Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେଡି ଓଡିଶାରେ ନିର୍ବାଚନ ଜିଣି ସାରିଛି , ଚତୁର୍ଥ ପର୍ଯ୍ୟାୟ ଏବେ କେବଳ ଅତିରିକ୍ତ ବୋନସ ମାତ୍ର !
ବିଶେଷ ଖବର

ବିଜେଡି ଓଡିଶାରେ ନିର୍ବାଚନ ଜିଣି ସାରିଛି , ଚତୁର୍ଥ ପର୍ଯ୍ୟାୟ ଏବେ କେବଳ ଅତିରିକ୍ତ ବୋନସ ମାତ୍ର !

April 24, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
BJD position is better than others
BJD position is better than others

ସମୀକ୍ଷା ବ୍ୟୁରୋ

ଗତ ୨୩ ଏପ୍ରିଲରେ ଓଡିଶାର ୬ ଟି ଲୋକସଭା ଓ ୪୨ ଟି ବିଧାନସଭା ପାଇଁ ନିର୍ବାଚନ ଚାଲିଥିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରାପଡାରେ ଏକ ନିର୍ବାଚନ ସଭାରେ ସମ୍ବୋଧିତ କରି କହିଥିଲେ ଯେ, ନବୀନ ବାବୁକା ଓଡିଶା ସେ ଜାନା ତୟ ହୈ- ଅର୍ଥାତ ଓଡିଶା ଶାସନରୁ ନବୀନ ପଟ୍ଟନାୟକଙ୍କ ବିଦାୟ ଏଥର ନିଧାର୍ଯ୍ୟ। ଯେତେବେଳେ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ବଡ ଇଜ୍ଜତଦାର ଢଙ୍ଗରେ ଏ କଥା କହୁଥିଲେ, ସେତେବେଳେ ଓଡିଶାର ଜନ ସାଧାରଣ ଓଡିଶା ଶାସନର ଭବିଷ୍ୟତ ବିଷୟରେ ନିର୍ଣ୍ଣାୟକ ନିଷ୍ପତ୍ତି ନେଇସାରିଥିଲେ। ୧୦୫ଟି ବିଧାନସଭା ପାଇଁ ଅନୁଷ୍ଠିତ ହୋଇସାରିଥିବା ନିର୍ବାଚନରେ ୧୯ ବର୍ଷ ଧରି ଶାସନ କରୁଥିବା ବିଜୁ ଜନତା ଦଳ କୁ ପୁଣି ଥରେ ବହୁମତ ମିଳିସାରିଛି ବୋଲି ବିଭିନ୍ନ ସୂତ୍ରରୁ ଜଣା ପଡୁଛି। ଗତ ମାସେ ଧରି ଆମର କ୍ଷେତ୍ର ଅଧ୍ୟୟନ, ବିଭିନ୍ନ ସାମ୍ବାଦିକ ଓ ସମାଜସେବୀଙ୍କ ସୂଚନା ତଥା କେତୋଟି ଗୋପନୀୟ ସୂତ୍ରରୁ ଯାହା ଜଣା ପଡୁଛି, ପ୍ରଥମ ତିନୋଟି ପର୍ୟାୟରେ ବିଜେଡି ସରକାର ଗଢିବା ଲାଗି ଆବଶ୍ୟକ ହେଉଥିବା ୭୪ ସଂଖ୍ୟା ଟପି ସାରିଛି। ଚତୁର୍ଥ ପର୍ଯ୍ୟାୟରେ ଆଉ ଯେତିକି ଆସନ ମିଳିବ ତାହା ବିଜେଡି ପାଇଁ କେବଳ ଅତିରିକ୍ତ ବୋନସ ବୋଲି କୁହା ଯାଇପାରେ।

