Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୁରୀ ମେଡିକାଲ କଲେଜ ଉଦଘାଟନ ବେଳେ ଛାତ୍ରଛାତ୍ରୀଙ୍କ ସହିତ କଣ ଆଲୋଚନା କଲେ ନବୀନ
ବିଶେଷ ଖବର

ପୁରୀ ମେଡିକାଲ କଲେଜ ଉଦଘାଟନ ବେଳେ ଛାତ୍ରଛାତ୍ରୀଙ୍କ ସହିତ କଣ ଆଲୋଚନା କଲେ ନବୀନ

April 11, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ପୁରୀ ମେଡିକାଲ କଲେଜ ଉଦଘାଟନ ବେଳେ ଛାତ୍ରଛାତ୍ରୀଙ୍କ ସହିତ କଣ ଆଲୋଚନା କଲେ ନବୀନ

ପୁରୀ:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀରେ ନବନିର୍ମିତ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜକୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ହେଉଛି ପୁରୀ ଜ଼ିଲ୍ଲା ପାଇଁ ଏକ ଐତିହାସିକ ଦିବସ।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କ୍ଷେତ୍ରରେ ଏକ ଉନ୍ନତମାନର ମେଡିକାଲ କଲେଜ ପ୍ରତିଷ୍ଠା ହୋଇଛି । ଏହାଦ୍ବାରା ମେଧାବୀ ଛାତ୍ରଛାତ୍ରୀମାନେ ମେଡିକାଲ ପାଠ ପଢିବା ସହିତ ପୁରୀ ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହେଲା ।

ଏହି କଲେଜରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ୧୦୦ଟି MBBS ଆସନ ରହିଛି । ଏହାଦ୍ବାରା ବର୍ତ୍ତମାନ ସାରା ରାଜ୍ୟରେ ୮ଟି ସରକାରୀ ମେଡିକାଲ କଲେଜର ସମୁଦାୟ MBBS ଆସନ ସଂଖ୍ୟା ୧୨୫୦କୁ ବୃଦ୍ଧି ପାଇଛି ।

କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଭବିଷ୍ୟତରେ ଭଲ ଡାକ୍ତର ହୋଇ ନିଷ୍ଠାପର ଭାବେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ । ଶିକ୍ଷକ ଓ ଛାତ୍ରଛାତ୍ରୀ ମାନଙ୍କ ଉଦ୍ୟମରେ ଏହି କଲେଜ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ପୁରୀର ଶ୍ରୀ ସମ୍ବିତ ନାୟକ, ରାଜସ୍ଥାନର ପ୍ରଗତୀ ମୀନା ଓ ଓଡିଶାର ଶ୍ରୀ ସିଦ୍ଧାର୍ଥ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଏହି ଆଲୋଚନାରେ ଭାଗ ନେଇ ପୁରୀରେ ପଢିବାର ସୁଯୋଗ ପାଇଥିବାରୁ ଖୁସି ପ୍ରକାଶ କରି ଭବିଷ୍ୟତରେ ଚିକିତ୍ସା ସେବା କ୍ଷେତ୍ରରେ ପ୍ରତିଶୃତିବଦ୍ଧ ହୋଇ କାମ କରିବେ ବୋଲି କହିଥିଲେ । ପିଲାମାନେ କଲେଜର ଭିତ୍ତିଭୂମିର ଉଚ୍ଚପ୍ରଶଂସା କରିଥିଲେ।

ଏଥିରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ମନସୁଖଲାଲ ମାଣ୍ଡଭ୍ୟ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଶ୍ରୀ ମାଣ୍ଡଭ୍ୟ ମଧ୍ୟ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରି ସେମାନଙ୍କୁ ଭଲ ପାଠ ପଢିବା ସହିତ ଦେଶର ଗ୍ରାମାଂଚଳରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନିଜର ବଳିଷ୍ଠ ଯୋଗଦାନ ରଖିବାକୁ ପରାମର୍ଶ ଦେଇଥିଲେ ।

ରାଜ୍ୟର ସବୁଠାରୁ ଗରିବ ଶ୍ରେଣୀରୁ ଛାତ୍ରଛାତ୍ରୀମାନେ ମଧ୍ୟ ମେଡିକାଲ ପାଠ ପଢିବାର ସୁଯୋଗ ପାଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ଓଡିଶାର ସରକାରୀ ବିଦ୍ୟାଳୟ ଗୁଡିକର ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଂଜିନିୟରିଂରେ ୧୫ ପ୍ରତିଶତ ଆସନ ସଂରକ୍ଷିତ ରଖିଛନ୍ତି ।

