Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆନ୍ତର୍ଜାତିକ ସୁଟର ଶ୍ରୀୟଙ୍କା ଷଡଙ୍ଗୀ ଓ ପାରା ଆଥଲେଟ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
ବିଶେଷ ଖବର

ଆନ୍ତର୍ଜାତିକ ସୁଟର ଶ୍ରୀୟଙ୍କା ଷଡଙ୍ଗୀ ଓ ପାରା ଆଥଲେଟ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

March 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଦୁଇ ଓଡିଆ ଆନ୍ତର୍ଜାତିକ କ୍ରୀଡା ପ୍ରତିଯୋଗୀ ଶ୍ରୀୟଙ୍କା ଷଡଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ନବୀନ ନିବାସ ଠାରେ ସମ୍ବର୍ଦ୍ଧିତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ଦୁଇ ବାଳିକା କ୍ରୀଡାବିତ୍‌ଙ୍କୁ ସେମାନଙ୍କର ସଫଳତା ପାଇଁ ଉଚ୍ଚପ୍ରଶଂସା କରି କହିଥିଲେ ଯେ ସେମାନେ ରାଜ୍ୟ ପାଇଁ ଗୌରବ ଆଣି ଅନ୍ୟ ଖେଳାଳୀ ମାନଙ୍କ ପାଇଁ ପ୍ରେରଣା ସୃଷ୍ଟି କରିଛନ୍ତି। ସେମାନେ ସାରା ବିଶ୍ୱରେ ଓଡିଶା ପାଇଁ ଗୌରବ ଆଣିଛନ୍ତି ବୋଲି ପ୍ରକାଶ କରି, ଆଗାମୀ ଦିନରେ ଆହୁରି ସଫଳତା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀୟଙ୍କାଙ୍କୁ ୨ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିବା ବେଳେ, ଜୟନ୍ତୀଙ୍କୁ ୧୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ।

ସୂଚନାଯୋଗ୍ୟ ଯେ ଶ୍ରୀୟଙ୍କା ନିକଟରେ କାଇରୋ ଠାରେ ଅନୁଷ୍ଠିତ ISSF ବିଶ୍ବକପ୍‌ ସୁଟିଂ ପ୍ରତିଯୋଗୀତାରେ ୫୦ ମିଟର ରାଇଫଲ ୩ ପୋଜିସନ୍‌ରେ ବ୍ରୋଞ୍ଜ ମେଡାଲ ପାଇଛନ୍ତି। ସେ ମଧ୍ଯ ବର୍ତ୍ତମାନ ଜାତୀୟ ସୁଟିଙ୍ଗ ଚାମ୍ପିଅନ ଭାବେ ସୁନାମ ଅର୍ଜନ କରିଛନ୍ତି।

ସେହିପରି ଜୟନ୍ତୀ ବେହେରା ଦୁବାଇ ଠାରେ ଅନୁଷ୍ଠିତ ବିଶ୍ବ ପାରା ଆଥଲେଟିକ୍‌ସ ପ୍ରତିଯୋଗୀତାରେ ୩ଟି ମେଡାଲ ହାସଲ କରିଛନ୍ତି। ୪୦୦ ଓ ୧୦୦ ମିଟର ପ୍ରତିଯୋଗୀତାରେ ସେ ବ୍ରୋଞ୍ଜ ପଦକ ପାଇଥିବା ବେଳେ, ୨୦୦ ମିଟର ପ୍ରତିଯୋଗୀତାରେ ରୌପ୍ୟ ପଦକ ପାଇଛନ୍ତି।

ଉଭୟ କ୍ରୀଡାବିତ୍ ରାଜ୍ୟରେ କ୍ରୀଡା ଭିତ୍ତିଭୂମି ଓ କ୍ରୀଡାବିତ୍ ମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ପଦକ୍ଷେପର ଉଚ୍ଚପ୍ରଶଂସା କରିଥିଲେ। ଦୁଇ ଖେଳାଳି ମୁଖ୍ୟମନ୍ତ୍ରୀଙ୍କ ସହିତ ଖୁସିରେ ସେଲ୍ଫି ଉଠାଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି କେ ପାଣ୍ଡିଆନ ଓ କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
Share. Facebook Twitter LinkedIn Email WhatsApp Copy Link

Related Posts

୧୧ ନୂଆ ଅନ୍ତର୍ଜାତୀୟ ବନ୍ଦର ପାଇଁ ଅଧିସୂଚନା ଜାରି

August 11, 2026

ପ୍ରଥମ ଥର ପାଇଁ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଗାନ କରାଯିବ ‘ବନ୍ଦେ ମାତରମ୍’

August 11, 2026

“ଝାଡ଼ଖଣ୍ଡରେ ଛାତ୍ରଙ୍କ ବିରୋଧରେ ବଳ ପ୍ରୟୋଗ ଭୁଲ”: ସୋରେନ ସରକାରଙ୍କୁ ରାହୁଲ ଗାନ୍ଧୀଙ୍କ ସ୍ପଷ୍ଟ ବାର୍ତ୍ତା

August 10, 2026

ନିଯୁକ୍ତି ମେଳା-୨୦୨୬: ୯ଟି ବିଭାଗରେ ନିଯୁକ୍ତି ପାଇଲେ ୧୩୨୬, ଆଜି ସୁଦ୍ଧା ୪୫,୪୦୮ ସରକାରୀ ନିଯୁକ୍ତି

August 10, 2026
Latest News

ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ

August 11, 2026

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଧାୟକମାନଙ୍କ ବୈଠକ

August 11, 2026

ଖରିଫ ମାର୍କେଟିଂ ଋତୁ ପାଇଁ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ନେଇ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ

August 11, 2026

୧୧ ନୂଆ ଅନ୍ତର୍ଜାତୀୟ ବନ୍ଦର ପାଇଁ ଅଧିସୂଚନା ଜାରି

August 11, 2026

ଲୋକସଭାରେ ସମ୍ବଲପୁରୀ ହସ୍ତତନ୍ତ ଓ ଅନନ୍ୟ ଐତିହ୍ୟ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.