Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୁରୀ ମେଡିକାଲ କଲେଜକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

ପୁରୀ ମେଡିକାଲ କଲେଜକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

April 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ମେଡିକାଲ କଲେଜକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଏବଂ ହସପିଟାଲକୁ ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେଲିକାପ୍ଟର ଯୋଗେ ଭୁବନେଶ୍ବରରୁ ପୁରୀରେ ପହଞ୍ଚିଥିଲେ। ସେଠାରେ ପୁରୀ ସାଂସଦ ପିନାକୀ ମିଶ୍ର, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ, ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଂଜୟ ଦାସ ବର୍ମା ପ୍ରମୁଖ ଯୋଗ ଦେଇଥିଲେ।

ପୁରୀ ବାଲିଗୁଆଳି ନିକଟରେ ୫୦୦ କୋଟି ଟଙ୍କା ବ୍ୟୟରେ ଏହି ହସ୍ପିଟାଲ ନିର୍ମାଣ କରାଯାଇଛି। ବର୍ତ୍ତମାନ ଏହି ମେଡିକାଲ କଲେଜରେ ୨୧ଟି ବିଭାଗର ପାଠ୍ୟକ୍ରମ ଖୋଲିଛି। ଏହି ମେଡିକାଲ କଲେଜରେ ପାଞ୍ଚ ତାଲା ବିଶିଷ୍ଟ ହୋଇଛି। ଏଥିରେ ହଷ୍ଟେଲ, ପ୍ରଶାସନିକ ଭବନ, କ୍ୟାଣ୍ଟିନ ସହ କ୍ଲାସରୁମ, ଲ୍ୟାବ ନିର୍ମାଣ ହୋଇଛି । ଏଥିରେ ୧୫୦ ଛାତ୍ରୀ ଓ ୩୦୦ ଛାତ୍ରଙ୍କ ପାଇଁ ସୁବିଧା ରହିଛି ।

ମେଡିକାଲର ଏବେ ୨୧ଟି ବିଭାଗର ପାଠ୍ୟକ୍ରମ ଖୋଲିଛି । ପାଠ ପଢ଼ାଇବାକୁ ୧୫୦ ଜଣ ପ୍ରଫେସର, ବିଶେଷଜ୍ଞ, ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି ଦିଆଯାଇଛି।  ଚଳିତ ୨୦୨୧-୨୦୨୨ ଶିକ୍ଷା ବର୍ଷ ପାଇଁ ଏମବିବିଏସ ପାଠ୍ୟକ୍ରମ ପାଇଁ ନାମ ଲେଖା ସରିଛି। ୧୦୦ଟି ଆସନ ପାଇଁ ଏହି ନାମ ଲେଖା କରାଯାଇଛି। ଏଥିରେ  ୩୦ ଜଣ ଛାତ୍ରୀ ଏବଂ ୭୦ ଜଣ ଛାତ୍ର ନାମ ଲେଖାଇଛନ୍ତି।

ଏହି କଲେଜ ଉଦଘାଟନ ସହିତ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ମଧ୍ୟ ଅନୁଷ୍ଠିତ ହୋଇଛି। ଏହି ଉତ୍ସବରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡବୀୟ ମଧ୍ୟ ଭିଡିଓ କନଫ୍ରେସିଂ ଜରୀଆରେ ଯୋଗ ଦେଇଥିଲେ। ସେ ଛାତ୍ରଛାତ୍ରୀଙ୍କ ସହ ଭର୍ଚ୍ଚୁଆଲରେ ବିଭିନ୍ନ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରିଥିଲେ ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନୀ ଭାଷଣରେ ପୁରୀବାସୀଙ୍କ ପାଇଁ ଏକ ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗାଇ ଦିଆଗଲା ବୋଲି କହିଥିଲେ। ଏଥିସହିତ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କ ସହିତ ମତ ବିନିୟମ ମଧ୍ୟ କରିଥିଲେ।

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପୁରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026
Latest News

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.