Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରଥଯାତ୍ରାରେ ଆରମ୍ଭ ହେବ ବାଗଚୀ ଶଙ୍କର କ୍ୟାନସର ହସପିଟାଲ, ମୁଖ୍ୟଶାସନ ସଚିବଙ୍କ ସମୀକ୍ଷା
ବିଶେଷ ଖବର

ରଥଯାତ୍ରାରେ ଆରମ୍ଭ ହେବ ବାଗଚୀ ଶଙ୍କର କ୍ୟାନସର ହସପିଟାଲ, ମୁଖ୍ୟଶାସନ ସଚିବଙ୍କ ସମୀକ୍ଷା

March 14, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ରଥଯାତ୍ରାରେ ଆରମ୍ଭ ହେବ ବାଗଚୀ ଶଙ୍କର କ୍ୟାନସର ହସପିଟାଲ, ମୁଖ୍ୟଶାସନ ସଚିବଙ୍କ ସମୀକ୍ଷା

ଭୁବନେଶ୍ୱର: ଓଡ଼ିଶାରେ କ୍ୟାନ୍ସର ଚିକିତ୍ସା କ୍ଷେତ୍ରରେ ଅନ୍ୟଏକ ମାଇଲ୍ଖୁଣ୍ଟ ଭାବେ ଗଢ଼ିଉଠୁଥିବା ବାଗ୍ଚୀ-ଶଙ୍କର କ୍ୟାନ୍ସର୍ ହସ୍ପିଟାଲ୍ ଓ ଗବେଷଣା କେନ୍ଦ୍ରର ନିର୍ମାଣ କାର୍ଯ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ଓଡ଼ିଶା କୌଶଳ ବିକାଶ କର୍ତ୍ତୁପକ୍ଷ ଅଧ୍ୟକ୍ଷ ତଥା ହସ୍ପିଟାଲ ଓ କରୁଣାଶ୍ରୟର ପ୍ରମୁଖ କର୍ଣ୍ଣଧାର ଡଃ ସୁବ୍ରତୋ ବାଗ୍ଚୀଙ୍କ କ୍ଷେତ୍ରପରିଦର୍ଶନ ଏବଂ ସମୀକ୍ଷାରୁ ଏହା ଜଣାପଡ଼ିଛି ।

ଏହି ହସ୍ପିଟାଲ୍ ପାଇଁ ରାଜ୍ୟ ସରକାର ଇନଫୋଭ୍ୟାଲି-୨ ରେ ଯୋଗାଇ ଦେଇଥିବା ୨୦ ଏକର ପରିମିତ ଅଂଚଳ ପରିଦର୍ଶନ କରି ଶ୍ରୀ ମହାପାତ୍ର ନିର୍ମାଣ କାର୍ଯ୍ୟର କ୍ଷେତ୍ରସ୍ତରୀୟ ସମୀକ୍ଷା କରିଥିଲେ। ସମୀକ୍ଷାରୁ ଜଣାପଡ଼ିଥିଲା ଯେ ଇତିମଧ୍ୟରେ ଏହି ହସ୍ପିଟାଲ୍କୁ ୭୫୦ ଶଯ୍ୟା ବିଶିଷ୍ଟ କରିବା ପାଇଁ ନିର୍ମାଣ କାମ ଆରମ୍ଭ ହୋଇଛି । ପୂର୍ବରୁ ଏହା ୫୦୦ ଶଯ୍ୟା ପାଇଁ ଯୋଜନା କରାଯାଇଥିଲା। ଇତି ମଧ୍ୟରେ ବର୍ହିବିଭାଗ ଚିକିତ୍ସା କୋଠା ଏବଂ ଗ୍ରାଉଣ୍ଡ ଫ୍ଲୋର କାମରେ ଦୃତ ଅଗ୍ରଗତି ହୋଇଛି। ଚଳିତ ବର୍ଷ ମେ ମାସ ଶେଷ ସୁଦ୍ଧା ଗ୍ରାଉଣ୍ଡ ଫ୍ଲୋରର ଛାତ ପଡ଼ିବ ବୋଲି କାର୍ଯ୍ୟରତ ଇଞ୍ଜିନିଅର ଜଣାଇଥିଲେ।

