Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଲିଙ୍ଗ ନିରୁପିତ ଶୁକ୍ରାଣୁ ଦ୍ୱାରା କୃତ୍ରିମ ପ୍ରଜନନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କୃଷିମନ୍ତ୍ରୀ, ଜାଣନ୍ତୁ ଏହା କଣ
ବିଶେଷ ଖବର

ଲିଙ୍ଗ ନିରୁପିତ ଶୁକ୍ରାଣୁ ଦ୍ୱାରା କୃତ୍ରିମ ପ୍ରଜନନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କୃଷିମନ୍ତ୍ରୀ, ଜାଣନ୍ତୁ ଏହା କଣ

April 6, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଲିଙ୍ଗ ନିରୁପିତ ଶୁକ୍ରାଣୁ ଦ୍ୱାରା କୃତ୍ରିମ ପ୍ରଜନନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କୃଷିମନ୍ତ୍ରୀ

ଭୁବନେଶ୍ୱର: କୃଷି ଓ ଏହାର ଆନୁଷଙ୍ଗିକ କ୍ଷେତ୍ରରେ ନିଯୁକ୍ତିର ବ୍ୟାପକ ସୁଯୋଗ ରହିଛି। ବିଗତ କରୋନା ମହାମାରୀ କାଳରେ ଚାକିରି ବୃତ୍ତି ପାଇଁ ରାଜ୍ୟ ବାହାରକୁ ଯାଇଥିବା ଓଡ଼ିଆ ଯୁବପିଢ଼ି ରାଜ୍ୟକୁ ଫେରି କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ମନୋନିବେଶ ତଥା ପୁଂଜିନିବେଶ କରିଛନ୍ତି। ଆଜି ଭୁବନେଶ୍ୱର କୃଷି ଭବନଠାରେ ଲିଙ୍ଗ ନିରୁପିତ ଶୁକ୍ରାଣୁ ( Sex Sorted Semen) ଦ୍ୱାରା କୃତି୍ରମ ପ୍ରଜନନ କାର୍ଯ୍ୟକ୍ରମର ଶୁଭାରମ୍ଭ କରି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଉପରୋକ୍ତ ମତବ୍ୟକ୍ତ କରିଛନ୍ତି।

ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଡ. ସାହୁ କହିଲେ ଯେ ଲିଙ୍ଗ ନିରୁପିତ ଶୁକ୍ରାଣୁ ଟେକ୍‌ନୋଲୋଜି ଦ୍ୱାରା ୯୦ ପ୍ରତିଶତ ପର୍ଯ୍ୟନ୍ତ ମାଈ ବାଛୁରି ଜନ୍ମ ହୋଇ ରାଜ୍ୟରେ ଦୁU ଉତ୍ପାଦନରେ ବୃଦ୍ଧି ଘଟିବା ସହିତ ଚାଷୀର ଆୟବୃଦ୍ଧି ଘଟିବ। ଏହି କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ଦୁUଚାଷୀଙ୍କ ପାଇଁ ୭୫ ପ୍ରତିଶତ ରିହାତି ସରକାର ଯୋଗାଇଦେବେ। ଗୋଟିଏ ଡୋଜ ଲିଙ୍ଗ ନିରୁପିତ ଶୁକ୍ରାଣୁର ମୂଲ୍ୟ ୭୧୫ ଟଙ୍କା ହୋଇଥିବାସ୍ଥଳେ ସରକାର ଏହାକୁ ଗୋପାଳକମାନଙ୍କୁ ମାତ୍ର ୧୮୦ ଟଙ୍କାରେ ଯୋଗାଇଦେବେ। ରାଜ୍ୟର ଖଣିଜ ଅଞ୍ଚଳ ଜିଲ୍ଲାମାନଙ୍କରେ ଏଥି ପାଇଁ ଶତପ୍ରତିଶତ ରିହାତିର ସୁବିଧା ରହିଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ।

ଗତ ଦୁଇ ଦଶକରେ ରାଜ୍ୟରେ ଗୋପାଳକର ବିକାଶ ଚାଷୀମାନଙ୍କ ଆୟବୃଦ୍ଧି କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି ଏବଂ ରାଜ୍ୟ ସରକାର ସର୍ବଦା ଚାଷୀ ଓ ଗୋପାଳକଙ୍କ ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ କରୁଛନ୍ତି । ରାଜ୍ୟ ସରକାର ଏହି ଆନୁଷଙ୍ଗିକ କ୍ଷେତ୍ରକୁ ରାଜ୍ୟର ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ଉଦ୍ୟୋଗୀମାନଙ୍କ ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ଅଭିବୃଦ୍ଧି କ୍ଷେତ୍ର ରୂପେ ଚିହ୍ନଟ କରିଛନ୍ତି ।

