Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଟିଟିଲାଗଡ ବିଜୟନଗରମ ତୃତୀୟ ରେଳ ଲାଇନ, ଖୁବ୍‌ଶୀଘ୍ର ହେବ ଜମି ଅଧିଗ୍ରହଣ
ବିଶେଷ ଖବର

ଟିଟିଲାଗଡ ବିଜୟନଗରମ ତୃତୀୟ ରେଳ ଲାଇନ, ଖୁବ୍‌ଶୀଘ୍ର ହେବ ଜମି ଅଧିଗ୍ରହଣ

April 13, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଟିଟିଲାଗଡ ଓ ବିଜୟନଗରମ ତୃତୀୟ ରେଳ ଲାଇନ ଖୁବ୍‌ଶୀଘ୍ର ହେବ ଜମି ଅଧିଗ୍ରହଣ

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ କଳାହାଣ୍ଡି ଗସ୍ତରେ ଆସି ଜିଲ୍ଲାର ରାଜସ୍ୱ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ । କଳାହାଣ୍ଡି ଜିଲ୍ଲାର ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପ-ଜିଲ୍ଲାପାଳ, ଜମି ଗ୍ରହଣ ଅଧିକାରୀ, ସ୍ୱତନ୍ତ୍ର ଜମି ଗ୍ରହଣ ଅଧିକାରୀ, ତହସିଲଦାର ତଥା ଅନ୍ୟାନ୍ୟ କ୍ଷେତ୍ର ଅଧିକାରୀମାନେ ଏଥିରେ ଯୋଗ ଦେଇଥିଲେ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ ତହସିଲ ଓ ନିବନ୍ଧନ କାର୍ଯ୍ୟଳୟକୁ ଆସୁଥିବା ପ୍ରତ୍ୟେକ ଜନସାଧାରଣଙ୍କୁ ସମ୍ମାନର ସହିତ ସେମାନଙ୍କର ଅଭିଯୋଗ ଶୁଣାଣି ଓ ଅଭିଯୋଗ ଉପରେ ତୁରନ୍ତ ନ୍ୟାୟୋଚିତ କାର୍ଯ୍ୟାନୁଷ୍ଠାନ ନେବାପାଇଁ ନିର୍ଦ୍ଦେଶ ଦେଇଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ କଳାହାଣ୍ଡି ତହସିଲଦାରଙ୍କୁ ଆସନ୍ତା ୧ ମାସ ମଧ୍ୟରେ ସମସ୍ତ ଦାଖଲ ଖାରଜ ମାମଲା ସମ୍ପୂର୍ଣ୍ଣର୍ କରି ଜନସାଧାରଣଙ୍କୁ ଠିକ ସମୟରେ ପଟ୍ଟା ଦେବାକୁ ନିର୍ଦ୍ଦେଶ ଦେଇଥିଲ।

କଳାହାଣ୍ଡି ଜିଲ୍ଲାରେ ୨୨୫ ଲଘୁ ଖଣିଜ ଉତ୍ସରୁ ମାତ୍ର ୧୦୩ ଲଘୁ ଖଣିଜ ଉତ୍ସ କାର୍ଯ୍ୟକ୍ଷମ ହୋଇଛି ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅବଶିଷ୍ଟ ଲଘୁ ଖଣିଜ ଉତ୍ସକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସମସ୍ତ କ୍ଷେତ୍ରାଧିକାରୀଙ୍କୁ ଲଘୁ ଖଣିଜ ସଂପଦରୁ ରାଜସ୍ୱ ଆଦାୟ ଉପରେ ଗୁରୁତ୍ୱାରୋପ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ, ତହସିଲଦାରମାନଙ୍କୁ ଲଘୁ ଖଣିଜ ଚୋରା ଚାଲାଣ ସମୟରେ ଚଢ଼ାଉ ବେଳେ ସୁରକ୍ଷା ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ କୌଣସି ସରକାରୀ ପ୍ରକଳ୍ପ ଯଥା ରେଳବାଇ, ଜାତୀୟ ରାଜପଥ ଓ ଜଳସେଚନ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ବିଳମ୍ବ ନ କରିବାକୁ ସମସ୍ତ ଜମି ଅଧିଗ୍ରହଣ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲା ମଧ୍ୟରେ କାର୍ଯ୍ୟକ୍ଷମ ଟିଟିଲାଗଡ ବିଜୟନଗରମ୍‌ ଓ ବିଜୁ ଏକ୍ସପ୍ରେସ ୱେ ନିମନ୍ତେ ତ୍ୱରିତ ଜମି ଅଧିଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜାତୀୟ ରାଜପଥ ୨୬ରେ ଭବାନୀପାଟଣା ପାଇଁ ଲିଙ୍କ ରୋଡ ନିମନ୍ତେ ଖୁବ୍‌ଶୀଘ୍ର ଜମି ଅଧିଗ୍ରହଣ ଉପରେ ଗୁରୁତ୍ୱାରୋପ କରିଥିଲେ । ସମସ୍ତ ସରକାରୀ ପ୍ରକଳ୍ପରେ ଜମି ଅଧିଗ୍ରହଣ କରି ଦାଖଲଖାରଜ ମାମଲାରେ ପଟ୍ଟା ସଂଶୋଧନ କରି ଜାତୀୟ ରାଜପଥ ପ୍ରାଧିକରଣ ଓ ରେଳପଥ କର୍ତ୍ତୃପକ୍ଷଙ୍କୁ ଜମି ହସ୍ତାନ୍ତରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ସମସ୍ତ ୫ଟି ଉଚ୍ଚ ବିଦ୍ୟାଳୟକୁ ଏପ୍ରିଲ ୩୦ ସୁଦ୍ଧା ସଂଶୋଧିତ ଜମି ପଟ୍ଟା ଦେବାକୁ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉପଯୁକ୍ତ ହିତାଧିକାରୀଙ୍କୁ ଜଙ୍ଗଲ ଜମି ଅଧିକାର ଆଇନ ମାଧ୍ୟମରେ ଅଗ୍ରାଧିକାର ଭିତ୍ତିିରେ ଜମି ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ । ମୂଲ୍ୟବାନ ସରକାରୀ ଜମିକୁ ସୁରକ୍ଷା ଓ ସଂରକ୍ଷଣ କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ ।

ସତ୍ୟବ୍ରତ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026

ଆଜି ପାଟନାରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବେ ଛାତ୍ରଛାତ୍ରୀ

August 25, 2026

ଲଗାଣ ବର୍ଷାରେ ଅସ୍ତରଙ୍ଗରେ ରାସ୍ତା ଉପରେ ପାଣି

August 25, 2026

ବର୍ଦ୍ଧିତ ଚିନି ଦର ମଧ୍ୟରେ ଆମଦାନୀ ନିୟମ ପରିବର୍ତ୍ତନ କଲେ ସରକାର

August 25, 2026
Latest News

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026

ଆଜି ପାଟନାରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବେ ଛାତ୍ରଛାତ୍ରୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.