Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରକାଶ ପାଇଲା ଅଧ୍ୟକ୍ଷ, ଉପାଧ୍ୟକ୍ଷ ସହ ନାଏବ ସରପଞ୍ଚଙ୍କ ପାଇଁ ପରୋକ୍ଷ ନିର୍ବାଚନର ନିୟମ
ବିଶେଷ ଖବର

ପ୍ରକାଶ ପାଇଲା ଅଧ୍ୟକ୍ଷ, ଉପାଧ୍ୟକ୍ଷ ସହ ନାଏବ ସରପଞ୍ଚଙ୍କ ପାଇଁ ପରୋକ୍ଷ ନିର୍ବାଚନର ନିୟମ

February 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରକାଶ ପାଇଲା ଅଧ୍ୟକ୍ଷ, ଉପାଧ୍ୟକ୍ଷ ସହ ନାଏବ ସରପଞ୍ଚଙ୍କ ପାଇଁ ପରୋକ୍ଷ ନିର୍ବାଚନର ନିୟମ

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ଜାନୁଆରୀ ୧୧ ତାରିଖରେ ପ୍ରକାଶ ପାଇଥିବା ବିଜ୍ଞପ୍ତି ସଂଖ୍ୟା ୨୪୬, ୨୬୦ ଏବଂ ୨୭୪ ଅନୁସାରେ ନାଏବ ସରପଞ୍ଚ ପଞ୍ଚାୟତ ସମିତିର ଅଧ୍ୟକ୍ଷ/ଉପାଧ୍ୟକ୍ଷ ଏବଂ ଜିଲ୍ଲା ପରିଷଦର ସଭାପତି, ଉପସଭାପତି ପଦଗୁଡ଼ିକ ପରୋକ୍ଷ ନିର୍ବାଚନ ମାଧ୍ୟମରେ ପୂରଣ କରାଯିବ । ଆଜି ଏ ନେଇ ରାଜ୍ୟ ନିର୍ବାଚନ କମିଶନର ସୂଚନା ପ୍ରଦାନ କରିଛନ୍ତି।

ଆସନ୍ତା ମାର୍ଚ୍ଚ ମାସ ୧୧ ତାରିଖରେ ସମସ୍ତ ଗ୍ରାମ ପଞ୍ଚାୟତର ନାଏବ ସରପଞ୍ଚ ପଦ ପାଇଁ ପରୋକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । ପଞ୍ଚାୟତ ସମିତିର ଅଧ୍ୟକ୍ଷ ପଦ ନିମନ୍ତେ ମାର୍ଚ୍ଚ ୧୨ ତାରିଖରେ ନିିର୍ବାଚନ ଅନୁଷ୍ଠିତ ହେବ। ମାର୍ଚ୍ଚ ୧୩ ତାରିଖରେ ଜିଲ୍ଲା ପରିଷଦ ସଭା ପତି ନିର୍ବାଚନ ଅନୁଷ୍ଠିତ ହେବ ।

ସେହିପରି ପଞ୍ଚାୟତ ସମିତିର ଉପାଧ୍ୟକ୍ଷ ପଦବୀ ପାଇଁ ମାର୍ଚ୍ଚ ୨୩ ତାରିଖରେ ଓ ଜିଲ୍ଲା ପରିଷଦର ଉପସଭାପତି ପଦବୀ ନିମନ୍ତେ ମାର୍ଚ୍ଚ ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ପରୋକ୍ଷ ନିର୍ବାଚନ ମାଧ୍ୟମରେ ଉପରୋକ୍ତ ପଦବୀଗୁଡ଼ିକ ପୂରଣ ହେଉଥିବାରୁ ଏଥିନିମନ୍ତେ ନିର୍ବାଚନ ଅଧିକାରୀମାନେ ସଭ୍ୟମାନଙ୍କର ଏକ ସ୍ୱତନ୍ତ୍ର ବୈଠକ ଡାକିବେ ଓ ପରୋକ୍ଷ ନିର୍ବାଚନ ନ ସରିବା ପର୍ଯ୍ୟନ୍ତ ସଭ୍ୟମାନେ ସଭାଗୃହରୁ ବାହାରକୁ ଆସି ପାରିବେ ନାହିଁ ।

ଉପରୋକ୍ତ ପଦବୀ ପୂରଣ ନିମନ୍ତେ ଧାର୍ଯ୍ୟ ଦିନଗୁଡ଼ିକରେ ଦାୟିତ୍ୱରେ ଥିବା ନିର୍ବାଚନ ଅଧିକାରୀ ସକାଳ ୧୦.୩୦ରୁ ୧୧.୩୦ ମଧ୍ୟରେ ପ୍ରାର୍ଥୀଙ୍କୁ ନାମାଙ୍କନ ପତ୍ର ଦେବେ ଓ ୧୧.୩୦ରୁ ୧୨.୩୦ ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ ଏବଂ ଅପରାହ୍ନ ୧ ଘଣ୍ଟା ପୂର୍ବରୁ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ଏବଂ ଅପରାହ୍ନ ୧.୩୦ ଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସଂପୃକ୍ତ ପଦବୀ ନିମନ୍ତେ ଭୋଟ ଗ୍ରହଣ କରାଯିବ। ଭୋଟ ଗ୍ରହଣ ପରେ ପରେ ଭୋଟଗଣତି କରାଯିବ ବୋଲି ନିର୍ବାଚନ କମିଶନ ସମସ୍ତ ଜିଲ୍ଲା ପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଉପାଧ୍ୟକ୍ଷ ଓଡିଶା ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026
Latest News

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.