Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସବୁଠାରୁ ଗରୀବ ଲୋକଙ୍କ ବିଶ୍ବାସ ହାସଲ ହିଁ ଆମର ଶ୍ରେଷ୍ଠ ସଫଳତା: ମୁଖ୍ୟମନ୍ତ୍ରୀ ନବୀନ
ବିଶେଷ ଖବର

ସବୁଠାରୁ ଗରୀବ ଲୋକଙ୍କ ବିଶ୍ବାସ ହାସଲ ହିଁ ଆମର ଶ୍ରେଷ୍ଠ ସଫଳତା: ମୁଖ୍ୟମନ୍ତ୍ରୀ ନବୀନ

March 2, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ଆସନ୍ତା ପୌର ନିର୍ବାଚନର ପ୍ରସ୍ତୁତି ସ୍ଵରୂପ ଦଳର ଏମ୍‌.ପି. ଏମ.ଏଲ.ଏ , ଜିଲ୍ଲା ସଭାପତି ଓ ପର୍ଯ୍ୟବେକ୍ଷକ ମାନଙ୍କ ସହ ଭର୍ଚ୍ୟୁଆଲ ମାଧ୍ୟମରେ କଥା ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତ ପଞ୍ଚାୟତ ନିର୍ବାଚନରେ ଦଳର ବିପୁଳ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଓଡ଼ିଶା ବାସୀ ତଥା ଦଳର କର୍ମୀ ସମସ୍ତ ଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ପଞ୍ଚାୟତ ନିର୍ବାଚନରେ, ଆମର ଏହି ଅସାଧାରଣ ଓ ଅଭୂତପୂର୍ବ ସଫଳତା ପାଇଁ, ମୁଁ ସବୁ ଓଡିଶାବାସୀଙ୍କୁ ଧନ୍ୟବାଦ ଜଣାଉଛି। ଓଡିଶାବାସୀ ପୁଣିଥରେ, ଆମ କାମ ଉପରେ, ଆସ୍ଥା ପ୍ରକାଶ କରିଛନ୍ତି। ଏହି ବିଜୟ, ଗଣତାନ୍ତ୍ରିକ ନିର୍ବାଚନରେ ନୂଆ ରେକର୍ଡ ସୃଷ୍ଟି କରିଛି। ପଶ୍ଚିମରୁ ଉପକୂଳ, ଉତ୍ତରରୁ ଦକ୍ଷିଣ, ଓଡିଶାର, ସବୁ ଅଞ୍ଚଳର ଜନସାଧାରଣ, ଏହି ନିର୍ବାଚନରେ ସମାନ ଭାବରେ ବିଜୁ ଜନତା ଦଳକୁ ଆଶୀର୍ବାଦ କରିଛନ୍ତି।”

“ଏହି ଆଶୀର୍ବାଦ ଓ ସ୍ନେହ ଆମକୁ ଆହୁରି କଠିନ ପରିଶ୍ରମ କରିବାକୁ ପ୍ରେରଣା ଦେଉଛି।”

“ମୁଁ ଧନ୍ୟବାଦ ଦେଉଛି ଆମର କର୍ମୀ ଓ ଶୁଭେଚ୍ଛୁ ମାନଙ୍କୁ, ଯେଉଁମାନେ ରାତିଦିନ ଏକ କରି କାମ କରି ନିଜର ସବୁ ସୁଖ ସୁବିଧା ତ୍ୟାଗ କରି ଆମ ସରକାରଙ୍କ ନୀତି ଓ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଉଛନ୍ତି।”

“ଏହି ସଫଳତା ହେଉଛି ଆପଣମାନଙ୍କର ଯେଉଁମାନେ ଘର ଘର ବୁଲି ପ୍ରଚାର କରି ଲୋକଙ୍କୁ ବୁଝାଇଛନ୍ତି। ଏ ସଫଳତା ହେଉଛି ଓଡିଶାବାସୀଙ୍କର, ଯେଉଁମାନେ ଆମର governanceରେ ଆସ୍ଥା ରଖିଛନ୍ତି। Finally, in a democracy, the people’s voice is supreme ଏବଂ ରାଜ୍ୟର ସବୁ ପଞ୍ଚାୟତରେ ଜନମତ ସ୍ପଷ୍ଟ ଓ unambiguously ହୋଇଛି।”

“ବିଜୁ ଜନତା ଦଳ ଓଡିଶାବାସୀଙ୍କର ଏହି ମତକୁ ନମ୍ରତାର ସହ ଗ୍ରହଣ କରିଛି। ଆମେ ଆମର ଭଲ କାମ ଜାରି ରଖିବୁ।”

ଆଗାମୀ ପୌର ନିର୍ବାଚନ ସମୟରେ ମଧ୍ୟ ବିରୋଧୀ ଦଳଙ୍କର ଅପପ୍ରଚାର ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ବର୍ତ୍ତମାନ Urban Electionର ସମୟ ଆସିଛି । ଆପଣ ଜାଣନ୍ତି, ପଞ୍ଚାୟତ ନିର୍ବାଚନରେ ବିରୋଧୀ ଦଳ କେତେ ଅପପ୍ରଚାର କରିଛନ୍ତି। ମୋ ସରକାରକୁ ବଦନାମ କରିବା ପାଇଁ ମିଛ କାହାଣୀ କହିଛନ୍ତି ଓ Negative Politics କରିଛନ୍ତି। କିନ୍ତୁ ଓଡିଶାବାସୀ ସେମାନଙ୍କ କଥାକୁ ଗୁରୁତ୍ବ ଦେଇନାହାନ୍ତି। ଆଗାମୀ Urban Electionରେ ମଧ୍ୟ ସେମାନେ ପୁଣିଥରେ ସେହିଭଳି ଅପପ୍ରଚାର କରିବେ। ଲୋକଙ୍କ ଆଗରେ ବିରୋଧୀ ଦଳଙ୍କ ଅପପ୍ରଚାରର ମୁଖା ଖୋଲିବା ହେଉଛି ଆମ ଦଳର ପ୍ରତି କର୍ମୀ ଭାଇଭଉଣୀ ମାନଙ୍କର ଦାୟିତ୍ବ।”

