Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶା ପୌର ନିର୍ବାଚନ ପାଇଁ ଜାରି ହେଲା ନୂଆ ନିୟମ ସହ ପ୍ରାର୍ଥୀଙ୍କ ବାଲାଟ୍ ପେପରର ରଂଗ
ବିଶେଷ ଖବର

ଓଡିଶା ପୌର ନିର୍ବାଚନ ପାଇଁ ଜାରି ହେଲା ନୂଆ ନିୟମ ସହ ପ୍ରାର୍ଥୀଙ୍କ ବାଲାଟ୍ ପେପରର ରଂଗ

February 22, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶା ପୌର ନିର୍ବାଚନ ପାଇଁ ଜାରି ହେଲା ପ୍ରାର୍ଥୀଙ୍କ ବାଲାଟ୍ ପେପରର ରଂଗ ସହ ନୂଆ ନିୟମ

ଭୁବନେଶ୍ୱର: ଆଗାମୀ ପୌରସଂସ୍ଥା ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୧୦୭ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥ୍‌ରେ ଇଭିଏମ୍‌ ମାଧ୍ୟମରେ ଭୋଟ ଗ୍ରହଣ କରାଯିବା ସହ ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା (Non of the Above) ବ୍ୟବହାର ହେବ। ବାଲାଟ୍‌ ପେପରର ସବାଶେଷରେ ନୋଟା ବଟନ୍‌ ରହିବ।

ନିର୍ବାଚନ ମଇଦାନରେ ଭୋଟରଙ୍କ ମନପସନ୍ଦର ପ୍ରାର୍ଥୀ ନଥିଲେ ଭୋଟରମାନେ ନୋଟା ବ୍ୟବହାର କରି ପାରିବେ। ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥ୍‌ରେ ଦୁଇଟି ଲେଖାଏଁ ଇଭିଏମ୍‌ ରହିବ। ସେଥିରୁ ଗୋଟିଏ କର୍ପୋରେଟର, କାଉନ୍‌ସିଲର ନିର୍ବାଚନ ପାଇଁ ଓ ଅନ୍ୟଟି ଅଧ୍ୟକ୍ଷ, ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ। କର୍ପୋରେଟର, କାଉନ୍‌ସିଲର ପ୍ରାର୍ଥୀମାନଙ୍କ ପାଇଁ ଗୋଲାପି ରଙ୍ଗର ବାଲାଟ୍‌ ପେପର ଓ ଅଧ୍ୟକ୍ଷ, ମେୟର ପ୍ରାର୍ଥୀମାନଙ୍କ ପାଇଁ ହଳଦିଆ ରଙ୍ଗର ବାଲାଟ୍‌ ପେପର ନିର୍ବାଚନରେ ବ୍ୟବସ୍ଥା କରାଯିବ।

ଏତଦ୍‌ବ୍ୟତୀତ ଭୋଟରମାନଙ୍କ ସୁବିଧା ନିମନ୍ତେ କର୍ପୋରେଟର, କାଉନ୍‌ସିଲର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍‌ ଉପରେ ଗୋଲାପି ରଙ୍ଗର ଗୋଲ ଷ୍ଟିକର ଓ ଅଧ୍ୟକ୍ଷ, ମେୟର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍‌ ଉପରେ ହଳଦିଆ ରଙ୍ଗର ଗୋଲ ଷ୍ଟିକର ଲଗାଯିବ। ଏହା ଦ୍ୱାରା କେଉଁ ପ୍ରାର୍ଥୀଙ୍କୁ କେଉଁ ଇଭିଏମ୍‌ରେ ଭୋଟ ଦେବାକୁ ହେବ, ତାହା ସହଜରେ ଭୋଟରମାନେ ଜାଣିପାରିବେ।

ପ୍ରତ୍ୟେକ ବୁଥ୍‌ ମଧ୍ୟରେ ମତଦାନ କରିବା ନିମନ୍ତେ ଦୁଇଟି ମତଦାନ ପ୍ରକୋଷ୍ଠ ରହିଛି । ପ୍ରଥମେ ଭୋଟରମାନେ ପ୍ରଥମ ପ୍ରକୋଷ୍ଠକୁ ଯାଇ ଆଗ ଅଧ୍ୟକ୍ଷ, ମେୟର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିସାରି ଦ୍ୱିତୀୟ ପ୍ରକୋଷ୍ଠକୁ ଯିବେ ଓ ସେଠାରେ କର୍ପୋରେଟର, କାଉନ୍‌ସିଲର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିବେ ବୋଲି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି।

ସେହିପରି ପୌର ନିର୍ବାଚନରେ ଦୃଷ୍ଟିହୀନ ଭୋଟରମାନଙ୍କ ପାଇଁ ବ୍ରେଲି ବାଲାଟ ପେପର ସୁବିଧା କରାଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରୁ ବଛାବଛା ମାଷ୍ଟର ଟ୍ରେନରମାନଙ୍କର ଦୁଇଦିନିଆ ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ ନିର୍ବାଚନ କମିଶନଙ୍କ ଦ୍ୱାରା ରାଜ୍ୟସ୍ତରରେ ଶେଷ ହୋଇଛି ।

ପୌର ନିର୍ବାଚନ ପାଇଁ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ୱାର୍ଡ ପୁନର୍ଗଠନ, ବୁଥ ଓ ଭୋଟର ତାଲିକା ପ୍ରସ୍ତୁତି ଇତ୍ୟାଦି କାର୍ଯ୍ୟକୁ ଅନୁମୋଦନ କରିସାରିଛନ୍ତି । ପୌର ନିର୍ବାଚନ ନିମନ୍ତେ ସମସ୍ତ ଦିଗରୁ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତ ଥିବା କମିଶନ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

ପୌର ନିର୍ବାଚନ ବାଲଟ ପେପର
Share. Facebook Twitter LinkedIn Email WhatsApp Copy Link

Related Posts

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.