Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ: ଓଡ଼ିଶାର ଶ୍ରୁତି ମହାପାତ୍ରଙ୍କୁ ମିଳିଲା ପୁରସ୍କାର
ବିଶେଷ ଖବର

‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ: ଓଡ଼ିଶାର ଶ୍ରୁତି ମହାପାତ୍ରଙ୍କୁ ମିଳିଲା ପୁରସ୍କାର

March 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରିଛନ୍ତି। ୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ଉଲ୍ଲେଖନୀୟ ଏବଂ ପ୍ରଶଂସନୀୟ ଉପଲବ୍ଧି ହାସଲ କରିଥିବା ୨୯ ଜଣ ମହିଳାମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ନାରୀ ସଶକ୍ତିକରଣ, ବିଶେଷ କରି ଦୁର୍ବଳ ଓ ବଞ୍ଚିତ ବର୍ଗଙ୍କ କଲ୍ୟାଣ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୯ ଜଣ ମହିଳାଙ୍କୁ ମୋଟ ୨୮ଟି ପୁରସ୍କାର (୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ୧୪ ଜଣ ଲେଖାଏଁ) ରେ ସମ୍ମାନିତ କରାଯାଇଥିଲା।

Image

ମହିଳାମାନଙ୍କ ଉପଲବ୍ଧିକୁ ସମ୍ମାନ ଜଣାଇବା ଲାଗି, ନାରୀ ସଶକ୍ତିକରଣ ଓ ସମାଜ କଲ୍ୟାଣ ଦିଗରେ ଯୋଗଦାନ ତଥା ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିଥିବା ପ୍ରଗତିଶୀଳ ମହିଳାମାନଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରତିବର୍ଷ ସଫଳ ମହିଳା ଓ ମହିଳାଙ୍କ ଉତ୍ଥାନ ପାଇଁ କାର୍ଯ୍ୟ କରୁଥିବା ସଂଗଠନଗୁଡ଼ିକୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଥାଏ। କୋଭିଡ-୧୯ ମହାମାରୀ କାରଣରୁ ଦେଖା ଦେଇଥିବା ପରିସ୍ଥିତି ଯୋଗୁ ୨୦୨୦ ଏବଂ ୨୦୨୧ରେ ପୁରସ୍କାର ବିତରଣ ସମାରୋହ ଆୟୋଜିତ ହୋଇପାରିନଥିଲା।

ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସମ୍ପର୍କରେ ଅଧିକ ବିବରଣୀ ପାଇଁ ଏଠାରେ କ୍ଲିକ୍‌ କରନ୍ତୁ।

ଅନ୍ତର୍ଜାତୀୟ ମହିଳା ଦିବସ ନାରୀ ଶକ୍ତି ପୁରସ୍କାର ରାମନାଥ କୋବିନ୍ଦ ରାଷ୍ଟ୍ରପତି ଶ୍ରୁତି ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଏମିତି କାହାଣି କେବେ ଶୁଣିନି

March 24, 2026

ବାଧାମୁକ୍ତ ଜାହାଜ ଚଳାଚଳ ଉପରେ ଗୁରୁତ୍ୱ ଦେଲେ ପ୍ରଧାନମନ୍ତ୍ରୀ

March 24, 2026

ଇରାନ ଯୁଦ୍ଧ କେବେ ଶେଷ ହେବ?: ଦିନ ଧାର୍ଯ୍ୟ କଲା ଆମେରିକା, ମଧ୍ୟସ୍ଥତା କରିବ ପାକିସ୍ତାନ

March 24, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026
Latest News

ଏମିତି କାହାଣି କେବେ ଶୁଣିନି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026

ହିମାଚଳ ପ୍ରଦେଶ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 24, 2026

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ବାଧାମୁକ୍ତ ଜାହାଜ ଚଳାଚଳ ଉପରେ ଗୁରୁତ୍ୱ ଦେଲେ ପ୍ରଧାନମନ୍ତ୍ରୀ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.