ଦୁର୍ନୀତି ବିରୋଧରେ ନବୀନ ପଟ୍ଟନାୟକଙ୍କ କଡ଼ା ଆଭିମୁଖ୍ୟ: ବିଦା ହେଲେ ଆଉ ୬ ଅଧିକାରୀ

Published: Mar 23, 2022, 6:09 pm IST

ଭୁବନେଶ୍ବର: ଦୁର୍ନୀତି ବିକାଶର ସବୁଠାରୁ ବଡ଼ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୁଦ୍ଧରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଜିରୋ ଟଲରେନ୍ସ ନୀତି ଉପରେ ଗୁରୁତ୍ବ ଦେଇ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଅଂଶସ୍ବରୂପ ଆଜି ୬ ଜଣ ଅଧିକାରୀଙ୍କୁ ବରଖାସ୍ତ କରିଛନ୍ତି। ଏହି ବରଖାସ୍ତ ଅଧିକାରୀଙ୍କ ମଧ୍ୟରେ ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ ଏକଜିକ୍ୟୁଟିଭ୍ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷା ଅଧିକାରୀ ରହିଛନ୍ତି। ଏହି ୬ ଜଣ ଅଧିକାରୀଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ସୁନିଲ୍ କୁମାର ପଣ୍ଡାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ୍ ଡିଭିଜନର ଏକ୍‌ଜିକ୍ୟୁଟିଭ୍ ଇଞ୍ଜିନିୟର ଜଗନ୍ନାଥ ସେଠୀ, ଭୁବନେଶ୍ୱରର ଏକଜିକ୍ୟୁଟିଭ୍ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ଦୀପକ କୁମାର ଭୁୟାଁ, ଭୁବନେଶ୍ୱରର ଏକଜିକ୍ୟୁଟିଭ୍ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ପ୍ରଶାନ୍ତ କୁମାର ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡ଼ା ଜିଲ୍ଲା ଗୁଣୁପୁରସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବେହେରା, ଗଜପତି ଜିଲ୍ଲାର ନୂଆଗଡ଼ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

Related posts