ଏକଥା କହିଲା ବେଳେ ଅନ୍ୟ ଦଳର ସମର୍ଥକ ଓ ଭକ୍ତଙ୍କର ସ୍ଵାଭାବିକ ପ୍ରତିକ୍ରିୟା କଣ ହେବ ଆମେ ଜାଣୁ। କିନ୍ତୁ ସତ୍ୟ କୁ ଅଣଦେଖା  କରି ସାମ୍ବାଦିକତା କରିବା  ଆମର ଧର୍ମ ନୁହେଁ। ଏହି ନିର୍ବାଚନ ସ୍ଥିତାବସ୍ଥା ସପକ୍ଷରେ ଏକ ନିର୍ବାଚନ, ଏହି ସତ୍ୟ କୁ ଆମକୁ ସ୍ଵୀକାର କରିବାକୁ ପଡିବ। ଏକଥା ସର୍ବ ସାଧାରଣରେ ଲେଖିଲା ବେଳେ ଆମେ ଏଥି ପ୍ରତି ମଧ୍ୟ ସତର୍କ ଯେ, ନିର୍ବାଚନ ସମ୍ପର୍କିତ କୌଣସି ବି ଭବିଷ୍ୟତବାଣୀ ୧୦୦% ସତ୍ୟ ହୋଇ ନପାରେ। ତଥାପି ଆମେ ଆମ ସୂତ୍ରକୁ ନେଇ ବେଶ ବିଶ୍ଵସ୍ତ ତଥା ଆଶ୍ଵସ୍ତ । ପ୍ରଥମ ଦୁଇଟି ପର୍ଯ୍ୟାୟରେ ବିଜେଡି କୁ ୪୫ ରୁ ୫୦ ଆସନ ମିଳିଥିବା ବେଳେ ତୃତୀୟ ପର୍ଯ୍ୟାୟରେ ଏହା ୨୫-୨୮ ଆସନ ହାସଲ କରିବାରେ ସମର୍ଥ ହୋଇଛି। ବିଜେପି ଓ କଂଗ୍ରେସ ଭିତରେ ଦ୍ଵିତୀୟ ସ୍ଥାନ ଲାଗି କଡା ମୁକାବିଲା ଅଛି। ତେବେ କଂଗ୍ରେସ ଓ ବିଜେପି ବିଜେଡ଼ିର ପାଖାପାଖି ହୋଇ ପାରିବେ ବୋଲି ଆଶା କରା ଯାଉନାହିଁ।

ଆଉ ଗୋଟେ କଥା ଏଥି ସ୍ପଷ୍ଟ କରିଦେବା ଠିକ ହେବ। ଏଥର ଓଡିଶାରେ ବିଜେପିର ଭୋଟ ହାର ଅତି କମରେ ୭ ରୁ ୧୦ % ବଢିପାରେ। ତେବେ ଏହି ଅଭିବୃଦ୍ଧି ଆସନ ଜିଣିବାରେ ସହାୟକ ହେବନାହିଁ। କଂଗ୍ରେସ ଆଜି ମଧ୍ୟ ନିଜର ୧୫% ଭୋଟ ଆଧାରକୁ ଅକ୍ଷୁଣ୍ଣ ରଖିଛି। ତାହା ହିଁ ବିଜପି ଲାଗି ଚିନ୍ତାର କାରଣ। ଏ ପର୍ୟନ୍ତ ବିଜେଡ଼ିର ଭୋଟ ଆଧାର ଉପରେ ବିଜେପି ହାତ ମାରି ପାରିନାହିଁ। ଯାହାର ପରିଣତି ସ୍ଵରୂପ ପ୍ରଥମ ଦୁଇଟି ପର୍ୟାୟରେ ବିଜେଡି ଅନେକ ବିଧାନସଭା ଆସନ ପୋଛି ନେଇଛି। ଏପରିକି କଳାହାଣ୍ଡି ଓ ନବରଂଗପୁର ଲୋକସଭା କ୍ଷେତ୍ର, ଯେଉଁଠି ବିଜେପି ଓ କଂଗ୍ରେସର ସ୍ଥିତି ନିର୍ବାଚନ ପୂର୍ବରୁ ବେଶ ସୁଦୃଢ ଲାଗୁଥିଲା, ସେଠାରେ ମଧ୍ୟ ବିଜେଡ଼ିର ପ୍ରଦର୍ଶନ ଯଥେଷ୍ଟ ଭଲ ହୋଇଛି ବୋଲି ରିପୋର୍ଟ ମିଳୁଛି। କଳାହାଣ୍ଡିରେ ୫ ଟି ଆସନ ବିଜେଡ଼ିକୁ ଓ ଗୋଟିଏ ଲେଖାଏଁ ଆସନ କଂଗ୍ରେସ ଓ ବିଜେପି ହାତକୁ ଯାଇଛି ବୋଲି ଅନୁମାନ କରାଯାଉଛି। ନବରଙ୍ଗପୁରରେ ମଧ୍ୟ ସ୍ଥିତି ଆପାତତଃ ସମାନ ରହିଛି। ମାଲକାନଗିରିରେ ବିଜେପି ଓ ବିଜେଡି ମଧ୍ୟରେ ତୀବ୍ର ମୁକାବିଲା ଥିବା ବେଳେ ନବରଙ୍ଗପୁର ବିଧାନସଭା ଆସନ କଂଗ୍ରେସ ପାଇଛି ବୋଲି କୁହା ଯାଉଛି। ବାକି ସବୁ ଆସନରେ ବିଜେଡ଼ିର ପ୍ରଦର୍ଶନ ଭଲ ରହିଛି।