ବିଜୁ ଜନତା ଦଳର ଆଦର୍ଶ ଓ ସହରାଞ୍ଚଳର ବିକାଶ କାର୍ଯ୍ୟ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ଆମେ Positive Politicsରେ ବିଶ୍ବାସ କରୁ। ସକରାତ୍ମକ ରାଜନୀତି। Transformative Governance ଏବଂ ଲୋକଙ୍କର empowerment ହେଉଛି ଆମର ହଲ୍‌ମାର୍କ। Urban areaରେ ଅନେକ ଭଲ କାମ ହୋଇଛି। ସହରର ଗରିବ ଲୋକଙ୍କ ପାଇଁ ଜାଗା ମିଶନ ଏକ ନୂଆ benchmark ସୃଷ୍ଟି କରିଛି। Street light ଠାରୁ ଆରମ୍ଭ କରି Indoor Stadium, ଭଲ ପିଇବା ପାଣି ଠାରୁ ଆରମ୍ଭ କରି Modern Waste Management systems, ମିଶନ ଶକ୍ତିର ମା ମାନଙ୍କ ପାଇଁ ରୋଜଗାରର ନୂଆ ନୂଆ ସୁଯୋଗ , Ward levelରେ ଭିତ୍ତିଭୂମି ଓ ନାଗରିକ ସୁବିଧା ଏବଂ ଅନ୍‌ଲାଇନରେ ମ୍ୟୁନିସପାଲ ସେବା। ନାଗରିକ ମାନଙ୍କର କଲ୍ୟାଣକୁ ଦୃଷ୍ଟିରେ ରଖି ଆମର ସବୁ କାର୍ଯ୍ୟକ୍ରମ ତିଆରି କରାଯାଇଛି। ବସ୍ତିବାସିନ୍ଦାଙ୍କ ଠାରୁ ଆରମ୍ଭ କରି ଆପାର୍ଟମେଣ୍ଟର ମାଲିକ, ମା ମାନଙ୍କ ଠାରୁ ଆରମ୍ଭ କରି ଶିଶୁ ତଥା ଯୁବସମାଜ…………. ସମସ୍ତଙ୍କ empowerment ପାଇଁ ଆମେ commitmentର ସହ କାମ କରୁଛୁ।”

ଓଡିଶାବାସୀ ନକରାତ୍ମକ ରାଜନୀତିକୁ କେବେ ବି ଗ୍ରହଣ କରିବେ ନାହିଁ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ ଏହିସବୁ କାର୍ଯ୍ୟକ୍ରମକୁ ଆମକୁ ଲୋକଙ୍କ ପାଖକୁ ନେଇଯିବାକୁ ହେବ। ବିରୋଧୀ ଦଳଙ୍କର ମିଛ ତଥା Negative Politicsକୁ ଆମର ସକରାତ୍ମକ ତଥା ସତ୍‌ ଉଦ୍ୟମ ଜରିଆରେ ହିଁ ମୁକାବିଲା କରିବାକୁ ପଡିବ। ମୋର ପୁରା ବିଶ୍ବାସ, ଏହି ପଞ୍ଚାୟତ electionରେ ଆପଣମାନେ ଯେପରି କଠିନ ପରିଶ୍ରମ କରିଥିଲେ, Urban Electionରେ ମଧ୍ୟ ସେହିପରି ଉଦ୍ୟମ ଜାରି ରଖିବେ। ଆମେ ପୁଣି ଥରେ ଲୋକଙ୍କ ଆସ୍ଥା ଓ ଆଶୀର୍ବାଦ ଲାଭ କରିପାରିବା ଏବଂ ବିରୋଧୀ ଦଳଙ୍କୁ ଦେଖାଇ ଦେବା ମିଛ ଓ ଛଳନାର ରାଜନୀତି ଓଡିଶାରେ କାମ କରିବ ନାହିଁ।”

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜନୀତିର ଅର୍ଥ କେବଳ କ୍ଷମତା ନୁହେଁ। ଗୋଟିଏ ଗଣତନ୍ତ୍ରରେ ଲୋକମାନେ ହିଁ ହେଉଛନ୍ତି, କ୍ଷମତାର ସ୍ରୋତ। ରାଜ୍ୟର ସବୁଠାରୁ ଦୁର୍ଗମ ଅଞ୍ଚଳରେ ରହୁଥିବା ସାଧାରଣ ଲୋକଟିର ବିଶ୍ବାସ ହେବା ଦରକାର ଯେ ବିଜୁ ଜନତା ଦଳ ସବୁବେଳେ ତାର କଲ୍ୟାଣ ଏବଂ ତାର Empowerment ପାଇଁ କାମ କରୁଛି। ଏହି ବାର୍ତ୍ତାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ପରିଶେଷରେ ଏହି ଅଭୂତପୂର୍ବ ଜନାଦେଶ ପାଇଁ ଓଡିଶାର ଜନସାଧାରଣଙ୍କୁ ଓ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ପୁଣି ଥରେ ଧନ୍ୟବାଦ ଜଣାଇଥିଲେ।

ପଞ୍ଚାୟତ ନିର୍ବାଚନ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Latest News

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.