Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଳିଙ୍ଗ ଷ୍ଟାଡିଅମ୍‌ ର କ୍ରୀଡା ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ
ବିଶେଷ ଖବର

କଳିଙ୍ଗ ଷ୍ଟାଡିଅମ୍‌ ର କ୍ରୀଡା ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ

February 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍‌ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ବିଶେଷତଃ ନିର୍ମଣାଧୀନ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି। ଏହି ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ ହେଉଛି ଦେଶର ସର୍ବ ପ୍ରଥମ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ। ମୁଖ୍ୟମନ୍ତ୍ରୀ ଏହାର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରି କହିଛନ୍ତି ଯେ ‌ଆଥଲେଟ ମାନଙ୍କ ପାଇଁ ଏହି ଇନ୍‌ଡୋର ସୁବିଧା ଦେଶରେ ଆଥଲେଟିକ୍‌ ଖେଳର ବିକାଶକୁ ଜୋରଦାର କରିବ ଏବଂ ଏହି ଷ୍ଟାଡିଅମ ଆଗାମୀ ଦିନରେ ଆଥଲେଟିକ ଚମ୍ପିଆନ ସୃଷ୍ଟି କରିବାରେ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିବ।

ଏହି ଷ୍ଟାଡିଅମଟି ୧୨୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ କରାଯାଉଛି ଏବଂ ଚଳିତ ୨୦୨୨ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି ଜଣାଯାଇଛି। ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଆଥଲେଟିକ କ୍ରୀଡା ଅନୁଷ୍ଠିତ ହେବ ଏବଂ ଖେଳାଳୀମାନେ ସାରା ବର୍ଷ ତମାମ ଖେଳ ଅଭ୍ୟାସ ଜାରି ରଖିପାରିବେ। ଶହେ ଜଣ ଖେଳାଳୀଙ୍କୁ କୋଚିଂ ଦେବା ପାଇଁ ଏଥିରେ ଆବାସିକ ସୁବିଧା ମଧ୍ୟ ରହିଛି।

ଏହାପରେ ମୁଖ୍ୟମନ୍ତ୍ରୀ ନିର୍ମଣାଧୀନ ଟେନିସ ସେଣ୍ଟର ପ୍ରକଳ୍ପ ମଧ୍ୟ ପ୍ରଦର୍ଶନ କରିଥିଲେ। ଏହି ଟେନିସ୍‌ ସେଣ୍ଟର ଆଇଟିଏଫ ଟୁର୍ଣ୍ଣାମେଣ୍ଟ ଓ ଡେଭିସ କପ ଭଳି ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡା ଅନୁଷ୍ଠିତ ହେବାର ସୁବିଧା ଉପଲବ୍ଧ ହେବ।

ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡା ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ ଅଧୀନରେ ଏହିସବୁ କ୍ରୀଡା ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହାଦ୍ବାରା ରାଜ୍ୟର କ୍ରୀଡା କ୍ଷେତ୍ରରେ ରୂପାନ୍ତର ଆସିପାରିବ ବୋଲି ଆଶା କରାଯାଉଛି । ବର୍ତ୍ତମାନ କଳିଙ୍ଗ ଷ୍ଟାଡିଅମ୍‌ କମ୍ପେଲେକ୍‌ସରେ ଇନ୍‌ଡୋର ଆଥଲେଟିକ ଷ୍ଟାଡିଅମ ଓ ଟେନିସ ସେଣ୍ଟର ସହିତ ଇନ୍‌ଡୋର ଆକ୍ବାଟିକ୍‌ସ ଷ୍ଟାଡିଅମ, Hockey HPC Building, ଓ ଷ୍ଟାଫ ମାନଙ୍କ ପାଇଁ ଆବାସିକ ବ୍ୟବସ୍ଥା ଆଦି ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ନିର୍ମାଣ ଚାଲିଛି।

