Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜଳଜୀବନ ମିଶନ ଅଧୀନରେ ଓଡ଼ିଶାକୁ ମିଳିଛି କେତେ ଅନୁଦାନ?, ଜାଣନ୍ତୁ ଲୋକସଭାରେ କ’ଣ କହିଲେ କେନ୍ଦ୍ର ମନ୍ତ୍ରୀ
ବିଶେଷ ଖବର

ଜଳଜୀବନ ମିଶନ ଅଧୀନରେ ଓଡ଼ିଶାକୁ ମିଳିଛି କେତେ ଅନୁଦାନ?, ଜାଣନ୍ତୁ ଲୋକସଭାରେ କ’ଣ କହିଲେ କେନ୍ଦ୍ର ମନ୍ତ୍ରୀ

March 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜଳ ଜୀବନ ମିଶନ
ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ: ଜଳ ଜୀବନ ମିଶନ ଅଧୀନରେ ୨୦୨୧-୨୨ ଆର୍ଥିକ ବର୍ଷରେ ଓଡ଼ିଶାକୁ କେନ୍ଦ୍ର ଅଂଶଧନ ଆକାରରେ ୩,୩୨୩. ୪୨ କୋଟି ଟଙ୍କା ଆବଣ୍ଟନ କରାଯାଇଛି। ସେଥିମଧ୍ୟରୁ ରାଜ୍ୟ ସରକାର ୧,୦୬୪.୫୧ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଆଜି ଲୋକସଭାରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ। ଓଡ଼ିଶାକୁ ଜଳ ଜୀବନ ମିଶନ ଅଧୀନରେ ମିଳିଥିବା ଅନୁଦାନ ସଂକ୍ରାନ୍ତ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ପଟେଲ କହିଥିଲେ ଯେ ୨୦୧୯-୨୦ ଏବଂ ୨୦୨୦-୨୧ ଆର୍ଥିକ ବର୍ଷରେ ରାଜ୍ୟକୁ ଯଥାକ୍ରମେ ୩୬୪.୭୪ କୋଟି ଟଙ୍କା ଏବଂ ୮୧୨.୧୫ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ମିଶନ ଅଧୀନରେ ମିଳିଥିବା କେନ୍ଦ୍ରୀୟ ଅନୁଦାନ ମଧ୍ୟରୁ ୨୦୧୯-୨୦ ଆର୍ଥିକ ବର୍ଷରେ ୨୭୫.୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିଲା। ସେହିପରି ୨୦୨୦-୨୧ ଆର୍ଥିକ ବର୍ଷରେ ୬୮୮.୬୯ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା।

ଅନ୍ୟପଟେ ଜଳ ଜୀବନ ମିଶନ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯-୨୦, ୨୦୨୦-୨୧ ଏବଂ ୨୦୨୧-୨୧ ଆର୍ଥିକ ବର୍ଷରେ ରାଜ୍ୟ ଅଂଶଧନ ବାବଦରେ ଯଥାକ୍ରମେ ୨୫୫.୦୨ କୋଟି ଟଙ୍କା, ୬୭୩ କୋଟି ଟଙ୍କା ଏବଂ ୧୦୫୪. ୬୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।

ଜଳ ଜୀବନ ମିଶନ ଅଧୀନରେ କେନ୍ଦ୍ର ସରକାର ସବୁ ପରିବାରକୁ ଟ୍ୟାପ ଜଳ ଯୋଗାଣ କରିବାକୁ ଲକ୍ଷ୍ୟ ରଖିଛନ୍ତି। ମିଶନ ଆରମ୍ଭ ହେବା ପରଠାରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୩୬ ଲକ୍ଷ ୯୧ ହଜାର ୮୦୭ଟି ପରିବାରକୁ ଟ୍ୟାପ ଜଳ ଯୋଗାଣ କରାଯାଇଛି। ଏବେସୁଦ୍ଧା ମିଶନ ଅଧୀନରେ ଧାର୍ଯ୍ୟ କରାଯାଇଥିବା ଲକ୍ଷ୍ୟର ୪୧.୭୯ ପ୍ରତିଶତ ପରିବାରକୁ ଟ୍ୟାପ ଜଳ ସଂଯୋଗ ଦିଆଯାଇଥିବା କେନ୍ଦ୍ର ମନ୍ତ୍ରୀ ସୂଚନା ଦେଇଥିଲେ। ମିଶନର ନିର୍ଦ୍ଧାରିତ ଅବଧି ମଧ୍ୟରେ ସବୁ ପରିବାରକୁ ଟ୍ୟାପ ଜଳ ସଂଯୋଗ ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ସୂଚୀତ କରାଯାଇଥିବା କେନ୍ଦ୍ର ମନ୍ତ୍ରୀ କହିଥିଲେ।

ଓଡିଶା କେନ୍ଦ୍ରୀୟ ଅନୁଦାନ ଜଳ ଜୀବନ ମିଶନ ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

Odisha DA Hike Announced: ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

May 15, 2026

ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ର ଆଦିତ୍ୟ ଆଲୁମିନିୟମ ସମ୍ପ୍ରସାରଣ ପ୍ରସ୍ତାବକୁ ଜନ ଶୁଣାଣୀରେ ମିଳିଲା ସମର୍ଥନ

May 15, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026
Latest News

ସପ୍ତାହରେ ଦୁଇଥର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଣାଣି କରାଯିବ : ସୁପ୍ରିମକୋର୍ଟ

May 16, 2026

ସାଇବର ଠକଙ୍କ ପାଇଁ ଆସିଗଲା CBI ABHAY, ଜାଣନ୍ତୁ ଏହାର ବୈଶିଷ୍ଟ୍ୟ 

May 16, 2026

ଆଜି ୧୬ ତାରିଖ ଶନିବାରରେ ଏହି ତିନୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

May 16, 2026

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.