 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ତା ସହିତ ବରିଷ୍ଠ ନାଗରିକ ଓ front line ଯୋଦ୍ଧା ମାନଙ୍କୁ ବୁଷ୍ଟର ଡୋଜ ଦେବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ ରୋଗୀ ସଂଖ୍ୟା ସ୍ଥିର ରହିଥିବା ବେଳେ ନୂଆ ପଜିଟିଭ କେସ୍‌ରେ ମଧ୍ୟ ହ୍ରାସ ଘଟିଛି। ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ। କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ। ସଂପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ତା ସହିତ ମିଶନ ଶକ୍ତି ଗୋଷ୍ଠୀ ମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଜନସାଧାରଣ ଯେପରି କୋଭିଡ ସୁରକ୍ଷା ନିୟମାବଳୀ ଠିକ୍‌ ଭାବରେ ପାଳନ କରନ୍ତି, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସକୁ ପରାମର୍ଶ ଦେଇଥିଲେ।
ସେହିପରି ପୃଥକ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କର ସ୍ବାସ୍ଥ୍ୟ ଅବସ୍ଥା ସଂପର୍କରେ Rapid Response Team ଓ କ୍ଷେତ୍ର କର୍ମଚାରୀ ମାନେ ଠିକ୍ ଭାବରେ ତଦାରଖ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ।

ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ ସୁରକ୍ଷା ନିୟମାବଳୀକୁ ସଠିକ୍‌ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କୋଭିଡ ନିୟମାବଳୀର ପରିପାଳନ ନିମନ୍ତେ ପ୍ରଶାସନ ନେଇଥିବା ବିଭିନ୍ନ ପଦକଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍.କେ ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ଏକ ବିସ୍ତୃତ ଚିତ୍ର ଉପସ୍ଥାପନା କରିଥିଲେ। ରାଜ୍ୟରେ ଦୈନିକ ଟେଷ୍ଟିଂ ୬୫ ହଜାରରୁ ୭୦ ହଜାର ରହିଥିବା ବେଳେ, ପଜିଟିଭିଟି ହାର ୧୧.୪ ପ୍ରତିଶତ ରହିଛି। ଯାହାକି ଜାତୀୟ ହାର ଠାରୁ କମ୍‌ ଅଟେ। ଯାଜପୁର, ବାଲେଶ୍ବର, କଟକ, ସୁନ୍ଦରଗଡ ଓ ଖୋର୍ଦ୍ଧାରେ ପଜିଟିଭିଟି ହାର ତୁଳନାତ୍ମକ ଭାବେ ଅଧିକ ଅଛି ବୋଲି ସେ ସୂଚନା ଦେଇଥିଲେ। ସେହିପରି ଟିକାକରଣ ସ୍ଥିତି ମଧ୍ୟ ସନ୍ତୋଷଜନର ରହିଛି ବୋଲି ଶ୍ରୀ ଶର୍ମା ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ବର ଓ କଟକ ମ୍ୟୁନିସପାଲ କମିଶନର ଏବଂ ଖୋର୍ଦ୍ଧା ଓ ରାୟଗଡାର ଜିଲ୍ଲାପାଳ ମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ସଂପର୍କରେ ବୈଠକରେ ଉପସ୍ଥାପନା କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

କେଜରିୱାଲ ଏବଂ ସିସୋଦିଆଙ୍କୁ ବଡ଼ ଆଶ୍ୱସ୍ତି: ଏହି ମାମଲାରେ ସିବିଆଇକୁ ଭର୍ତ୍ସନା କଲେ କୋର୍ଟ

February 27, 2026

ଏଆଇ ସହ ନିତିଦିନିଆ ଆହ୍ବାନର ସମାଧାନ: ଷ୍ଟାର୍ଟଅପ୍‌ମାନଙ୍କ ନୂତନ ପ୍ରୟାସ

February 27, 2026

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026

ଭାରତ- ଇସ୍ରାଏଲ ମିଳିତ ବିବୃତ୍ତି

February 27, 2026
Latest News

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026

କେଜରିୱାଲ ଏବଂ ସିସୋଦିଆଙ୍କୁ ବଡ଼ ଆଶ୍ୱସ୍ତି: ଏହି ମାମଲାରେ ସିବିଆଇକୁ ଭର୍ତ୍ସନା କଲେ କୋର୍ଟ

February 27, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 27, 2026

ଆଜି କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.