Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ର ସରକାରଙ୍କ ବଡ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ମିଥ୍ୟା ସୂଚନା ପ୍ରସାରଣ କରୁଥିବା ୨୨ଟି ୟୁଟ୍ୟୁବ୍‌ ଚ୍ୟାନେଲ
ବିଶେଷ ଖବର

କେନ୍ଦ୍ର ସରକାରଙ୍କ ବଡ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ମିଥ୍ୟା ସୂଚନା ପ୍ରସାରଣ କରୁଥିବା ୨୨ଟି ୟୁଟ୍ୟୁବ୍‌ ଚ୍ୟାନେଲ

April 5, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ବିରୋଧରେ ମିଥ୍ୟା ଖବର ପ୍ରସାରଣ କରୁଥିବା ୨୨ଟି ୟୁଟ୍ୟୁବ୍‌ ସମାଚାର ଚ୍ୟାନେଲ, ୩ଟି ଟୁଇଟର ଆକାଉଣ୍ଟ, ଗୋଟିଏ ଫେସବୁକ ଆକାଉଣ୍ଟ ଏବଂ ଗୋଟିଏ ସମାଚାର ୱେବସାଇଟ୍‌କୁ ବ୍ଲକ୍‌ କରିବା ଲାଗି ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ଆଇଟି ନିୟମାବଳୀ ୨୦୨୧ ଆଧାରରେ ମନ୍ତ୍ରଣାଳୟ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ବ୍ଲକ୍‌ ହୋଇଥିବା ୟୁଟ୍ୟୁବ୍‌ ଚ୍ୟାନେଲକୁ ପାଖାପାଖି ୨୬୦ କୋଟି ଦର୍ଶକ ଦେଖିଥିଲେ। ଏଗୁଡ଼ିକୁ ମିଛ ଖବର ପ୍ରସାରଣ ପାଇଁ ଉପଯୋଗ କରାଯାଉଥିଲା। ଜାତୀୟ ସୁରକ୍ଷା, ଭାରତର ବୈଦେଶିକ ସମ୍ପର୍କ ଏବଂ ସାର୍ବଜନୀନ ଆଇନ ଶୃଙ୍ଖଳା ପରିସ୍ଥିତି ଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ମିଛ ଖବର ପ୍ରସାରଣ କରାଯାଇ ଅସ୍ଥିରତା ସୃଷ୍ଟି କରିବାକୁ ଉଦ୍ୟମ କରାଯାଉଥିଲା।

ଭାରତୀୟ ୟୁଟ୍ୟୁବ୍‌ ଚ୍ୟାନେଲ ବିରୋଧରେ କାର୍ଯ୍ୟାନୁଷ୍ଠାନ

ପ୍ରଥମ ଥର ପାଇଁ ଭାରତରୁ ପରିଚାଳିତ ୟୁଟ୍ୟୁବ ନ୍ୟୁଜ୍‌ (ସମାଚାର) ଚ୍ୟାନେଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗତ ବର୍ଷ ପେବୃଆରୀରେ ଆଇଟି ନିୟମାବଳୀ, ୨୦୨୧ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପ୍ରଥମ ଥର ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ନୂଆ ଆଦେଶରେ ଭାରତରୁ ପରିଚାଳିତ ହେଉଥିବା ୧୮ଟି ଏବଂ ପାକିସ୍ତାନରୁ ପରିଚାଳିତ ହେଉଥିବା ୪ଟି ୟୁଟ୍ୟୁବ୍‌ ଚ୍ୟାନେଲକୁ ବ୍ଲକ୍‌ କରାଯାଇଛି।

