Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ୟୁକ୍ରେନ୍‌ରୁ ଫେରିଲେ ୭୭ ଓଡିଆ ଛାତ୍ରଛାତ୍ରୀ: ବିମାନବନ୍ଦରରେ ପିଲାଙ୍କ ଓ ପରିବାରର ଖୁସିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ୟୁକ୍ରେନ୍‌ରୁ ଫେରିଲେ ୭୭ ଓଡିଆ ଛାତ୍ରଛାତ୍ରୀ: ବିମାନବନ୍ଦରରେ ପିଲାଙ୍କ ଓ ପରିବାରର ଖୁସିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

March 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଦୀର୍ଘ ୧୨ ଦିନର ଉତ୍କଣ୍ଠା ଓ ଆଶଙ୍କାର ଆଜି ଅନ୍ତ ଘଟିଛି। ୟୁକ୍ରେନ୍‌ରେ ପଢୁଥିବା ଓଡିଆ ଛାତ୍ରଛାତ୍ରୀଙ୍କ ପରିବାର ପାଇଁ ଆଣିଛି ଆଶ୍ବସ୍ତି। ଯୁଦ୍ଧ ବିଧ୍ବସ୍ତ ୟୁକ୍ରେନ୍‌ରେ ପାଠ ପଢୁଥିବା ୭୭ ଓଡିଆ ଛାତ୍ରଛାତ୍ରୀ ଆଜି ରାଜ୍ୟ ସରକାରଙ୍କ ଦ୍ବାରା ଯୋଗାଇ ଦିଆଯାଇଥିବା ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିଛନ୍ତି।

ଓଡିଶା ଫେରିଆସିଥିବା ଛାତ୍ରଛାତ୍ରୀ ମାନଙ୍କ ପରିବାରର ଏହି ଆନନ୍ଦମୟ ମୁହୂର୍ତ୍ତରେ ବିମାନବନ୍ଦରରେ ସେମାନଙ୍କ ସହ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କ ଦ୍ବାରା ଯୋଗାଇ ଦିଆଯାଇଥିବା ସ୍ବତନ୍ତ୍ର ବିମାନ ଆଜି ନୂଆଦିଲ୍ଲୀରୁ ୭୭ଜଣ ଓଡିଆ ଛାତ୍ରଛାତ୍ରୀଙ୍କୁ ନେଇ ସଂଧ୍ୟା ୦୫.୩୦ ମିନିଟରେ ଭୁବନେଶ୍ବରରେ ପହଞ୍ଚିଥିଲା। ଯୁଦ୍ଧ ଅଞ୍ଚଳରୁ ଫେରିଆସିଥିବା ପିଲାମାନଙ୍କୁ ପାଖରେ ପାଇ ବାପା ମାଙ୍କ ଆଖିରୁ ଝରିପଡିଥିଲା ଆନନ୍ଦର ଅଶ୍ରୁ। ହୃଦୟରେ ଆସିଥିଲା ଆଶ୍ବସ୍ତି। ପିଲାମାନଙ୍କ ନିରାପଦ ଉଦ୍ଧାର ପାଇଁ ସେମାନେ ସମସ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ନିଜେ ବିମାନବନ୍ଦରେ ଉପସ୍ଥିତ ରହି ପିଲାମାନଙ୍କ ଭଲମନ୍ଦ ପଚାରି ବୁଝିଥିଲେ। ସେମାନେ ଆଗକୁ ଯେପରି ପାଠ ପଢିପାରିବେ, ସେଥିଲାଗି ସମସ୍ତ ପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଶ୍ବସନା ଦେଇଥିଲେ।

ସୂଚନାଯୋଗ୍ୟ ଯେ ଯୁଦ୍ଧ ବିଧ୍ବସ୍ତ ୟୁକ୍ରେନରୁ ପିଲାମାନଙ୍କୁ ଉଦ୍ଧାର କରିବାପାଇଁ ରାଜ୍ୟ ସରକାର ବ୍ୟାପକ ବନ୍ଦୋବସ୍ତ କରିଥିଲେ। ଦୁଇଟି ବସ୍‌ ଯୋଗେ ସେମାନଙ୍କୁ ଯୁଦ୍ଧ ଅଂଚଳରୁ ନିରାପଦ ଉଦ୍ଧାର କରାଯାଇଥିଲା। ଏତଦ୍‌ ବ୍ୟତୀତ ସେମାନଙ୍କ ପାଠପଢାରେ ଯେପରି ଅସୁବିଧା ନ ହୁଏ ସେଥିପାଇଁ ଦେଶର ମେଡିକାଲ କଲେଜରେ ସେମାନଙ୍କ ପାଠପଢା ପାଇଁ ବ୍ୟବସ୍ଥା କରିବାପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ଚିଠି ଲେଖି ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଏବଂ ଏ ଦିଗରେ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହି ପିଲାମାନଙ୍କ ସହିତ ଆଲୋଚନା କରିଥିଲେ।

ଓଡ଼ିଆ ଛାତ୍ରଛାତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ମହାପ୍ରଭୁଙ୍କ ଦର୍ଶନ କରିବେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଭକ୍ତ

February 13, 2026

ଟି-୨୦ ବିଶ୍ଵକପର ବଡ ବିପର୍ଯ୍ୟୟ: ଜିମ୍ବାୱେ ଠାରୁ ଅଷ୍ଟ୍ରେଲିଆ ପରାସ୍ତ

February 13, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.