Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲି ନିର୍ବାଚନ, ୨୦୦ଟି ଜିଲ୍ଲା ପରିଷଦ, ୧୬୬୯ ଟି ପଞ୍ଚାୟତରେ ହେବ ଭୋଟ, ୨୨୫ ପ୍ଲାଟୁନ ଫୋର୍ସ ମୁତୟନ
ବିଶେଷ ଖବର

ଆସନ୍ତାକାଲି ନିର୍ବାଚନ, ୨୦୦ଟି ଜିଲ୍ଲା ପରିଷଦ, ୧୬୬୯ ଟି ପଞ୍ଚାୟତରେ ହେବ ଭୋଟ, ୨୨୫ ପ୍ଲାଟୁନ ଫୋର୍ସ ମୁତୟନ

February 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ନିର୍ବାଚନ, ୨୦୦ଟି ଜିଲ୍ଲା ପରିଷଦ, ୧୬୬୯ ଟି ପଞ୍ଚାୟତରେ ହେବ ଭୋଟ ଗ୍ରହଣ, ୨୨୫ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ବର: ବୁଧବାର ଦିନ ହେବ ଓଡିଶା ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ସେଥିପାଇଁ ସୋମବାର ଦିନ ଏହାର ପ୍ରଚାର ଶେଷ ହୋଇଛି। ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ। ସେଥିପାଇଁ ମଙ୍ଗଳବାରଠାରୁ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପୁଲିଂ ଅଫିସରମାନେ ପହଁଚି ସାରିଛନ୍ତି।

ପ୍ରଥମ ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୭୧ଟି ବ୍ଲକରେ ଭୋଟ ଗ୍ରହଣ କରାଯିବ। ଏଥିରେ ୧୬୬୯ ଟି ଗ୍ରାମ ପଞ୍ଚାୟତର ସରପଞ୍ଚ, ୱାର୍ଡ ମେମ୍ବର ଏବଂ ସମିତି ସଭ୍ୟ ପଦବୀ ପାଇଁ ନିର୍ବାଚନ ହେବ। ସେହିପରି ପ୍ରଥମ ପର୍ଯ୍ୟାୟରେ ୨୦୦ଟି ଜୋନରେ ଜିଲ୍ଲା ପରିଷଦ ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବ। ଏଥିରେ ବିଭିନ୍ନ ଦଳରୁ ମୋଟ ୭୨୬ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି।

ପ୍ରଥମ ପର୍ଯ୍ୟାୟରେ ୬୭ ଲକ୍ଷ ୫୧ ହଜାର ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ମୋଟ ୨୨,୩୭୯ ଟି ପୁଲିଂ ବୁଥ କରାଯାଇଛି। ସେଥି ମଧ୍ୟରୁ ୩୩୫୭ଟି ବୁଥ ଉତ୍ତେଜନା ପ୍ରବଣ ରହିଛି। ଶାନ୍ତି ଶୃଙ୍ଖଳା ପାଇଁ ୨୨୫ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି। ଏଥିରେ ମୋଟ ୩୭୨୪୫ ପୋଲିସ ଅଧିକାରୀ ସାମିଲ ହୋଇଛନ୍ତି।

ଏଥର ପଞ୍ଚାୟତ ନିର୍ବାଚନ ପାଞ୍ଚୋଟି ପର୍ଯ୍ୟାୟରେ କରାଯାଉଛି। ପ୍ରଥମ ପର୍ଯ୍ୟାୟ  ୧୬ ତାରିଖରେ ହେଉଛି। ଏହାପରେ ୧୮ ତାରିଖ, ୨୦ ତାରିଖ, ୨୨ ତାରିଖ ଏବଂ ୨୪ ତାରିଖରେ ଭୋଟ ଗ୍ରହଣ ହେବ। ଏହି ଗଣତନ୍ତ୍ର ପର୍ବରେ ରାଜ୍ୟରୁ ମୋଟ ୨ କୋଟି ୭୯ ଲକ୍ଷ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ।

ଓଡିଶା ପଞ୍ଚାୟତ ନିର୍ବାଚନ ଜିଲ୍ଲା ପରିଷଦ ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ଭୋଟ ଗ୍ରହଣ ସରପଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.