ବିଷୟବସ୍ତୁର ବିଶ୍ଳେଷଣ

ଭାରତୀୟ ସେନାବାହିନୀ, ଜମ୍ମୁ ଓ କଶ୍ମୀର ଭଳି ବିଭିନ୍ନ ପ୍ରସଙ୍ଗରେ ଏସବୁ ୟୁଟ୍ୟୁବ ଚ୍ୟାନେଲରେ ମିଛ ଖବର ପ୍ରସାରିତ ହେଉଥିଲା। ପାକିସ୍ତାନରୁ ସଂଯୋଜିତ ଢଙ୍ଗରେ ପରିଚାଳିତ ହେଉଥିବା ଏକାଧିକ ସୋସିଆଲ ମିଡିଆଗୁଡ଼ିକରୁ ଭାରତ ବିରୋଧୀ ବିଷୟବସ୍ତୁ ପୋଷ୍ଟ କରାଯାଉଥିଲା ଯାହାକି ଏସବୁ ୟୁଟ୍ୟୁବ୍‌ ଚ୍ୟାନେଲରେ ପ୍ରସାରିତ ହେଉଥିଲା। ଏହି କାରଣରୁ ଏସବୁ ଚ୍ୟାନେଲକୁ ବ୍ଲକ୍‌ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।

ୟୁକ୍ରେନ ପ୍ରସଙ୍ଗ ଏବଂ ଅନ୍ୟ ରାଷ୍ଟ୍ରମାନଙ୍କ ସହିତ ଭାରତର ବୈଦେଶିକ ସମ୍ପର୍କକୁ କ୍ଷତି ପହଞ୍ଚାଇବାର ଉଦ୍ଦେଶ୍ୟ ନେଇ ଭାରତରେ ପରିଚାଳିତ ୟୁଟ୍ୟୁବ୍‌ ଚ୍ୟାନେଲଗୁଡ଼ିକରେ ଅନେକ ମିଛ ବିଷୟବସ୍ତୁ ପ୍ରସାରଣ କରାଯାଉଥିବା ବିଶ୍ଳେଷଣରୁ ଜଣାପଡ଼ିଛି।

ଅପରାଧିକ ଉଦ୍ଦେଶ୍ୟ

ବ୍ଲକ ହୋଇଥିବା ଭାରତୀୟ ୟୁଟ୍ୟୁବ୍‌ ଚ୍ୟାନେଲଗୁଡ଼ିକ କେତେକ ଟିଭି ନ୍ୟୁଜ୍‌ ଚ୍ୟାନେଲର ନକଲି ଟେମ୍ପଲେଟ୍‌ ଏବଂ ଲୋଗୋ ବ୍ୟବହାର କରୁଥିଲେ। ଏପରିକି ମିଛ ଖବରକୁ ସତ ବୋଲି ପ୍ରମାଣିତ କରିବା ଲାଗି ନ୍ୟୁଜ୍‌ ଉପସ୍ଥାପକ (ଆଙ୍କର୍‌)ମାନଙ୍କର ଫଟୋ ମଧ୍ୟ ବ୍ୟବହାର କରୁଥିଲେ। ନକଲି ଥମ୍ବନେଲ ବ୍ୟବହାର କରିବା ସହିତ ଥମ୍ବନେଲ୍‌ ଓ ଟାଇଟଲକୁ ବାରମ୍ବାର ପରିବର୍ତ୍ତନ କରାଯାଇ ଏସବୁ ମିଛ ଖବରକୁ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ (ଭାଇରାଲ୍‌) କରିବା ପାଇଁ ଉଦ୍ୟମ କରାଯାଉଥିଲା। କେତେକ କ୍ଷେତ୍ରରେ, ଭାରତ-ବିରୋଧୀ ମିଛ ଖବରର ଉତ୍ସ ପାକିସ୍ତାନରୁ ହିଁ ସୃଷ୍ଟି ହେଉଥିବା ତଦନ୍ତରୁ ଜଣାପଡ଼ିଛି।

