Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହାରିବା ଭୟରେ ନିର୍ବାଚନୀ ହିଂସା କରୁଛି ବିଜେପି: ବିଜେଡି
ବିଶେଷ ଖବର

ହାରିବା ଭୟରେ ନିର୍ବାଚନୀ ହିଂସା କରୁଛି ବିଜେପି: ବିଜେଡି

February 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଜେଡି ସବୁ ବେଳେ ଅହିଂସାରେ ବିଶ୍ୱାସ କରେ ଏବଂ ଶାନ୍ତିପୂର୍ଣ ନିର୍ବାଚନ ଦ୍ୱାରା ହିଁ ଗଣତନ୍ତ୍ରକୁ ସୁଦୃଢ କରାଯାଇ ପାରିବ ବୋଲି କହିଛନ୍ତି ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଏବଂ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ନିର୍ବାଚନୀ ହିଂସାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟୁଇଟ୍‍ର ଜବାବ ଦେଇ ଶ୍ରୀ ଦାସ କହିଛନ୍ତି ଯେ, ଦୁଃଖର କଥା ହେଉଛି ଓଡିଶାର ପ୍ରମୁଖ ବିରୋଧୀ ଦଳ ବିଜେପି, ଚଳିତ ପଞ୍ଚାୟତ ନିର୍ବାଚନରେ ହାରିବା ଭୟରେ ନିର୍ବାଚନୀ ହିଂସା କରୁଛି।

ବିଜେପି ବିଧାୟକ ଜୟନାରାୟଣ ମିଶ୍ର ସରକାରୀ କର୍ମଚାରୀଙ୍କୁ ଧମକାଉଛନ୍ତି। ବିଜେପି ନେତା ଓ କର୍ମୀମାନେ ଗଜପତି ଓ ପିପିଲିରେ ବିଜେଡି ଜ଼ିଲ୍ଲା ପରିଷଦ ପ୍ରାର୍ଥୀଙ୍କୁ ଆକ୍ରମଣ କରି ରକ୍ତାକ୍ତ କରିଛନ୍ତି। କୋରାପୁଟ, ସାଲେପୁର, ବ୍ରହ୍ମଗିରି, କଣାସ, ଢେଙ୍କାନାଳ ଏବଂ ଆହୁରି ଅନେକ ଜିଲ୍ଲାମାନଙ୍କରେ ବିଜେପି ନିର୍ବାଚନୀ ହିଂସା କରିଛି।

ଏହା ପୂର୍ବରୁ ବିଜେପି ସାଂସଦ ଜୁଏଲ ଓରାମ ଜଣେ ମହିଳାଙ୍କ ସହ ଅସଦାଚରଣ କରିବା ଓ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ସରକାରୀ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ତାଙ୍କ ହାତ ଭାଙ୍ଗି ଦେବା ଭଳି ଘଟଣା ବିଜେପିର ହିଂସା ପ୍ରବଣତାକୁ ଦର୍ଶାଇ ଥିଲା। ବିଜେଡି ଆଶା କରୁଛି ଯେ ବିଜେପି ହିଂସାରୁ ନିବୃତ୍ତ ରହି ଏହି ଗଣତନ୍ତ୍ରର ପର୍ବକୁ ଅହିଂସା ଦ୍ୱାରା ସୁଦୃଢ କରିବ ବୋଲି ଶ୍ରୀ ଦାସ କହିଛନ୍ତି।

ନିର୍ବାଚନୀ ହିଂସା ବିଜେଡି ବିଜେପି ହାରିବା ଭୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

ପାକିସ୍ତାନର ୟୁ-ଟର୍ଣ୍ଣ: ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି

February 9, 2026

ରାଜ୍ୟସଭାରେ ଅର୍ଥନୀତି ଉପରେ ପ୍ରଶ୍ନ ଉଠାଇଲେ କଂଗ୍ରେସ ସାଂସଦ ପି. ଚିଦାମ୍ବରମ

February 9, 2026
Latest News

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.