Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦଳମତରୁ ଉପରକୁ ଉଠି କାମ କଲେ ସବୁବେଳେ ଲୋକଙ୍କ ଭରସା ଓ ଆଶୀର୍ବାଦ ପାଇପାରିବା: ନବୀନ ପଟ୍ଟନାୟକ
ବିଶେଷ ଖବର

ଦଳମତରୁ ଉପରକୁ ଉଠି କାମ କଲେ ସବୁବେଳେ ଲୋକଙ୍କ ଭରସା ଓ ଆଶୀର୍ବାଦ ପାଇପାରିବା: ନବୀନ ପଟ୍ଟନାୟକ

March 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ହିଞ୍ଜିଳି ଓ ଶେରଗଡ ବ୍ଲକ୍‌ର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦଳମତରୁ ଉର୍ଦ୍ଧ୍ବରେ ରହି ଲୋକଙ୍କ ସେବା କରିବା ପାଇଁ ପରାମର୍ଶ ଦେଇଛନ୍ତି।

ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ବର୍ତ୍ତମାନ ନିର୍ବାଚନ ଶେଷ ହୋଇଛି। ତେଣୁ ଆପଣମାନେ ବର୍ତ୍ତମାନ ସମସ୍ତଙ୍କ ପାଇଁ କାମ କରନ୍ତୁ। ଦଳମତ ରୁ ଉପରକୁ ଉଠି କାମ କଲେ ଆମେ ସବୁବେଳେ ଲୋକଙ୍କ ଭରସା ଓ ଆଶୀର୍ବାଦ ପାଇପାରିବା ବୋଲି ସେ କହିଛନ୍ତି।

ସେ କହିଛନ୍ତି ଯେ ବିକାଶ ସବୁବେଳେ ଆମର ଫୋକସ୍‌ ହୋଇ ରହିଆସିଛି। ବିକାଶ ପାଇଁ ଆମର କଠିନ ପରିଶ୍ରମକୁ ଜନସାଧାରଣ ସବୁବେଳେ ସ୍ବୀକୃତି ଦେଇଛନ୍ତି। ସାରା ରାଜ୍ୟରେ ପଞ୍ଚାୟତ ନିର୍ବାଚନରେ ଏକ ଐତିହାସିକ ରାୟ ଦେଇଛନ୍ତି। ସେଥିପାଇଁ ଜନସାଧାରଣଙ୍କ ନିକଟରେ ଆମେ ଋଣୀ ବୋଲି ସେ କହିଥିଲେ।

ଏ ବିଜୟ ଏକ ବହୁତ ବଡ ଦାୟିତ୍ବ ବୋଲି ପ୍ରକାଶ କରି ସେ କହିଥିଲେ, “ମୁଁ ଆଶା କରୁଛି ଯେ ଆପଣମାନେ ଆପଣଙ୍କ ଗାଁର, ଆପଣଙ୍କ ଅଞ୍ଚଳର ବିଜୟ ପାଇଁ କାମ କରିବେ। ଲୋକଙ୍କ ସୁଖଦୁଃଖରେ ସବୁବେଳେ ସେମାନଙ୍କ ସାଥିରେ ରହିବେ।”

ଫାଇବ-ଟି ସ୍କୁଲ ରୂପାନ୍ତରରେ ସେମାନଙ୍କ କାମକୁ ପ୍ରଶଂସା କରି ଆଗାମୀ ଦିନରେ ମଧ୍ୟ ବିକାଶ କାମକୁ ଆହୁରି ଜୋରରେ ଆଗେଇ ନେବେ ବୋଲି ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଥିଲେ।

ହିଞିଳି ଓ ଶେରଗଡ ବ୍ଲକ୍‌ର ଉନ୍ନତି ପାଇଁ ସମସ୍ତେ ମିଳିମିଶି ଏକ ଟିମ୍‌ ଭାବରେ କାମ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।

ନବୀନ ପଟ୍ଟନାୟକ ପଞ୍ଚାୟତ ପ୍ରତିନିଧି ବିଜୁ ଜନତା ଦଳ ହିଞ୍ଜିଳି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026
Latest News

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026

ପାରାଦୀପରେ ସିଆଇଏସଏଫ୍ ‘ବନ୍ଦେ ମାତରମ୍’ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬କୁ ଉଚ୍ଛ୍ୱସିତ ସ୍ବାଗତ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.