Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦୁର୍ନୀତି ବିରୋଧରେ ନବୀନ ପଟ୍ଟନାୟକଙ୍କ କଡ଼ା ଆଭିମୁଖ୍ୟ: ବିଦା ହେଲେ ଆଉ ୬ ଅଧିକାରୀ
ବିଶେଷ ଖବର

ଦୁର୍ନୀତି ବିରୋଧରେ ନବୀନ ପଟ୍ଟନାୟକଙ୍କ କଡ଼ା ଆଭିମୁଖ୍ୟ: ବିଦା ହେଲେ ଆଉ ୬ ଅଧିକାରୀ

March 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଦୁର୍ନୀତି ବିକାଶର ସବୁଠାରୁ ବଡ଼ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୁଦ୍ଧରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଜିରୋ ଟଲରେନ୍ସ ନୀତି ଉପରେ ଗୁରୁତ୍ବ ଦେଇ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଅଂଶସ୍ବରୂପ ଆଜି ୬ ଜଣ ଅଧିକାରୀଙ୍କୁ ବରଖାସ୍ତ କରିଛନ୍ତି। ଏହି ବରଖାସ୍ତ ଅଧିକାରୀଙ୍କ ମଧ୍ୟରେ ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ ଏକଜିକ୍ୟୁଟିଭ୍ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷା ଅଧିକାରୀ ରହିଛନ୍ତି। ଏହି ୬ ଜଣ ଅଧିକାରୀଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ସୁନିଲ୍ କୁମାର ପଣ୍ଡାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ୍ ଡିଭିଜନର ଏକ୍‌ଜିକ୍ୟୁଟିଭ୍ ଇଞ୍ଜିନିୟର ଜଗନ୍ନାଥ ସେଠୀ, ଭୁବନେଶ୍ୱରର ଏକଜିକ୍ୟୁଟିଭ୍ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ଦୀପକ କୁମାର ଭୁୟାଁ, ଭୁବନେଶ୍ୱରର ଏକଜିକ୍ୟୁଟିଭ୍ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ପ୍ରଶାନ୍ତ କୁମାର ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡ଼ା ଜିଲ୍ଲା ଗୁଣୁପୁରସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବେହେରା, ଗଜପତି ଜିଲ୍ଲାର ନୂଆଗଡ଼ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

କଡା ଆଭିମୁଖ୍ୟ ଦୁର୍ନୀତି ବିରୋଧ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ସରକାର ଧାର୍ଯ୍ୟ କରନ୍ତୁ ଦୀପାବଳୀରେ ବାଣ ଫୁଟାଇବା ନିର୍ଦ୍ଦିଷ୍ଟ ସମୟ : ସୁପ୍ରିମକୋର୍ଟ

October 1, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026
Latest News

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026

ବାସି ରୁଟି ଫୋପାଡ଼ୁଛନ୍ତି କି? ଜାଣନ୍ତୁ ଏହାର ଆଶ୍ଚର୍ଯ୍ୟଜନକ ସ୍ୱାସ୍ଥ୍ୟ ଉପକାରିତା

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.