ଏହାପରେ ମୁଖ୍ୟମନ୍ତ୍ରୀ କଳିଙ୍ଗ ଷ୍ଟାଡିଅମର ମୁଖ୍ୟ ଫୁଟବଲ୍‌ ପଡିଆରେ ଅନୁଷ୍ଠିତ ହେଉଥିବା ଓଡିଶା ମହିଳା ଫୁଟବଲ ଲିଗ୍‌ର ମ୍ୟାଚ ଦେଖିଥିଲେ ଏବଂ ଖେଳାଳୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ।

ପରେ ମୁଖ୍ୟମନ୍ତ୍ରୀ ଭାରତୀୟ ଜାତୀୟ ହକୀ ଦଳର ଉଭୟ ପୁରୁଷ ଓ ମହିଳା ଖେଳାଳୀ ମାନଙ୍କୁ ଭେଟି ସେମାନଙ୍କର ରହଣୀ ଓ ଖେଳ ଅଭ୍ୟାସ ସଂପର୍କରେ ପଚାରି ବୁଝିଥିଲେ। ହକୀ କ୍ରୀଡାକୁ ମୁଖ୍ୟମନ୍ତ୍ରୀ ଯେଉଁ ସହଯୋଗ ଯୋଗାଇ ଦେଇଛନ୍ତି, ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଗାମୀ ପ୍ରୋ-ଲିଗ୍‌ ମ୍ୟାଚ ପାଇଁ ଶୁଭେଚ୍ଛା ଜଣାଇଥିଲେ ଏବଂ ଆଗାମୀ ଏସିଆନ ଓ କମନୱେଲ୍‌ଥ ଗେମ୍‌ସରେ ଦେଶ ପାଇଁ ସ୍ବର୍ଣ୍ଣ ପଦକ ଆଣିବା ପାଇଁ ଲକ୍ଷ୍ୟ ରଖିବାକୁ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଓ କ୍ରୀଡା ସଚିବ ଭିନିଲ କ୍ରୀଷ୍ଣା ଉପସ୍ଥିତ ଥିଲେ।

କ୍ରୀଡା ଭିତ୍ତିଭୂମି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

“ଚୁପ୍ ଚାପ୍ ଶୁଳ୍କ ଲାଗୁ କରିବାର ପ୍ରସ୍ତୁତି…”: UPIକୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ 

September 15, 2026

“ଉମର ଖାଲିଦ ଜଣେ ରାଷ୍ଟ୍ରବାଦୀ”: ଡକ୍ୟୁମେଣ୍ଟାରୀର ବିରୋଧ ମଧ୍ୟରେ କଂଗ୍ରେସ ନେତାଙ୍କ ବିବୃତ୍ତି 

September 15, 2026

ବନ୍ୟା ପ୍ରପୀଡ଼ିତ ନେପାଳକୁ ବିଜୁଳି ଯୋଗାଇଲା ଭାରତ

September 15, 2026

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026
Latest News

“ଚୁପ୍ ଚାପ୍ ଶୁଳ୍କ ଲାଗୁ କରିବାର ପ୍ରସ୍ତୁତି…”: UPIକୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ 

September 15, 2026

ନିଯୁକ୍ତି ପରୀକ୍ଷାକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ବାଂଶୁରୀ ସ୍ୱରାଜ: ରାହୁଲ ଗାନ୍ଧୀଙ୍କୁ କଲେ ପ୍ରଶ୍ନ

September 15, 2026

ଓରାକଲରେ ପୁଣି ବଡ଼ ଛଟେଇ, ଚାକିରି ହରାଇଲେ ହଜାର ହଜାର କର୍ମଚାରୀ

September 15, 2026

“ଉମର ଖାଲିଦ ଜଣେ ରାଷ୍ଟ୍ରବାଦୀ”: ଡକ୍ୟୁମେଣ୍ଟାରୀର ବିରୋଧ ମଧ୍ୟରେ କଂଗ୍ରେସ ନେତାଙ୍କ ବିବୃତ୍ତି 

September 15, 2026

ୟୁସିସି ଉପରେ ଗୃହମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ଓମାର ଅବଦୁଲ୍ଲା: ରାଜି ହେବ କି କେନ୍ଦ୍ର?

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.