ଏହି ହସ୍ପିଟାଲରେ ରୋଗୀ ଏବଂ ତାଙ୍କର ସହାୟକଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ଉପଲବ୍ଧ ହେବ। କ୍ୟାଣ୍ଟିନ୍, ଶୌଚାଳୟ, ପାର୍କିଂ ସ୍ଥାନ, ଅତ୍ୟାବଶ୍ୟକୀୟ ପଦାର୍ଥ ସରଞ୍ଜାମ ଦୋକାନ ଆଦି ଉପଲବ୍ଧ ହେବ। ହସ୍ପିଟାଲ୍ ଚତୁପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ସବୁଜ ବଳୟ ସୃଷ୍ଟି ସହ ପରିସର ଭିତରେ ଥିବା ପ୍ରକୃତିକ ଖାଲୁଆ ଯାଗାକୁ ଏକ ସୁନ୍ଦର ପୁଷ୍କରିଣୀ ଭାବେ ବିକଶିତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

ନିର୍ମାଣ କାର୍ଯ୍ୟ ପାଇଁ ଆବଶ୍ୟକୀୟ ଦ୍ରବ୍ୟ, ଆଇନ୍ ଶୃଙ୍ଖଳା ସ୍ଥିତି, ନିର୍ମାଣ ନିମନ୍ତେ ମାନବ ସମ୍ବଳ, ଯନ୍ତ୍ରପାତି ଆଦିର ଉପଲବ୍ଧି ବିଷୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସମୀକ୍ଷା କରିଥିଲେ। ଏସବୁ ବିଷୟରେ କିଛି ଅସୁବିଧା ଅଛିକି ବୋଲି କ୍ଷେତ୍ରରେ କାର୍ଯ୍ୟରତ ଇଞ୍ଜିନିଅର ଏବଂ ସୁପରଭାଇଜରମାନଙ୍କୁ ପଚାରି ବୁଝିଥିଲେ। ନିର୍ମାଣପାଇଁ କୌଣସି ବିଶେଷ ଅସୁବିଧା ନଥିବା କଥା ଇଞ୍ଜିନିୟରମାନେ ଜଣାଇଥିଲେ। ୨୦୨୩ ମସିହା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ସୁଦ୍ଧା ହସ୍ପିଟାଲ୍ର ପ୍ରଥମ ପର୍ଯ୍ୟାୟ ନିର୍ମାଣ ଶେଷ ପୂର୍ବକ ରୋଗୀସେବା ଆରମ୍ଭ କରିବା ପାଇଁ ସମୀକ୍ଷା ସମୟରେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଏହି ହସ୍ପିଟାଲ୍ ନିର୍ମାଣରେ ପ୍ରାୟ ୨୨୦ କୋଟି ଟଙ୍କା ବିନିଯୋଗ ହେବାର ଆକଳନ କରାଯାଇଛି।

ପରେ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଏବଂ ଡଃ ବାଗ୍ଚୀ ଇନଫୋଭ୍ୟାଲି-୨ ରେ ବାଗ୍ଚୀ କରୁଣାଶ୍ରୟ ଉପଶମ ଚିକିତ୍ସା କେନ୍ଦ୍ର ପରିସର ଯାଇ ସେଠାରେ ମଧ୍ୟ ନିର୍ମାଣ ଓ ସେବା ଯୋଗାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ପ୍ରାୟ ୨୧୦ କୋଟି ଟଙ୍କା ଆକଳନରେ ଆରମ୍ଭ ହୋଇଥିବା ଏହି କେନ୍ଦ୍ରର ନିର୍ମାଣ କାର୍ଯ୍ୟ ୨୦୨୩ ଜୁଲାଇ ମାସ ଶେଷସୁଦ୍ଧା ସରିବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା । ଏହାକୁ ୧୫୦ ଶଯ୍ୟା ବିଶିଷ୍ଟ ଉପଶମ ଚିକିତ୍ସା କେନ୍ଦ୍ର ଭାବେ ବିକଶିତ କରାଯିବ। ଶିକ୍ଷା ଓ ଗବେଷଣା ନିମନ୍ତେ ଏଥିରେ ୫୦୦ ସିଟ୍ ବିଶିଷ୍ଟ ଅଡିଟୋରିୟମ ବ୍ୟବସ୍ଥା କରାଯିବ।

