Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସନ୍ଥ କବି ଭୀମ ଭୋଇଙ୍କ ଚେୟାର ପ୍ରତିଷ୍ଠା ପାଇଁ ୟୁଜିସିର ଅନୁମତି
ବିଶେଷ ଖବର

ସନ୍ଥ କବି ଭୀମ ଭୋଇଙ୍କ ଚେୟାର ପ୍ରତିଷ୍ଠା ପାଇଁ ୟୁଜିସିର ଅନୁମତି

April 7, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅନ୍ତର୍ଗତ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଛତିଶଗଡ଼ ବିଳାସପୁର ସ୍ଥିତ ଗୁରୁ ଘାସିଦାସ ବିଶ୍ୱବିଦ୍ୟାଳୟ ଠାରେ ମହିମା ଧର୍ମର ମହାନ ପ୍ରଚାରକ ସନ୍ଥ କବି ଭୀମ ଭୋଇଙ୍କ ଚେୟାର ପ୍ରତିଷ୍ଠା ପାଇଁ ଅନୁମତି ଦେଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଏହାକୁ ସ୍ୱାଗତଯୋଗ୍ୟ ପଦକ୍ଷେପ କହିବା ସହ ଏହି ଦୁଇଟି ବିଶ୍ୱବିଦ୍ୟାଳୟରେ ଭୀମ ଭୋଇ ଚେୟାର ପ୍ରତିଷ୍ଠା ଉଚ୍ଚ ଶିକ୍ଷା ଏବଂ ଏହି ମହାନ କବିଙ୍କ ମାନବ ଦର୍ଶନ ଉପରେ ଗବେଷଣାକୁ ପ୍ରୋତ୍ସାହନ ଦେବ ଏବଂ ଏହା ହିଁ ମହାନ କବି ଭୀମ ଭୋଇଙ୍କ ପ୍ରତି ସଠିକ୍ ଶ୍ରଦ୍ଧାଞ୍ଜଳି ହେବ। ସନ୍ଥ କବି ଭୀମ ଭୋଇ ଓଡ଼ିଆ ସାହିତ୍ୟ ଓ ଧାର୍ମିକ-ସାମାଜିକ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛନ୍ତି।

ଦୂରଦୃଷ୍ଟିସମ୍ପନ୍ନ କବି ଭୀମ ଭୋଇ ନିଜ କାଳଜୟୀ କବିତା ମାଧ୍ୟମରେ ସମାଜର ଲୋକଙ୍କୁ ସଶକ୍ତ କରିପାରିଥିଲେ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ଅକ୍ଟୋବର ୨ ଗାନ୍ଧି ଜୟନ୍ତୀ ଅବସରରେ ସମ୍ବଲପୁର ଜିଲ୍ଲା ରେଢାଖୋଲ ଗସ୍ତ ସମୟରେ ସନ୍ଥ କବି ଭୀମ ଭୋଇଙ୍କ ଜୀବନୀ ଓ ତାଙ୍କ ଦର୍ଶନ ଉପରେ ଅଧିକ ଅଧ୍ୟୟନ କରିବା ପାଇଁ ୟୁଜିସିକୁ ନିର୍ଦ୍ଦେଶ ଦେଇଥିଲେ। ସେ କହିଥିଲେ ଯେ ଆଗାମୀ ଦିନରେ ସନ୍ଥ କବି ଭୀମ ଭୋଇଙ୍କୁ ଜଣେ ସର୍ବତୋମ ବିଚାରକ ଭାବେ ପ୍ରମାଣିତ କରିବା ପାଇଁ ଉଦ୍ୟମ କରାଯିବ।

ଭାରତ ସରକାରଙ୍କ ୟୁଜିସି ଏହି ମହାପୁରୁଷଙ୍କ ‘ମହିମା ଧର୍ମ’ର ବିଚାର ସମ୍ପର୍କରେ ଅଧ୍ୟୟନ କରିବ। ବିଭିନ୍ନ ରାଜ୍ୟର ବିଶ୍ୱବିଦ୍ୟାଳୟରେ ଭୀମ ଭୋଇଙ୍କ ନାଁରେ ଭୀମ ଭୋଇ ଚେୟାର ସ୍ଥାପନ ହେବ। ଜାତୀୟ ଓ ଅନ୍ତରାଷ୍ଟ୍ରୀୟ ସ୍ତରରେ ଭୀମ ଭୋଇଙ୍କୁ ସମ୍ମାନ ଦେବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ।

ଏହା ଦ୍ୱାରା ଶତାବ୍ଦୀ ଶତାବ୍ଦୀରୁ ପଛୁଆ ଅଂଚଳରୁ ଆରମ୍ଭ ହୋଇଥିବା ମହାନ୍ ବିଚାର ଅନ୍ତରାଷ୍ଟ୍ରୀୟ ସ୍ତରକୁ ଯିବ। ବିଶ୍ୱ ଏହି ଦର୍ଶନରେ ଅନୁପ୍ରାଣିତ ହେଲେ, ଏହା ହିଁ ସନ୍ଥ କବି ଭୀମ ଭୋଇଙ୍କୁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ଶ୍ରୀ ପ୍ରଧାନ କହିଥିଲେ।

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଭାରତ ସରକାର ୟୁଜିସି ଶିକ୍ଷା ମନ୍ତ୍ରଣାଳୟ ସନ୍ଥ କବି ଭୀମ ଭୋଇ
Share. Facebook Twitter LinkedIn Email WhatsApp Copy Link

Related Posts

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ସରକାର ଧାର୍ଯ୍ୟ କରନ୍ତୁ ଦୀପାବଳୀରେ ବାଣ ଫୁଟାଇବା ନିର୍ଦ୍ଦିଷ୍ଟ ସମୟ : ସୁପ୍ରିମକୋର୍ଟ

October 1, 2026
Latest News

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026

ଅକ୍ଟୋବର ଆରମ୍ଭରୁ ମହଙ୍ଗା ବାଣିଜ୍ୟିକ ଏଲପିଜି

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.