ଗତ ଦୁଇ ଦଶକରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ପ୍ରାୟ ତିନିଗୁଣ ବୃଦ୍ଧି ପାଇଛି । ୨୦୦୦ ମସିହାରେ ଏହା ୮.୭୫ ଲକ୍ଷ ମେଟି୍ରକ୍‌ ଟନ୍‌ ଥିବାବେଳେ ୨୦୨୧ ମସିହାରେ ୨୩.୭୩ ଲକ୍ଷ ମେଟି୍ରକ୍‌ ଟନ୍‌କୁ ବୃଦ୍ଧି ପାଇଛି । କୃତ୍ରିମ ପ୍ରଜନନ ମାଧ୍ୟମରେ ଗୋ-ପ୍ରଜାତିର ଉନ୍ନତିକରଣକୁ ଏକ ମିଶନ ଭାବେ ଗ୍ରହଣ କରି ବାର୍ଷିକ ପ୍ରାୟ ୧୫ ଲକ୍ଷ ଗାଈଙ୍କୁ ମାଗଣାରେ କୃତି୍ରମ ପ୍ରଜନନ କରାଯାଉଛି ।

ଗୋରୁଗାଈଙ୍କ ଫାଟୁଆ ରୋଗ ନିୟନ୍ତ୍ରଣ ପାଇଁ ଗୃହପାଳିତ ପ୍ରାଣୀଙ୍କ ଟିକାକରଣକୁ ଏକ ଅଭିଯାନ ଭାବେ ନିଆଯାଇ ବର୍ଷକୁ ଦୁଇଥର ଟିକାକରଣ କରାଯାଉଛି । ଉଚ୍ଚ ଅମଳସଂପନ୍ନ ଋତୁକାଳୀନ ଓ ସବୁଦିନିଆ ଘାସ କରିବା ପାଇଁ ପ୍ରୋତ୍ସାହନ ଯୋଗାଇ ଦିଆଯାଉଛି । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ମାଧ୍ୟମରେ ଗୋପାଳକ ଏବଂ ଯୁବ ଉଦ୍ୟୋଗୀମାନଙ୍କୁ ନୂତନ ଡାଇରୀ ଫାର୍ମ ଓ ମିଲ୍କ ପ୍ରୋସେସିଂ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସବ୍‌ସିଡି ଯୋଗାଇ ଦିଆଯାଉଛି । ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ (ଓମ୍‌ଫେଡ୍‌) ମାଧ୍ୟମରେ ରାଜ୍ୟର ପ୍ରାୟ ୩୭୦୦ ଦୁଗ୍ଧ ଉତ୍ପାଦକ ସମବାୟ ସମିତିର ମୋଟ ୨ ଲକ୍ଷ ୬୩ ହଜାର ଗୋପାଳକ ସେମାନଙ୍କ ଉତ୍ପାଦିତ ଦୁUର ବିକ୍ରୟ କରିପାରୁଛନ୍ତି ।

ଉଚ୍ଚ ଜେନେଟିକ୍‌ କ୍ଷମତାସଂପନ୍ନ ଷଣ୍ଢଙ୍କ ଶୁକ୍ରାଣୁ ବ୍ୟବହାର ମାଧ୍ୟମରେ ଗୋ-ପ୍ରଜାତିର ଉନ୍ନତିକରଣ ଓ ଦୁଗ୍ଧ ଉତ୍ପାଦନ ବୃଦ୍ଧି କରିବାକୁ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ଗୁରୁତ୍ୱ ପ୍ରଦାନ କରୁଛି । ଲିଙ୍ଗ ନିରୁପିତ ହୋଇନଥିବା ସାଧାରଣ ଶୁକ୍ରାଣୁ ବ୍ୟବହାର କରି କୃତି୍ରମ ପ୍ରଜନନ କରାଯାଉଥିବା ଗାଈଙ୍କଠାରୁ ୫୦ ପ୍ରତିଶତ ଅଣ୍ଡିରା ଓ ୫୦ ପ୍ରତିଶତ ମାଈ ବାଛୁରି ଜନ୍ମ ହେବାର ସମ୍ଭାବନା ଥାଏ ।