ବଲାଙ୍ଗୀର ଲୋକସଭା କ୍ଷେତ୍ରରେ ବିଜେପିର ପ୍ରଦର୍ଶନ ଭଲ ହୋଇଥିବାର ରିପୋର୍ଟ ଆସୁଛି। ବଲାଙ୍ଗିରର ଲୋଇସିଂହା ଓ ପାଟଣାଗଡ ଆସନ ବିଜେପି ପାଉଛି ବୋଲି ସୂଚନା ମିଳୁଥିବା ବେଳେ କଣ୍ଟାବାଞ୍ଜିରେ ପୁରୁଖା କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ଅଗ୍ରଣୀ ରହିଛନ୍ତି।

ଆମେ କେବଳ କେତୋଟି ନିର୍ଦ୍ଦିଷ୍ଟ କ୍ଷେତ୍ର ବିଷୟରେ ଏଠାରେ ସୂଚନା ଦେଇ ମଇ ୨୩ ର ଫଳାଫଳ ବିଷୟରେ ଏକ ସଙ୍କେତ ପ୍ରଦାନ କରୁଛୁ। ଆମର ପାଠକ ଆସନ୍ତା ୨୩ ତାରିଖରେ ଆମର ଅନୁମାନ ଓ ସତ୍ୟତାର ଏକ ତୁଳନା କରିବାର ସୁଯୋଗ ନିଶ୍ଚୟ ପାଇବେ। ଆମର ଅନୁମାନ କୁ ନେଇ ଆପଣଙ୍କର ତାଳି ଓ ଗାଳି, ଉଭୟକୁ ଆମର ସ୍ବାଗତ।

( ମୋବାଇଲରେ ଫଟାଫଟ ଖବର ପଢିବା ପାଇଁ ଡାଉନଲୋଡ କରନ୍ତୁ SANKHIPTA ଆପ, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଘଷି ଘଷି ପଢିଚାଲନ୍ତୁ ଖବର ପରେ ଖବର )

assembly kedarmishra odishaelection ଦିସମୀକ୍ଷା ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

୯୯୩ କୋଟି ଟଙ୍କାର ଆରାକୋନମ-ଚେଙ୍ଗାଲପଟୁ ଦୋହରୀକରଣ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

May 20, 2026

ଭୁବନେଶ୍ୱରରେ ‘ପୂର୍ବାଞ୍ଚଳ କୃଷି ସମ୍ମିଳନୀ -୨୦୨୬’: ଓଡ଼ିଶାର କୃଷି ବିକାଶକୁ କେନ୍ଦ୍ରର ପ୍ରଶଂସା

May 19, 2026

ବ୍ରହ୍ମପୁରରେ ଦୁଇ ଯୁବକ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା: ରାଜ୍ୟ ସରକାରକୁ ଘେରିଲେ ନବୀନ

May 19, 2026

ଅସୁସ୍ଥ ଏବଂ ବିପଦଜନକ କୁକୁରମାନଙ୍କ ପାଇଁ ବଡ଼ ଖବର: କଡ଼ା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

May 19, 2026
Latest News

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026

ଭଦ୍ରକ ଜିଲ୍ଲାରେ ଆସନ୍ତା ୩୧ ପର୍ଯ୍ୟନ୍ତ ଅଙ୍ଗନବାଡି ବନ୍ଦ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.