Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲିଠାରୁ ଦୁଇ ଦିନ ଧରି ରାଜ୍ୟରେ ହେବ ବର୍ଷା, ସାତୋଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି
ବିଶେଷ ଖବର

ଆସନ୍ତାକାଲିଠାରୁ ଦୁଇ ଦିନ ଧରି ରାଜ୍ୟରେ ହେବ ବର୍ଷା, ସାତୋଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି

February 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲିଠାରୁ ଦୁଇ ଦିନ ଧରି ରାଜ୍ୟରେ ହେବ ବର୍ଷା, ସାତୋଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ 3 ଏବଂ 4 ତାରିଖରେ ଦୁଇଦିନ ଧରି ଓଡିଶାର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ସତର୍କ ସୂଚନା ଜାରୀ କରିଛି। ଏଥିସହିତ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ତରଫରୁ ମଧ୍ୟ ସତର୍କ ଜାରୀ କରାଯାଇଛି।

ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ବଜିୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡିକରେ 3 ଏବଂ 4 ତାରିଖ ପାଇଁ ୟେଲୋ ୱାର୍ଣ୍ଣି ଜାରୀ କରାଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର , କେନ୍ଦ୍ରାପଡା, କଟକ, ଜଗତସିଂହପରୁ , ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ବଜିୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡିକରେ 4 ଓ 5 ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମୁଖ୍ୟତଃ ପଶ୍ଚିମା ଝଡ ଆଗମନର ଆଶଙ୍କା ତଥା ବଙ୍ଗୋପସାଗର ମଧ୍ୟରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଅତ୍ୟଧିକ ମାତ୍ରାରେ ଉର୍ମ-ଜଳୀୟବାଷ୍ପର ପ୍ରଭାବରେ, ୩ ରୁ୪ ଫେବୃଆରୀ ୨୦୨୨ ମଧ୍ୟରେ ଓଡିଶାର ଏହିସବୁ ଜିଲ୍ଲାରେ ମଧ୍ୟମ ଧରଣର ବୃଷ୍ଟିପାତର ସମ୍ଭାବନା ରହିଛି।

ଏହି ପଶ୍ଚିମା ଝଡ ପ୍ରଭାବରେ କିଛି ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷାର ସମ୍ଭାବନା ମଧ୍ୟ ରହିଛି। ଏହି ପାଣିପାଗ ପ୍ରଭାବରେ ମୁଖ୍ୟତଃ କୃଷି କ୍ଷେତ୍ରରେ ପ୍ରଭାବ ପଡିବାର ସମ୍ଭାବନା ରହିଛି।

ଝାରସୁଗୁଡା ଦେବଗଡ ବରଗଡ ବର୍ଷା ଭୁବନେଶ୍ବର ପାଣିପାଗ ମୟୁରଭଞ୍ଜ ସମ୍ବଲପୁର ସୁନ୍ଦରଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ବିଡ଼ି, ସିନେ ଓ ଖଣି ଶ୍ରମିକଙ୍କ ପିଲାଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ଯୋଜନାରେ ଆବେଦନ ଆହ୍ୱାନ

July 23, 2025

ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା: ଜାଣନ୍ତୁ ଏହା କ’ଣ?

July 23, 2025

ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ନିଯୁକ୍ତି ପାଇଥିବା ଆଇଏଏସ ଅମ୍ରିତ ଋତୁରାଜ କିଏ ? ସେ ଏବେ କେଉଁଠି ଅଛନ୍ତି

July 23, 2025

ଭିଜିଲାନ୍ସ ଜାଲରେ ବିଏମସି ନିର୍ବାହୀ ଯନ୍ତ୍ରୀ: ଭୁବନେଶ୍ଵର ସମେତ ଏକକାଳୀନ ୪ ଟି ସ୍ଥାନରେ ଚାଲିଛି ଚଢାଉ

July 23, 2025
Latest News

ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦରେ ପୁଣି ପାକିସ୍ତାନର କାଶ୍ମୀର ପ୍ରେମ: କଡ଼ା ପ୍ରହାର କଲା ଭାରତ

July 23, 2025

ବିଡ଼ି, ସିନେ ଓ ଖଣି ଶ୍ରମିକଙ୍କ ପିଲାଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ଯୋଜନାରେ ଆବେଦନ ଆହ୍ୱାନ

July 23, 2025

ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା: ଜାଣନ୍ତୁ ଏହା କ’ଣ?

July 23, 2025

ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ନିଯୁକ୍ତି ପାଇଥିବା ଆଇଏଏସ ଅମ୍ରିତ ଋତୁରାଜ କିଏ ? ସେ ଏବେ କେଉଁଠି ଅଛନ୍ତି

July 23, 2025

ଭିଜିଲାନ୍ସ ଜାଲରେ ବିଏମସି ନିର୍ବାହୀ ଯନ୍ତ୍ରୀ: ଭୁବନେଶ୍ଵର ସମେତ ଏକକାଳୀନ ୪ ଟି ସ୍ଥାନରେ ଚାଲିଛି ଚଢାଉ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.