Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଘୋଷଣା ହେଲା ରାଜ୍ୟର ପୌର ନିର୍ବାଚନ ପାଇଁ ତାରିଖ, ମାର୍ଚ୍ଚ ୨୪ରେ ହେବ ମତଦାନ
ବିଶେଷ ଖବର

ଘୋଷଣା ହେଲା ରାଜ୍ୟର ପୌର ନିର୍ବାଚନ ପାଇଁ ତାରିଖ, ମାର୍ଚ୍ଚ ୨୪ରେ ହେବ ମତଦାନ

February 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୌର ନିର୍ବାଚନ ନେଇ ଆଜି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ୧୦୬ ଟି ପୌର ପରିଷଦ ଏବଂ ୩ ଟି ମହାନଗର ନିଗମରେ ନିର୍ବାଚନ ପାଇଁ ନିର୍ବାଚନ କମିଶନର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। କିନ୍ତୁ ପୁରୀ ମ୍ୟୁନିସିପାଲିଟିରେ ଏଥର ଭୋଟ ଗ୍ରହଣ ହୋଇପାରିବ ନାହିଁ। ଏଥିରେ ୪୪ ଲକ୍ଷ ଭୋଟର ମତଦାନ କରିବେ। ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ତେଣୁ ଆଜିଠାରୁ ଆଦର୍ଶ ଆଚରଣ ବିଧି ଲାଗୁ ହେଲା ବୋଲି ନିର୍ବାଚନ କମିଶନର ସୂଚନା ଦେଇଛନ୍ତି।

ତେବେ ମାର୍ଚ୍ଚ ୨୬ ତାରିଖରେ ଭୋଟ ଗଣତି ହେବ। ମାର୍ଚ୍ଚ ୨ ତାରିଖରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ମନୋନୟନ ପତ୍ର ଦାଖଲ ହେବ। ମାର୍ଚ୍ଚ ୯ ତାରିଖରେ ପ୍ରାର୍ଥୀ ପତ୍ର ଦାଖଲ ହେବ। ଏବଂ ମାର୍ଚ୍ଚ ୧୪ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯିବ। ପ୍ରଥମ ଥର ପାଇଁ ଏହି ନିର୍ବାଚନରେ ନୋଟା ବ୍ୟବସ୍ଥା ରହିବ। କୌଣସି ପ୍ରାର୍ଥୀଙ୍କୁ ପସନ୍ଦ ନହଲେ ଭୋଟରମାନେ ନୋଟାରେ ଭୋଟ ଦେଇପାରିବେ।

ଏହି ନିର୍ବାଚନରେ ପ୍ରତ୍ୟେକ ବୁଥ ପାଇଁ ୨ ଟି ଲେଖାଏଁ ଇଭିଏମ ରହିବ। ଅଧ୍ୟକ୍ଷ ପଦବୀ ଏବଂ ମେୟର ପଦବୀ ପାଇଁ ସିଧାସଳଖ ନିର୍ବାଚନ ହେଉଥିବାରୁ ୨ ଟି ଅଲଗା ଅଲଗା ଇଭିଏମ ରହିବ।

ଜାଣନ୍ତୁ କେଉଁଦିନ କଣ

ବିଜ୍ଞପ୍ତି ପ୍ରକାଶ- ଫେବୃୟାରୀ ୨୮

ନାମାଙ୍କନ ପତ୍ର ଦାଖଲ : ୨ ମାର୍ଚ୍ଚରୁ ୭ ମାର୍ଚ୍ଚ ୨୦୨୨

ପ୍ରାର୍ଥୀପତ୍ର ଯାଞ୍ଚ : ୯ ମାର୍ଚ୍ଚ ୨୦୨୨

୧୪ ମାର୍ଚ୍ଚ ପର୍ଯ୍ୟନ୍ତ  : ପ୍ରାର୍ଥୀପତ୍ର ପ୍ରତ୍ୟାହାର

ଭୋଟଦାନ : ୨୪ ମାର୍ଚ୍ଚ ୨୦୨୨

ଫଳାଫଳ : ୨୬ ମାର୍ଚ୍ଚ ୨୦୨୨

ଉପାଧ୍ୟକ୍ଷ ନିର୍ବାଚନ : ୭ ଏପ୍ରିଲ ୨୦୨୨

ଡେପୁଟି ମେୟର ନିର୍ବାଚନ : ୮ ଏପ୍ରିଲ ୨୦୨୨

ଆଦିତ୍ୟ ପାଢୀ ଘୋଷଣା ପୌର ନିର୍ବାଚନ ମତଦାନ ସାମ୍ବାଦିକ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.