Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅପରାଜିତାଙ୍କ ରାଗ ବଢିଲା, ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ ପରେ ଆଜି ପୁଣି କହିଲେ ଏମିତି କଥା
ବିଶେଷ ଖବର

ଅପରାଜିତାଙ୍କ ରାଗ ବଢିଲା, ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ ପରେ ଆଜି ପୁଣି କହିଲେ ଏମିତି କଥା

April 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଅପରାଜିତାଙ୍କ ରାଗ ବଢିଲା, ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ ପରେ ଆଜି ପୁଣି କହିଲେ ଏମିତି କଥା

ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ରାଜଧାନୀ ପ୍ରତିଷ୍ଠା ଉତ୍ସବକୁ ନ ଡାକିବାରୁ ସେ ପୁରା ରାଗି ପଞ୍ଚମ ହୋଇଛନ୍ତି। ଭୁବନେଶ୍ବର ପ୍ରତିଷ୍ଠା ଦିବସରେ ଭୁବନେଶ୍ବର ସାଂସଦଙ୍କୁ ଡାକିବା କଥା, ହେଲେ ତାହା କରାଯାଇ ନାହିଁ। ଏ ନେଇ ସେ ଗତକାଲି ଟୁଇଟ କରି ତାଙ୍କୁ କାହିଁକି ଡକାଗଲା ନାହିଁ ବୋଲି ଅଭିଯୋଗ କରିଥିଲେ।

ସେ କହିଥିଲେ ଯେ, ଭୁବନେଶ୍ବର ପ୍ରତିଷ୍ଠା ଦିବସ ଗୋଟିଏ ବଡ ଦିନ। ଏପରି ଦିନରେ ମୋତେ ଅତିଥୀ କରି ନ ଡାକିବା ଦୁଃଖର ବିଷୟ। ମୋର କେଉଁଠି ଭୁଲ ରହିଲା ବୋଲି ସେ ପ୍ରଶ୍ନ କରିଥିଲେ। ମୋତେ ଡକାଯାଉ ବୋଲି ଅନୁରୋଧ କରିଥିଲେ। ଏହି ଟୁଇଟକୁ ସେ ପ୍ରଧାନମନ୍ତ୍ରୀଙ୍କୁ ଟ୍ୟାଗ ମଧ୍ୟ କରିଥିଲେ।

ଟୁଇଟ ପରେ ସେ ଭାବିଥିଲେ ଯେ, ତାଙ୍କୁ ସଂଧ୍ୟା କାର୍ଯ୍ୟକ୍ରମରେ ହୁଏତ ଡାକିବେ। ହେଲେ ତାହା ମଧ୍ୟ ହେଲା ନାହିଁ। ଫଳରେ ସେ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ ଏକ ଚିଠି ଲେଖିଲେ। ସେଥିରେ ମଧ୍ୟ ସେ ତାଙ୍କର ଅଭିଯୋଗ କରି ଏହା ଉପରେ ତଦନ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ।

ସେହି ଚିଠିରେ ସେ ଉଲ୍ଲେଖ କରିଥିଲେ ଯେ, ଆମ ଭିତରେ ରାଜନୈତିକତା ପ୍ରାର୍ଥକ୍ୟ ଥାଇପାରେ, ହେଲେ ନିର୍ବାଚିତ ପ୍ରତିନିଧିଙ୍କୁ ଏପରି କରିବା ଠିକ୍ ନୁହେଁ। ଏଥିସହିତ ସେ ଜୋର କରି କହିଛନ୍ତେ ଯେ, ଭୁବନେଶ୍ବର ପ୍ରତିଷ୍ଠା ଦିବସରେ ଯୋଗଦେବା ମୋର ଅଧିକାର।ଏହା ଉପରେ ତଦନ୍ତ କରାଯାଉ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି।

ଏହି ଚିଠିଟି ସେ ଗତକାଲି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ଅବଗତିରେ ଆଣିଛନ୍ତି। ହେଲେ ମଧ୍ୟ ସଂଧ୍ୟା କାର୍ଯ୍ୟକ୍ରମରେ ତାଙ୍କୁ ଡକାଗଲା ନାହିଁ। ଏହାପରେ ଆଜି ସକାଳେ ପୁଣି ଅପରାଜିତା ଟୁଇଟ କରି ସେହି ଚିଠି ସଂପର୍କରେ ଉଲ୍ଲେଖ କରିଛନ୍ତି। ସେ ସିଧା କହିଛନ୍ତି ଯେ, ଆପଣଙ୍କୁ ତଦନ୍ତ କରିବା ପାଇଁ ଅନୁରୋଧ କରିଛି। ଆଉ ଏକ ସପ୍ତାହ ପରେ ପୁଣି ଥରେ ମନେ ପକାଇଦେବି।

ଏଥିରୁ ସ୍ପଷ୍ଟ ଅନୁମାନ କରାଯାଉଛି ଯେ, ତାଙ୍କ ଚିଠି ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ହେବ ନାହିଁ ବୋଲି ଅପରାଜିତ ଅନୁଭବ କରିସାରିଲେଣି। ସେଥିପାଇଁ ସେ ସାତ ଦିନ ପରେ ପୁଣି ଥରେ ମନେ ପକାଇବି ବୋଲି ଉଲ୍ଲେଖ କରିଛନ୍ତି।  ଅପରାଜିତାଙ୍କ ଟୁଇଟଗୁଡିକରୁ ଅନୁମାନ କରି ହେଉଛି ଯେ, ସେ ଏହି ପ୍ରସଂଗକୁ କୌଣସି ହାଲତରେ ଛାଡିବେ ନାହିଁ।

ଅପରାଜିତା ଷଡଙ୍ଗୀ ଭୁବନେଶ୍ବର ପ୍ରତିଷ୍ଠା ଦିବସ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026

ସରକାରଙ୍କ ବିଭିନ୍ନ ସଫଳତାର ଗାଥାକୁ ନେଇ ପ୍ରକାଶିତ ଦୁଇଟି ବିଶେଷ ପୁସ୍ତକ ବାଣ୍ଟିଲେ ଉପ ମୁଖ୍ୟମନ୍ତ୍ରୀ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.