Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୋଭିଡ୍‌-୧୯ରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ ସହାୟତା, ଆବେଦନ ସମୟ ବଢିଲା
ବିଶେଷ ଖବର

କୋଭିଡ୍‌-୧୯ରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ ସହାୟତା, ଆବେଦନ ସମୟ ବଢିଲା

April 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : କୋଭିଡ୍‌-୧୯ରେ ମୃତ୍ୟୁ ପାଇଁ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ମୃତକଙ୍କ ନିକଟତମ ସଂପର୍କୀୟଙ୍କୁ ଯୋଗାଇ ଦିଆଯାଉଛି। ଯେଉଁ ବ୍ୟକ୍ତିମାନେ ୨୦୨୨ ମାର୍ଚ୍ଚ ୨୦ ତାରିଖ କିମ୍ବା ତାହା ପୂର୍ବରୁ କୋଭିଡ୍‌-୧୯ରେ ମୃତ୍ୟୁବରଣ କରିଛନ୍ତି ଏବଂ ସେମାନଙ୍କ ନିକଟତମ ସଂପର୍କୀୟମାନେ ଯଦି ଏହି ସହାୟତା ରାଶି ପାଇନାହାନ୍ତି ସେମାନେ ଆବେଦନ ପତ୍ର/ଦରଖାସ୍ତ ଓ ଆବଶ୍ୟକୀୟ ଦସ୍ତାବିଜ ସହିତ ଜିଲ୍ଲାପାଳଙ୍କୁ ଅଫ୍‌ଲାଇନ୍‌ କିମ୍ବା ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ।

https://caps.odisha.gov.in ୱେବ୍‌ସାଇଟ୍‌ ଜରିଆରେ ଆସନ୍ତା ୬୦ ଦିନ ଅର୍ଥାତ୍‌ ୨୦୨୨ ମଇ ୨୮ ତାରିଖ ମଧ୍ୟରେ ଆବେଦନ କରିପାରିବେ।  ଯଦି କୌଣସି ବ୍ୟକ୍ତି ୨୦୨୨ ମାର୍ଚ୍ଚ ୨୦ ତାରିଖ ପରେ ମୃତ୍ୟୁବରଣ କରିଛନ୍ତି କିମ୍ବା ଯଦି କେହି ଭବିଷ୍ୟତରେ କୋଭିଡ୍‌-୧୯ରେ ମୃତ୍ୟୁବରଣ କରନ୍ତି ତେବେ ତାଙ୍କ ଆତ୍ମୀୟସ୍ୱଜନ କୋଭିଡ୍‌-୧୯ ମୃତ୍ୟୁ ସହାୟତା ରାଶି ନିମନ୍ତେ ମୃତ୍ୟୁ ଘଟିଥିବା ଦିନଠାରୁ ୯୦ ଦିନ ମଧ୍ୟରେ ଅବେଦନ ପତ୍ର/ଦରଖାସ୍ତ ଓ ଆବଶ୍ୟକୀୟ ଦସ୍ତାବିଜ୍‌ ସହିତ ଜିଲ୍ଲାପାଳଙ୍କୁ ଅଫ୍‌ଲାଇନ୍‌ କିମ୍ବା ଅନ୍‌ଲାଇନ୍‌ରେ ଏହି ୱେବ୍‌ସାଇଟ୍‌ ଜରିଆରେ ଆବେଦନ କରିପାରିବେ।

କୌଣସି ଅସୁବିଧା କିମ୍ବା ଦୁରାବସ୍ଥା ପାଇଁ ସୁପି୍ରମକୋର୍ଟଙ୍କ ଦ୍ୱାରା ଉପରୋକ୍ତ ଧାର୍ଯ୍ୟ ସମୟସୀମା ମଧ୍ୟରେ ଯଦି କୌଣସି ଆବେଦନକାରୀ ଏହି ସହାୟତା ନିମନ୍ତେ ଆବେଦନ କରିବାରେ ବିଫଳ ହୁଅନ୍ତି ତେବେ ସେମାନେ ପ୍ରତ୍ୟେକ ଜିଲ୍ଲାରେ ଗଠନ କରାଯାଇଥିବା Grievance Redressal Committee ମାଧ୍ୟମରେ ଆବେଦନ କରିପାରିବେ। ପ୍ରତ୍ୟେକ Grievance Redressal Committee ଆବେଦନକାରୀଙ୍କ ତଥ୍ୟ ଆଧାରରେ ଆବଶ୍ୟକୀୟ ଯାଞ୍ଚ ଏବଂ ତଦନ୍ତ କରି ଉପଯୁକ୍ତ ପଦକ୍ଷେପ ନେବେ।

କୋଭିଡ୍‌-୧୯ରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ଆତ୍ମୀୟସ୍ୱଜନଙ୍କୁ ଆବେଦନ କରିବାର ୩୦ ଦିନ ମଧ୍ୟରେ ଏହି ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ। ଆବଶ୍ୟକସ୍ଥଳେ ଜନସାଧାରଣ ଦେୟମୁକ୍ତ ସଂଯୋଗ ହେଲପ୍‌ଲାଇନ୍‌ ନମ୍ବର ୧୫୫୩୫କୁ ଯୋଗାଯୋଗ କରି ସହାୟତା ନେଇପାରିବେ ବୋଲି ସ୍ୱତନ୍ତ୍ର ରିଲିଫ୍‌ କମିଶନର ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଣାଇଛନ୍ତି।

କୋଭିଡ୍-19
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ସରକାରୀ ବ୍ୟାଙ୍କ ସେବା ବ୍ୟାହତ: ଦେଶବ୍ୟାପୀ ଆନ୍ଦୋଳନରେ ସାମିଲ ହେଲେ ୮ ଲକ୍ଷରୁ ଊର୍ଦ୍ଧ୍ୱ କର୍ମଚାରୀ

September 11, 2026

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026
Latest News

ସ୍ୱିଜରଲ୍ୟାଣ୍ଡରେ ମର୍ମନ୍ତୁଦ ପର୍ଯ୍ୟଟକ ବସ୍ ଦୁର୍ଘଟଣା: ୫ ମୃତ

September 11, 2026

ଓଡ଼ିଶାରେ ସରକାରୀ ବ୍ୟାଙ୍କ ସେବା ବ୍ୟାହତ: ଦେଶବ୍ୟାପୀ ଆନ୍ଦୋଳନରେ ସାମିଲ ହେଲେ ୮ ଲକ୍ଷରୁ ଊର୍ଦ୍ଧ୍ୱ କର୍ମଚାରୀ

September 11, 2026

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଶରୀର ପୁରୁଷର, ହେଲେ ଭିତରେ ଗର୍ଭାଶୟ; ସାମ୍ନାକୁ ଆସିଲା ବିରଳ ମାମଲା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.