Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହାରିବା ଭୟରେ ନିର୍ବାଚନୀ ହିଂସା କରୁଛି ବିଜେପି: ବିଜେଡି
ବିଶେଷ ଖବର

ହାରିବା ଭୟରେ ନିର୍ବାଚନୀ ହିଂସା କରୁଛି ବିଜେପି: ବିଜେଡି

February 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଜେଡି ସବୁ ବେଳେ ଅହିଂସାରେ ବିଶ୍ୱାସ କରେ ଏବଂ ଶାନ୍ତିପୂର୍ଣ ନିର୍ବାଚନ ଦ୍ୱାରା ହିଁ ଗଣତନ୍ତ୍ରକୁ ସୁଦୃଢ କରାଯାଇ ପାରିବ ବୋଲି କହିଛନ୍ତି ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଏବଂ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ନିର୍ବାଚନୀ ହିଂସାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟୁଇଟ୍‍ର ଜବାବ ଦେଇ ଶ୍ରୀ ଦାସ କହିଛନ୍ତି ଯେ, ଦୁଃଖର କଥା ହେଉଛି ଓଡିଶାର ପ୍ରମୁଖ ବିରୋଧୀ ଦଳ ବିଜେପି, ଚଳିତ ପଞ୍ଚାୟତ ନିର୍ବାଚନରେ ହାରିବା ଭୟରେ ନିର୍ବାଚନୀ ହିଂସା କରୁଛି।

ବିଜେପି ବିଧାୟକ ଜୟନାରାୟଣ ମିଶ୍ର ସରକାରୀ କର୍ମଚାରୀଙ୍କୁ ଧମକାଉଛନ୍ତି। ବିଜେପି ନେତା ଓ କର୍ମୀମାନେ ଗଜପତି ଓ ପିପିଲିରେ ବିଜେଡି ଜ଼ିଲ୍ଲା ପରିଷଦ ପ୍ରାର୍ଥୀଙ୍କୁ ଆକ୍ରମଣ କରି ରକ୍ତାକ୍ତ କରିଛନ୍ତି। କୋରାପୁଟ, ସାଲେପୁର, ବ୍ରହ୍ମଗିରି, କଣାସ, ଢେଙ୍କାନାଳ ଏବଂ ଆହୁରି ଅନେକ ଜିଲ୍ଲାମାନଙ୍କରେ ବିଜେପି ନିର୍ବାଚନୀ ହିଂସା କରିଛି।

ଏହା ପୂର୍ବରୁ ବିଜେପି ସାଂସଦ ଜୁଏଲ ଓରାମ ଜଣେ ମହିଳାଙ୍କ ସହ ଅସଦାଚରଣ କରିବା ଓ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ସରକାରୀ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ତାଙ୍କ ହାତ ଭାଙ୍ଗି ଦେବା ଭଳି ଘଟଣା ବିଜେପିର ହିଂସା ପ୍ରବଣତାକୁ ଦର୍ଶାଇ ଥିଲା। ବିଜେଡି ଆଶା କରୁଛି ଯେ ବିଜେପି ହିଂସାରୁ ନିବୃତ୍ତ ରହି ଏହି ଗଣତନ୍ତ୍ରର ପର୍ବକୁ ଅହିଂସା ଦ୍ୱାରା ସୁଦୃଢ କରିବ ବୋଲି ଶ୍ରୀ ଦାସ କହିଛନ୍ତି।

ନିର୍ବାଚନୀ ହିଂସା ବିଜେଡି ବିଜେପି ହାରିବା ଭୟ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ଭାବ୍ୟ ବାତ୍ୟା ମୁକାବିଲା: ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

November 19, 2026

Cyclone Akvan Update: ବାରମ୍ବାର ଗତିପଥ ବଦଳାଉଛି ବାତ୍ୟା ଅକଭାନ, ଏବେ ଗୋପାଳପୁର

November 19, 2026

ବାତ୍ୟା ମୁକାବିଲା ପାଇଁ ଜଳ ସମ୍ପଦ ବିଭାଗର ବ୍ୟାପକ ପ୍ରସ୍ତୁତି; ନଦୀବନ୍ଧ, ଜଳଭଣ୍ଡାର ଉପରେ ୨୪ ଘଣ୍ଟିଆ ନଜର

November 19, 2026

ସମ୍ଭାବ୍ୟ ବାତ୍ୟା ‘ଅକୱାନ’: ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ, ୧୧ଟି ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

November 18, 2026
Latest News

ଆଇସିଏଆର୍‌-ସିଫା ପକ୍ଷରୁ ୧୪ତମ ଭାରତୀୟ ମତ୍ସ୍ୟ ଓ ଜଳକୃଷି ଫୋରମ୍ ଆୟୋଜିତ

November 19, 2026

ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ତହସିଲଦାର ଓ ଡ୍ରାଇଭର

November 19, 2026

କୋଟିଆ ପ୍ରସଙ୍ଗରେ ବିଧାନସଭାରେ ହଟ୍ଟଗୋଳ: ତାରାଙ୍କ ଆତ୍ମାହୁତି ଧମକ, ରଘୁରାମଙ୍କ ପାଲଟା ଜବାବ

November 19, 2026

ବାଲୁଗାଁରେ ଏବିଭିପି ପକ୍ଷରୁ ‘ସଂସ୍କାର କେନ୍ଦ୍ର’ ଆରମ୍ଭ

November 19, 2026

ସମ୍ଭାବ୍ୟ ବାତ୍ୟା ମୁକାବିଲା: ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

November 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.