Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆୟୁଷ୍ମାନ ଭାରତ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ
ଜାତୀୟ ଖବର

ଆୟୁଷ୍ମାନ ଭାରତ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

April 11, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆୟୁଷ୍ମାନ ଭାରତ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ପୁରୀ:  ପୁରୀରେ ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜର ଲୋକାର୍ପଣ ସମାରୋହରେ ଭର୍ଚ୍ଚୁଆଲ ମାଧ୍ୟମରେ ଯୋଡ଼ି ହୋଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଓଡ଼ିଶାବାସୀଙ୍କୁ ସୁଲଭ ମୂଲ୍ୟରେ ସ୍ୱାସ୍ଥ୍ୟସେବା ଉପଲବ୍ଧ କରିବା ପାଇଁ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି । ଏହି ଯୋଜନା ଲାଗୁ ହେବା ଦ୍ୱାରା ଓଡ଼ିଆ ଲୋକମାନେ ଲାଭ ପାଇବେ ଏବଂ ସ୍ୱାସ୍ଥ୍ୟ ବ୍ୟବସ୍ଥା ଭଲ ରହିବ ବୋଲି ସେ କହିଛନ୍ତି ।

ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବା ଅବସରରେ ଶ୍ରୀ ମାଣ୍ଡଭୀୟ ଓଡ଼ିଶାରେ ସ୍ୱାସ୍ଥ୍ୟସେବା ସୁଲଭ ଓ ସର୍ବବ୍ୟାପୀ କରିବା ପାଇଁ ମେଡ଼ିକାଲ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ଯେ ପୁରୀ ଜଗନ୍ନାଥ ମନ୍ଦିର ଯାଇ ଦର୍ଶନ କରିବା ଓ ମହାପ୍ରସାଦ ସେବନ କରିବା ଆମ ପାଇଁ ଗର୍ବର ବିଷୟ ।

ସେହି ପବିତ୍ର ଧାମରେ ରହି ମେଡ଼ିକାଲ ଶିକ୍ଷା ଲାଭ କରିବା ଛାତ୍ରଛାତ୍ରୀଙ୍କ ପାଇଁ ଗର୍ବର ବିଷୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱପ୍ନ ରହିଛି ସ୍ୱାସ୍ଥ୍ୟସେବା ସୁଲଭ ଏବଂ ସର୍ବବ୍ୟାପୀ ହେବା ଦରକାର । ଏଥିପାଇଁ ଏକ ଡ଼ାକ୍ତର ରୂପରେ ଛାତ୍ରଛାତ୍ରୀଙ୍କୁ ଦୂର, ସୁଦୂର, ଗାଁ ଯେଉଁଠି ବି ଦାୟିତ୍ୱ ମିଳୁଛି, ସେମାନେ ଗରିବଙ୍କ ସେବା କରିବା ପାଇଁ ନିଜକୁ ଉତ୍ସର୍ଗ କରିବା ସହ ଦେଶର ସ୍ୱାସ୍ଥ୍ୟ କ୍ଷେତ୍ରରେ ଯୋଗଦାନ ରଖନ୍ତୁ ।

ମୋଦି ସରକାର ଓ ରାଜ୍ୟ ସରକାର ମିଳିତ ଭାବରେ ରାଜ୍ୟରେ ଅନେକ ମେଡ଼ିକାଲ କଲେଜ ଆରମ୍ଭ କରିଛନ୍ତି ଏବଂ ଆଗାମୀ ଦିନରେ ଅନେକ ମେଡ଼ିକାଲ କଲେଜ କାର‌୍ୟ୍ୟକ୍ଷମ ହେବାକୁ ଯାଉଛି । ଓଡ଼ିଶା ସମେତ ଦେଶର ଛାତ୍ରଛାତ୍ରୀମାନେ ଗୁଣାତ୍ମକ ଶିକ୍ଷା ନେଇ ଉତ୍ତମ ଡ଼ାକ୍ତର ହୁଅନ୍ତୁ ଏବଂ ସରକାରୀ ବ୍ୟବସ୍ଥାକୁ ଉପଯୋଗ କରି ରାଜ୍ୟ ଓ ରାଷ୍ଟ୍ର ନିର୍ମାଣରେ ନିଜର ଯୋଗଦାନ ରଖନ୍ତୁ ।

ସୁନ୍ଦରଗଡ଼ରେ ଏନଟିପିସି ତରଫରୁ ହସ୍ପିଟାଲ ହୋଇଛି । ତାଳଚେରରେ କୋଲ ଇଣ୍ଡିଆ ୧ ହଜାର କୋଟି ଟଙ୍କା ଖର୍ଚ୍ଚ କରି ମେଡ଼ିକାଲ କଲେଜ ନିର୍ମାଣ କରିଛି । ମୋଦି ସରକାରଙ୍କ ସମୟରେ ଓଡ଼ିଶାରେ ସ୍ୱାସ୍ଥ୍ୟ ସୁବିଧା, ମେଡ଼ିକାଲ କଲେଜ ଓ ସିଟ୍ ସଂଖ୍ୟା ବୃଦ୍ଧି ପାଉଛି । ଏହାର ଲାଭ ଓଡ଼ିଶାକୁ ମିଳିବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭୀୟ କହିଛନ୍ତି ।

ଆୟୁଷ୍ମାନ ଭାରତ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭୀୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

August 3, 2026

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026
Latest News

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.