ଗଣ୍ଡମୁଣ୍ଡାଠାରେ ଆରମ୍ଭ କରାଯାଇଥିବା ଅସ୍ଥାୟୀ ଗୃହଭିତ୍ତିକ ସେବାଯୋଗାଣ କେନ୍ଦ୍ରରେ ମଧ୍ୟ ବର୍ହିବିଭାଗ ଚିକିତ୍ସା ଆରମ୍ଭ କରାଯାଇଛି ବୋଲି ଡକ୍ଟର ବାଗଚୀ ଜଣାଇଥିଲେ। ଏହି କେନ୍ଦ୍ରରେ ଗୃହଭିତ୍ତିକ ସେବା ଯୋଗାଣ ଏବଂ ବର୍ହିବିଭାଗ ଚିକିତ୍ସା ପାଇଁ ଆବଶ୍ୟକୀୟ ଡାକ୍ତର, ନର୍ସ, ଫାମାସିଷ୍ଟ, ଗାଡ଼ି ଏବଂ ଆନୁସଙ୍ଗିକ ବ୍ୟବସ୍ଥା ଆଦିରେ ପରିମାଣାତ୍ମକ ଓ ଗୁଣାତ୍ମକ ବିକାଶ କରାଯାଇଛି। ଚଳିତ ମାର୍ଚ୍ଚ ମାସରୁ ପ୍ରତି ସପ୍ତାହର ଶୁକ୍ରବାର ଦିନ ଏହି ଚିକିତ୍ସା ଔଷଧ ଯୋଗାଇ ଦିଆଯାଇଛି । ସୂଚନା ଯୋଗ୍ୟ, ଏହି ଅସ୍ଥାୟୀ ଗୃହସେବା ଚିକିତ୍ସା କେନ୍ଦ୍ରକୁ ମୁଖ୍ୟ ଶାସନ ସଚିବ ଗତ ଡିସେମ୍ବର ମାସରେ ଉଦଘାଟନ କରିଥିଲେ।

ଇତି ମଧ୍ୟରେ ୧୨୮ ଜଣ ରୋଗୀଙ୍କୁ କେନ୍ଦ୍ର ତରଫରୁ ଗୃହଭିତ୍ତିକ ଉପଶମ ଚିକିତ୍ସା ଓ ଯତ୍ନ ଯୋଗାଇ ଦିଆଯାଇଛି। ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ୍, ଏମ୍ସ୍, କ୍ୟାପିଟାଲ୍ ହସ୍-ପିଟାଲ୍ ଆଦିରୁ ଶେଷ ପର୍ଯ୍ୟାୟ ଉପମଶମ ଚିକିତ୍ସା ଦରକାର କରୁଥିବା ରୋଗୀମାନଙ୍କୁ ଏଠାକୁ ପଠାଯାଉଛି । ବର୍ତ୍ତମାନ ସୁଦ୍ଧା ୩୬ ଜଣ ଏପରି ରୋଗୀଙ୍କୁ ବର୍ହିବିଭାଗ ରେଫେରାଲ୍ କେସ୍ ଭାବେ ଚିକିତ୍ସା ଯୋଗାଇ ଦିଆଯାଉଛି ।

ଏହାଛଡ଼ା କର୍କଟ ରୋଗରେ ମୃତ୍ୟୁବରଣ କରିଥିବା ୬ଟି ଗରିବ ପରିବାରଙ୍କୁ ମଧ୍ୟ ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କ ମାଧ୍ୟମରେ ଖାଦ୍ୟ ସାମଗ୍ରୀ ଓ ପିଲାଙ୍କ ପାଠପଢ଼ା ସହାୟତା ଯୋଗାଇବାର ସମନ୍ୱୟ କରାଯାଇଛି । ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ସମୟରେ ଡକ୍ଟର ସୁବ୍ରତୋ ବାଗ୍ଚୀଙ୍କ ସମେତ ହସ୍-ପିଟାଲ୍ର ମୁଖ୍ୟ ଅର୍କିଟେକ୍ ଶ୍ରୀ ସୁନ୍ଦର ରମନ୍, କରୁଣାଶ୍ରୟର ମୁଖ୍ୟ ଆର୍କିଟେକ୍ ଶ୍ରୀ ଏନ୍. ମେଡାପ୍ପା, କରୁଣାଶ୍ରୟର ପରିଚାଳକ ଶ୍ରୀ ଜ୍ଞାନ ରଂଜନ ମହାପାତ୍ର, ପ୍ରକଳ୍ପ ପରିଚାଳକ ଶ୍ରୀ ଲଲାଟେନ୍ଦୁ ଚୌଧୂରୀ ପ୍ରମୁଖ କ୍ଷେତ୍ରସ୍ତରୀୟ ସ୍ଥିତି ସହ ଆବଶ୍ୟକୀୟ ତଥ୍ୟ ଉପସ୍ଥାପନ କରିଥିଲେ ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026
Latest News

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.