ଧୀରେ ଧୀରେ ଅଣ୍ଡିରା ବାଛୁରିଙ୍କ ଚାହିଦା କମୁଥିବାରୁ ଗୋପାଳକମାନେ ସେମାନଙ୍କୁ ବୁଲା ଗୋରୁ ଭାବେ ଛାଡ଼ି ଦେଇଥାନ୍ତି ଓ ରାଜ୍ୟରେ ବୁଲା ଗୋରୁଙ୍କ ସଂଖ୍ୟାରେ ବୃଦ୍ଧି ଘଟିଥାଏ । ଲିଙ୍ଗ ନିରୁପିତ ଶୁକ୍ରାଣୁ ଟେକ୍‌ନୋଲୋଜି ୯୦ ପ୍ରତିଶତ ପର୍ଯ୍ୟନ୍ତ ଉଚ୍ଚ ଜେନେଟିକ୍‌ କ୍ଷମତା ସଂପନ୍ନ ମାଈ ବାଛୁରି ଜନ୍ମର ସମ୍ଭାବନାକୁ ବୃଦ୍ଧି କରିଥାଏ ଏବଂ ଏହା ଦ୍ୱାରା ଅଣ୍ଡିରା ବାଛୁରିଙ୍କ ସଂଖ୍ୟା ହ୍ରାସ ପାଇ ଗୋପାଳକଙ୍କ ଉପରେ ଅଣ୍ଡିରା ବାଛୁରି ପାଳନର ଭାର ହ୍ରାସ କରିଥାଏ ।

ଏହି ଅବସରରେ କୃଷି ଉତ୍ପାଦନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସଂଜୀବ ଚୋପ୍ରା କହିଥିଲେ ଯେ ରାଜ୍ୟରେ ଗିର୍‌, ସାହିୱାଲ୍‌, କ୍ରସ୍‌ ବ୍ରେଡ୍‌ ଜର୍ସି, କ୍ରସ୍‌ ବ୍ରେଡ୍‌ ହୋଲ୍‌ଷ୍ଟିନ୍‌ ଫି୍ରଜିଆନ୍‌ ଇତ୍ୟାଦି ଉନ୍ନତ ପ୍ରଜାତିର ସେକ୍ସ ସର୍ଟେଡ୍‌ ସିମେନ୍‌ ଚାଷୀଙ୍କ ପାଇଁ ଉପଲବ୍ଧ ହେବ । ଓଡ଼ିଶା ଗୋ-ମହିଷାଦି ପ୍ରଜନନ ନୀତି ଅନୁଯାୟୀ ଏହା କାର୍ଯ୍ୟକାରୀ କରାଯାଉଛି ।

ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ କହିଥିଲେ ଯେ ଲିଙ୍ଗ ନିରୁପିତ ଶୁକ୍ରାଣୁ କାର୍ଯ୍ୟକ୍ରମ ରାଜ୍ୟର ସମସ୍ତ ଜିଲ୍ଲାରେ କାର୍ଯ୍ୟକାରୀ ହେବ । ୨୦୨୨-୨୩ ବର୍ଷରେ ପ୍ରାଥମିକ ଅବସ୍ଥାରେ ୫.୫ ଲକ୍ଷ ଡୋଜ୍‌ ( Sex Sorted Semen) ବ୍ୟବହାର କରି ୧.୨୦ ଲକ୍ଷ ଗାଈଙ୍କ କୃତି୍ରମ ପ୍ରଜନନ କରାଯିବ ।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟ ସ୍ୱାଗତ ଭାଷଣ ଦେଇଥିବାବେଳେ ଓଡ଼ିଶା ପ୍ରାଣୀଧନ ଅନୁସନ୍ଧାନ ବିକାଶ ସଂସ୍ଥାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ଲୋକନାଥ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଅବସରରେ ଗୋ-ପ୍ରଜାତି କୃତ୍ରିମ ପ୍ରଜନନ ଉପରେ ଏକ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଓମ୍‌ଫେଡ୍‌ର ଏମ୍‌.ଡି, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ମହାବିଦ୍ୟାଳୟର ବିଶେଷଜ୍ଞ, ବିଭାଗୀୟ ଅଧିକାରୀ ଓ ଗୋପାଳକମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ ଜିଲ୍ଲାରୁ ଗୋପାଳକ ଓ ବିଭାଗୀୟ ଅଧିକାରୀମାନେ ଭର୍ଚୁଆଲ୍‌ ମାଧ୍ୟମରେ ଯୋଗଦେଇଥିଲେ ।

ଡ. ଅରୁଣ କୁମାର ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.