ଆଲୋଚନାରେ ଭାଗ ନେଇଥିବା ମେଡିକାଲ ଛାତ୍ର ବାଲେଶ୍ବର ଜିଲ୍ଲାର ଶ୍ରୀ ରାଧାବଲ୍ଲଭ ବେହେରା ଜଣେ ଭାଗଚାଷୀଙ୍କ ପୁଅ । ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ପାଇଁ ସରକାରଙ୍କ ସଂରକ୍ଷଣ ନୀତିକୁ ପ୍ରଶଂସା କରି ସେ କହିଥିଲେ ଯେ ଆଜି ଏଥିପାଇଁ ସେ MBBS ପାଠ ପଢିବାର ସୁଯୋଗ ପାଇଛନ୍ତି । ସେହିପରି ମୟୁରଭଂଜ ଜିଲ୍ଲାର ଶ୍ରୀ ଭଟ୍ଟ ହେମ୍ବ୍ରମ ମଧ୍ୟ ଜଣେ ଅତି ଗରିବ ପରିବାର ପିଲା । ତାଙ୍କ ବାପମା ଉଭୟ ଦିନ ମଜୁରିଆ । ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା ସମୟରେ ସେ ରାଜ୍ୟ ସରକାରଙ୍କ ସଂରକ୍ଷଣ ନୀତିକୁ ପ୍ରଶଂସା କରିଥିଲେ ।

ମେଡିକାଲ କଲେଜ ସହିତ ୬୫୦ ଆସନ ବିଶିଷ୍ଟ ଏକ ସାତ ମହଲା ବିଶିଷ୍ଟ ଶିକ୍ଷା ହସ୍‌ପିଟାଲ ନିର୍ମାଣ ପାଇଁ ମଧ୍ୟ କାମ ଚାଲିଛି । ଏହି ଶିକ୍ଷା ହସ୍‌ପିଟାଲ ଜୁଲାଇ ୨୦୨୩ ସୁଦ୍ଧା ଏହା ସଂପୂର୍ଣ୍ଣ ହେବ ବୋଲି ଜଣାଯାଇଛି । ବର୍ତ୍ତମାନ ଏହି କଲେଜ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଶିକ୍ଷା ହସ୍‌ପିଟାଲ ଭାବେ କାର୍ଯ୍ୟ କରୁଛି। ପୁରୀକୁ ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସୁଥିବାରୁ ଏହି ମେଡିକାଲ କଲେଜ ଓ ହସ୍‌ପିଟାଲ ଜିଲ୍ଲାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ ଦାସ, ଗଣଶିକ୍ଷାମନ୍ତ୍ରୀ ଶ୍ରୀ ସମୀର ରଂଜନ ଦାଶ, କ୍ରୀଡାମନ୍ତ୍ରୀ ଶ୍ରୀ ତୃଷାରକାନ୍ତି ବେହେରା, ସାଂସଦ ଶ୍ରୀ ପିନାକୀ ମିଶ୍ର, ପୁରୀ ଜିଲ୍ଲାର ବିଧାୟକଗଣ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ପ୍ରମୁଖ ଯୋଗ ଦେଇଥିଲେ ।

Puri
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଇଣ୍ଟରନେଟ୍ ବନ୍ଦ କରିବ ଇରାନ?: ବିପଦରେ ଭାରତ ସମେତ ଏହି ଦେଶଗୁଡ଼ିକର ନେଟୱାର୍କ

March 20, 2026

ଲକ୍ଷ୍ମୀ ବସ ସହ ବୁଲେଟ୍ ମୋଟରସାଇକେଲର ମୁହାଁମୁହିଁ ଧକ୍କା: ୩ ଯୁବକ ମୃତ

March 20, 2026

‘ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଗ୍ୟାସ ଯୋଗାଣ ପ୍ରଭାବିତ ହେବ…’: କତର ମନ୍ତ୍ରୀଙ୍କ ଦାବି ପରେ ବଢିଲା ଭାରତର ଚିନ୍ତା

March 20, 2026

ବ୍ଲକ ସ୍ତରୀୟ କଳାକାର ସମାବେଶ ନିମନ୍ତେ ପ୍ରସ୍ତୁତି ବୈଠକ

March 20, 2026
Latest News

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026

ଦ୍ୱିତୀୟ ଦିନ ସକାଳ ୧୦ଟା ସୁଦ୍ଧା ସମସ୍ତ ରେକର୍ଡ ଭାଙ୍ଗିଲା ‘ଧୁରନ୍ଧର ୨’: ଅତିକ୍ରମ କଲା ୧୫୦ କୋଟି

March 20, 2026

ଏବେ ଇଣ୍ଟରନେଟ୍ ବନ୍ଦ କରିବ ଇରାନ?: ବିପଦରେ ଭାରତ ସମେତ ଏହି ଦେଶଗୁଡ଼ିକର ନେଟୱାର୍କ

March 20, 2026

ଲକ୍ଷ୍ମୀ ବସ ସହ ବୁଲେଟ୍ ମୋଟରସାଇକେଲର ମୁହାଁମୁହିଁ ଧକ୍କା: ୩ ଯୁବକ ମୃତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.