Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ସହିତ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ବିଶେଷ ଖବର

ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ସହିତ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟେଲିଫୋନ ଯୋଗେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ସହିତ କଥା ହୋଇଛନ୍ତି। ଏହି ଆଲୋଚନା ସମୟରେ ରାଷ୍ଟ୍ରପତି ପୁତିନ ୟୁକ୍ରେନ୍‌ ସଂକ୍ରାନ୍ତ ସାମ୍ପ୍ରତିକ ଘଟଣାକ୍ରମ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ବିସ୍ତୃତ ସୂଚନା ଦେଇଥିଲେ।

ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ରୁଷ ଏବଂ ନାଟୋ ସଂଘ ମଧ୍ୟରେ ରହିଥିବା ବିବାଦ କେବଳ ସଚ୍ଚୋଟ ଏବଂ ନିଷ୍ଠାପର ଆଲୋଚନା ମାଧ୍ୟମରେ ସମାଧାନ ହୋଇପାରିବ। ଦୀର୍ଘ ସମୟ ଧରି ଭାରତର ଏହି ବିଶ୍ବାସକୁ ପ୍ରଧାନମନ୍ତ୍ରୀ ପୁନର୍ବାର ଦୋହରାଇଥିଲେ।

ପ୍ରଧାନମନ୍ତ୍ରୀ ତତ୍କାଳ ହିଂସାର ପରିସମାପ୍ତି ପାଇଁ ନିବେଦନ କରିଥିଲେ ଏବଂ କୂଟନୈତିକ ଆଲୋଚନା ଓ ବାର୍ତ୍ତାଳାପ ମାର୍ଗକୁ ଫେରି ଆସିବା ଲାଗି ସମସ୍ତ ପକ୍ଷ ସମ୍ମିଳିତ ପ୍ରୟାସ କରିବା ଆବଶ୍ୟକ ବୋଲି ସେ ଆହ୍ବାନ କରିଥିଲେ।

ୟୁକ୍ରେନରେ ଥିବା ଭାରତୀୟ ନାଗରିକ, ବିଶେଷ କରି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନେଇ ଭାରତର ଚିନ୍ତା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ରୁଷ ରାଷ୍ଟ୍ରପତିଙ୍କୁ ଅବଗତ କରାଇଥିଲେ। ସେମାନଙ୍କୁ ନିରାପଦ ଭାବେ ସ୍ବଦେଶ ଫେରାଇ ଆଣିବା ଭାରତର ସର୍ବୋଚ୍ଚ ପ୍ରାଥମିକତା ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ଆପୋସ ହିତ ଜଡ଼ିତ ପ୍ରସଙ୍ଗରେ ଉଭୟ ରାଷ୍ଟ୍ରର ଅଧିକାରୀ ଏବଂ କୂଟନୈତିକ ଦଳ ପରସ୍ପର ସହ ନିୟମିତ ଯୋଗାଯୋଗ ରକ୍ଷା କରିବେ ବୋଲି ଦୁଇ ନେତା ସହମତ ହୋଇଥିଲେ।

ଋଷ ରାଷ୍ଟ୍ରପତି ନରେନ୍ଦ୍ର ମୋଦୀ ଭ୍ଲାଦିମିର ପୁତିନ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.