Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ରାଜନୀତିରେ ଜୋରଦାର ଚର୍ଚ୍ଚା
ବିଶେଷ ଖବର

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ରାଜନୀତିରେ ଜୋରଦାର ଚର୍ଚ୍ଚା

April 5, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ରାଜନୀତିରେ ଜୋରଦାର ଚର୍ଚ୍ଚା

ଭୁବନେଶ୍ବର: ଗତକାଲି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ସେ ଓଡିଶାର ବିକାଶ ପ୍ରସଂଗରେ ଆଲୋଚନା କରିଛନ୍ତି। ଏଥିସହିତ ବିଭିନ୍ନ ପ୍ରସଂଗରେ ସେ ପ୍ରଧାନମନ୍ତ୍ରୀଙ୍କ ଉପଦେଶକୁ ମଧ୍ୟ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ନିଜର ରିପୋର୍ଟ କାର୍ଡ ପ୍ରଦାନ କରିଥିଲେ।

ତେବେ ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କାରଣ ବର୍ତ୍ତମାନ ରାଜ୍ୟ ବିଜେପିର ଦିଲ୍ଲୀ ଗସ୍ତ ରାଜନୀତି ଚାଲିଛି। ଦିନେ ରାଜ୍ୟ ନେତୃବର୍ଗ ରାଷ୍ଟ୍ରୀୟ ସଭାପତିଙ୍କୁ ସାକ୍ଷାତ କରିଥିବା ବେଳେ, ଆଉଦିନେ ବିଧାୟକମାନେ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ଏପରି ପରିସ୍ଥିତିରେ ଅପରାଜିତା ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ବିଜେପି ରାଜନୀତିରେ ଏକ ନୂଆ ମୋଡ ସୃଷ୍ଟି ହୋଇଛି।

ତେବେ ପ୍ରଧାନମନ୍ତ୍ରୀଙ୍କ ସହିତ ଅପରାଜିତା ରାଜ୍ୟ ବିଜେପି ରାଜନୀତି ଉପରେ କଥା ହୋଇଛନ୍ତି କି ନାହିଁ ସେ ସଂପର୍କରେ କିଛି କହି ନାହାଁନ୍ତି। ହେଲେ ବର୍ତ୍ତମାନ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେପିର ପ୍ରଦର୍ଶନ ଉପରେ ନିଶ୍ଚିତ ଆଲୋଚନା କରିଥିବେ। ଏପରିକି ରାଜ୍ୟ ନେତୃତ୍ବ କିପରି ଦୃବଳ ଥିଲା ତାହା ମଧ୍ୟ ଅବଗତ କରାଇଥିବେ।

ନିକଟରେ ବିଜେପି ସଭାପତି ସମୀର ମହାନ୍ତିଙ୍କ ନେତୃତ୍ବରେ ଏକ ଦଳ ନୂଆଦିଲ୍ଲୀ ଗସ୍ତ କରି ରାଷ୍ଟ୍ରୀୟ ସଭାପତିଙ୍କୁ ସାକ୍ଷାତ କରିଛନ୍ତି। ଏଥିରେ ସେମାନେ କଣ କଥା ହେଲେ ତାହା କେହି କହି ନ ଥିଲେ ମଧ୍ୟ ଅପରାଜିତାଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିଛନ୍ତି ବୋଲି କୁହାଯାଉଛି।

ଏହି ଦଳ ପରବର୍ତ୍ତି ସମୟରେ ମନ୍ତ୍ରୀ ଅଶ୍ବନୀ ବୈଷ୍ଣବ, ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ମନ୍ତ୍ରୀ ବିଶେଶ୍ବର ଟୁଡୁଙ୍କୁ ମଧ୍ୟ ସାକ୍ଷାତ କରିଥିଲେ। ସେମାନେ ଅପରାଜିତାଙ୍କ ବିରୋଧରେ ଏକ ଅନ୍ଦୋଳନ କରୁଛନ୍ତି ବୋଲି ସାଧାରଣରେ ଚର୍ଚ୍ଚା ହୋଇଛି।

ଏହାପରେ ପୁଣି ବିଧାୟକ ଦଳ ଏକାଠି ହୋଇ କେନ୍ଦ୍ରୀୟ ମନ୍ତ୍ରୀଙ୍କୁ ସାକ୍ଷାତ କରିବା ଏହି ଚର୍ଚ୍ଚାକୁ ଆହୁରି ଖୋରାକ ଯୋଗାଇଲା। ସେମାନେ ମଧ୍ୟ ସିଧା ଅପରାଜିତାଙ୍କ ବିରୋଧରେ କହିବାକୁ ପଛେଇଲେ ନାହିଁ। ଅପରାଜିତାଙ୍କ କହିଥିବା ରାଜ୍ୟ ନେତୃତ୍ବ ଦୁର୍ବଳ ବୋଲି କଥାକୁ ସେମାନେ ବିରୋଧ କରିଥିଲେ।

ଏ ସବୁ ଘଣ୍ଟାଚକଟା ଭିତରେ ଅପରାଜିତା ସିଧା ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏପରିକି ଅନେକ ବିଜେପି ନେତା ଏହି ଭେଟଘାଟକୁ ନେଇ ଛାନିଆ ମଧ୍ୟ ହୋଇପଡିଛନ୍ତି।

ଅପରାଜିତା ଷଡଙ୍ଗୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାଂସଦ ଅପରାଜିତା ଷଡଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ବିଜେଡ଼ି ଛାଡ଼ିଲେ ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା

March 11, 2026

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026
Latest News

ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆ ପାଇଁ ଏୟାର ଇଣ୍ଡିଆ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ ନେଲେ ଏହି ପଦକ୍ଷେପ

March 11, 2026

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.