ଡିସେମ୍ବର ୨୦୨୧ ଠାରୁ ବର୍ତ୍ତମାନ ସୁଦ୍ଧା ଜାତୀୟ ସୁରକ୍ଷା, ଭାରତର ସାର୍ବଭୌମତ୍ବ ଓ ଅଖଣ୍ଡତା, ସାର୍ବଜନୀନ ଆଇନ ଶୃଙ୍ଖଳା ବ୍ୟବସ୍ଥା ଆଦିକୁ କ୍ଷତି ପହଞ୍ଚାଇବା ଲାଗି ଉଦ୍ୟମ କରୁଥିବା ୭୮ଟି ୟୁଟ୍ୟୁବ ନ୍ୟୁଜ୍‌ ଚ୍ୟାନେଲ ଏବଂ ଅନ୍ୟ ସାମାଜିକ ଗଣମାଧ୍ୟମ ଆକାଉଣ୍ଟକୁ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବ୍ଲକ୍‌ କରାଯାଇଛି।

ପ୍ରାମାଣିକ, ବିଶ୍ବସନୀୟ ଏବଂ ନିରାପଦ ଅନଲାଇନ୍‌ ସମାଚାର ଗଣମାଧ୍ୟମ ପରିବେଶ ସୁନିଶ୍ଚିତ କରିବା ଦିଗରେ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ସଂକଳ୍ପବଦ୍ଧ । ଭାରତର ଅଖଣ୍ଡତା ଓ ସାର୍ବଭୌମତ୍ବ, ଜାତୀୟ ସୁରକ୍ଷା, ବିଦେଶ ସମ୍ପର୍କ ଏବଂ ଆଭ୍ୟନ୍ତରୀଣ ଆଇନ ଶୃଙ୍ଖଳା ପ୍ରତି  ବିପଦ ସୃଷ୍ଟି କରିବା ଲାଗି ହେଉଥିବା ଉଦ୍ୟମ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି।

କେନ୍ଦ୍ର ସରକାର ଟୁଇଟର ଆକାଉଣ୍ଟ ମିଥ୍ୟା ଖବର
Share. Facebook Twitter LinkedIn Email WhatsApp Copy Link

Related Posts

୨୮ ବର୍ଷ ପରେ ଭାରତକୁ ମିଳିଲା ପଦକ: ଏସୀୟ କ୍ରୀଡ଼ାରେ ରୌପ୍ୟ ଜିତିଲେ ମୀରାବାଇ ଚାନୁ

September 23, 2026

ନିଶାଦ୍ରବ୍ୟ ବିରୋଧରେ ଦୃଢ଼ ଓ ନିର୍ଣ୍ଣାୟକ ପଦକ୍ଷେପର ସମୟ ଆସିଛି: ଅମିତ ଶାହ

September 23, 2026

୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

September 23, 2026

ପଞ୍ଚାନନ କାନୁନଗୋଙ୍କ ମିଥ୍ୟା ଅଭିଯୋଗକୁ ଆଇନ ମନ୍ତ୍ରୀଙ୍କ କଡ଼ା ଜବାବ: ମହାପ୍ରଭୁଙ୍କ ଜମି ହଡ଼ପ ପ୍ରମାଣିତ ହେଲେ ଛାଡ଼ିବି ରାଜନୀତି

September 22, 2026
Latest News

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍ ଧକ୍କାରେ ଦମ୍ପତି ମୃତ

September 23, 2026

୨୮ ବର୍ଷ ପରେ ଭାରତକୁ ମିଳିଲା ପଦକ: ଏସୀୟ କ୍ରୀଡ଼ାରେ ରୌପ୍ୟ ଜିତିଲେ ମୀରାବାଇ ଚାନୁ

September 23, 2026

ମେଘାଳୟରେ ୟୁଡିପି କୁ ଝଟକା: ୧୨ ବିଧାୟକଙ୍କ ମଧ୍ୟରୁ ୮ ବିଧାୟକ ବିଜେପିରେ ସାମିଲ

September 23, 2026

ବିଶ୍ୱ ଗୋଲାପ ଦିବସରେ କର୍କଟ ରୋଗ ସଚେତନତା କାର୍ଯ୍ୟକ୍ରମ

September 23, 2026

ରେଳ ଧାରଣାରୁ ମୃତ ଦେହ ଉଦ୍ଧାର

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.