Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ଉଦ୍ଧବ ଠାକରେ ଏବଂ ଶରଦ ପାୱାରଙ୍କୁ ଭେଟିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ, ମେଣ୍ଟ ପାଇଁ ହେବ ଆଲୋଚନା
ଜାତୀୟ ଖବର

ଆଜି ଉଦ୍ଧବ ଠାକରେ ଏବଂ ଶରଦ ପାୱାରଙ୍କୁ ଭେଟିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ, ମେଣ୍ଟ ପାଇଁ ହେବ ଆଲୋଚନା

February 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଶାସକ ଭାରତୀୟ ଜନତା ପାର୍ଟି (ବିଜେପି) ବିରୋଧରେ ଏକଜୁଟ ହେବାକୁ ବିରୋଧୀ ଦଳକୁ ଆହ୍ଵାନ ଦେବାର କିଛି ଦିନ ପରେ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଆଜି ମୁମ୍ବାଇ ଅଭିମୁଖେ ଯାଇଛନ୍ତି। ଯେଉଁଠାରେ ସେ ତାଙ୍କର ମହାରାଷ୍ଟ୍ର ପ୍ରତିପକ୍ଷ ଉଦ୍ଧବ ଠାକରେ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାରଙ୍କୁ ଭେଟିବେ।

ତେଲେଙ୍ଗାନା ରାଷ୍ଟ୍ରିୟ ସମିତି (ଟିଆରଏସ) ଅନୁଯାୟୀ ଶିବସେନା ସୁପ୍ରିମୋ ଉଦ୍ଧବ ଠାକରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଦଳକୁ ରାତ୍ରୀ ଭୋଜନ ପାଇଁ ନିମନ୍ତ୍ରଣ କରିଛନ୍ତି। ଏହି ସଭାଗୁଡ଼ିକରେ ଜାତୀୟ ରାଜନୈତିକ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ ବୋଲି ଦଳ କହିଛି।

କେ ଚନ୍ଦ୍ରଶେଖର ରାଓ ଏହା ପୂର୍ବରୁ ବିଜେପିକୁ ଟାର୍ଗେଟ କରି କହିଥିଲେ ଯେ, ବିଜେପିକୁ ଦେଶର କ୍ଷମତାରୁ ବାହାର କରି ଦିଆଯାଉ ନଚେତ୍ ଦେଶ ନଷ୍ଟ ହୋଇଯିବ। ଏଥିସହ ରାଜନୈତିକ ଶକ୍ତି ଏକାଠି ହୋଇ ବିଜେପିକୁ କ୍ଷମତାରୁ ହଟାଇବା ପାଇଁ ସେ ଆହ୍ଵାନ କରିଥିଲେ।

ବିଜେପି ବିରୋଧରେ ବିଭିନ୍ନ ବିରୋଧୀ ଦଳକୁ ଏକାଠି କରିବା ପାଇଁ ପ୍ରୟାସର ଏକ ଅଂଶ ଭାବରେ କେସିଆର ମଧ୍ୟ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିବାକୁ ଯୋଜନା କରିଛନ୍ତି। କେସିଆରଙ୍କ ଏହି ପଦକ୍ଷେପକୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବଗୌଡା ସମର୍ଥନ କରିଥିଲେ।

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଏହା ମଧ୍ୟ କହିଛନ୍ତି ଯେ, ଅଣ ଏନଡିଏ ଶାସିତ ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀମାନେ ଖୁବ ଶୀଘ୍ର ଦିଲ୍ଲୀରେ ଏକ ସମ୍ମିଳନୀ କରିବେ।

ଉଦ୍ଧବ ଠାକରେ କେ ଚନ୍ଦ୍ରଶେଖର ରାଓ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ଶରଦ ପାୱାର
Share. Facebook Twitter LinkedIn Email WhatsApp Copy Link

Related Posts

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026

ବିଜେପିର ମୁଖ୍ୟମନ୍ତ୍ରୀ ଏବଂ ଜେଡିୟୁର ଉପମୁଖ୍ୟମନ୍ତ୍ରୀ!: ବିହାର ସରକାରଙ୍କ ନୂତନ ରୂପରେଖା ପ୍ରକାଶ

March 6, 2026

୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍: କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

March 6, 2026
Latest News

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.