Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରସ୍ତୁତି, ଦିଆଗଲା ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ
ବିଶେଷ ଖବର

ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରସ୍ତୁତି, ଦିଆଗଲା ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ

February 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରସ୍ତୁତି, ଦିଆଗଲା ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆସନ୍ତା ପୌରସଂସ୍ଥା ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ତରଫରୁ ଦୁଇ ଦିନିଆ ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ କମିଶନଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲା: ଅନୁଗୋଳ, ବାଲେଶ୍ୱର, ବଲାଙ୍ଗୀର, ବରଗଡ଼, ବୌଦ୍ଧ, କଟକ, ଦେବଗଡ଼, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଆସିଥିବା ମାଷ୍ଟର ଟ୍ରେନରମାନଙ୍କୁ ତାଲିମ ଦିଆଯାଇଛି ।

ଏହି ତାଲିମ କାର୍ଯ୍ୟକ୍ରମକୁ ନିର୍ବାଚନ ଆୟୋଗଙ୍କ ସଚିବ ଶ୍ରୀ ରବୀନ୍ଦ୍ର ନାଥ ସାହୁ ଶୁଭାରମ୍ଭ କରିଥିବାବେଳେ ଆୟୋଗର ସ୍ୱତନ୍ତ୍ର ସଚିବ ରଘୁରାମ ଆର୍‌. ଆୟର, ଆଇନ୍‌ ଅଧିକାରୀ ମାଧୁରୀ ମିଶ୍ର ଓ ସେକ୍‌ସନ୍‌ ଅଧିକାରୀ ଉତ୍ତମ କୁମାର ପରିଡ଼ା ଉପସ୍ଥିତ ରହି ଜିଲ୍ଲାରୁ ଆସିଥିବା ମାଷ୍ଟର ଟ୍ରେନରମାନଙ୍କୁ ଇଭିଏମ୍‌ ମାଧ୍ୟମରେ ଭୋଟଗ୍ରହଣ ସଂପର୍କରେ ବିସ୍ତୃତ ତାଲିମ ପ୍ରଦାନ କରିଥିଲେ।

ଜିଲ୍ଲାରୁ ଆସିଥିବା ମାଷ୍ଟର ଟ୍ରେନରମାନେ ଇଭିଏମ୍‌ ତାଲିମ ନେଇ ଜିଲ୍ଲାସ୍ତରରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା କର୍ମଚାରୀମାନଙ୍କୁ ତାଲିମ ପ୍ରଦାନ କରିବେ । ଆସନ୍ତାକାଲି ଅବଶିଷ୍ଟ ୧୫ଟି ଜିଲ୍ଲାର ମାଷ୍ଟର ଟ୍ରେନରମାନଙ୍କୁ ଇଭିଏମ୍‌ ମାଧ୍ୟମରେ ଭୋଟଗ୍ରହଣ କରାଯିବା ସଂପର୍କରେ ତାଲିମ ପ୍ରଦାନ କରାଯିବ।

ରାଜ୍ୟର ସମୁଦାୟ ୧୦୭ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ୧୯୩୧ଟି ୱାର୍ଡର ୪୫୮୪ଟି ବୁଥ୍‌ରେ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରତ୍ୟେକ ବୁଥ୍‌ରେ ୨ଟି ଲେଖାଏଁ ଇଭିଏମ୍‌ ରହିବ। ଗୋଟିଏ କାଉନ୍‌ସିଲର/କର୍ପୋରେଟର ଓ ଅନ୍ୟଟି ଅଧ୍ୟକ୍ଷ/ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ। ପ୍ରାୟ ୧୧ ହଜାରରୁ ଅଧିକ ସଂଖ୍ୟକ ଇଭିଏମ୍‌ ପୌରସଂସ୍ଥା ନିର୍ବାଚନରେ ବ୍ୟବହାର କରାଯିବ ବୋଲି ନିର୍ବାଚନ କମିଶନ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

ପଞ୍ଚାୟତ ନିର୍ବାଚନ ପୌର ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Latest News

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.