Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ ମୋଦି, ଆତଙ୍କବାଦ ସମସ୍ୟାକୁ ନେଇ କହିଲେ ଏଭଳି କଥା
ବିଶେଷ ଖବର

ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ ମୋଦି, ଆତଙ୍କବାଦ ସମସ୍ୟାକୁ ନେଇ କହିଲେ ଏଭଳି କଥା

April 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫଙ୍କୁ ଏକ ଚିଠି ଲେଖି ନୂଆ ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କୁ ଚିଠି ଲେଖି ନୂତନ ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଶାହାବାଜ ସରିଫଙ୍କ ନିକଟକୁ ପ୍ରଧାନମନ୍ତ୍ରୀ ମୋଦୀ ଏହି ଚିଠି ପଠାଇଥିବା ସୂଚନା ମିଳିଛି।

ସରକାରଙ୍କ ଉଚ୍ଚ ସୂତ୍ରରୁ ପ୍ରକାଶ ଯେ, ଶାହବାଜ ସରିଫଙ୍କ ନିକଟକୁ ପଠାଯାଇଥିବା ଚିଠିରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ଆତଙ୍କବାଦ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରେରଣା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଲେଖିଛନ୍ତି ଯେ, ଭାରତ ମଧ୍ୟ ଦାରିଦ୍ର୍ୟ ସମେତ ଅନ୍ୟାନ୍ୟ ସମସ୍ୟାର ମୁକାବିଲା କରିବାକୁ ଚାହୁଁଛି।

ସୂଚନାଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ଶପଥ ଗ୍ରହଣ ପାଇଁ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କୁ ନିମନ୍ତ୍ରଣ କରିଥିଲେ ଏବଂ ଲାହୋର ଯାଇ ତାଙ୍କୁ ଭେଟିଥିଲେ। ତେବେ ପରବର୍ତ୍ତୀ ଆତଙ୍କବାଦୀ ଆକ୍ରମଣ ପରେ ଭାରତ-ପାକିସ୍ତାନ ସମ୍ପର୍କ ବିଗିଡି ଯାଇଥିଲା। ଶାହାବାଜ ସରିଫ ନୱାଜ ସରିଫଙ୍କ ସାନ ଭାଇ। ବାସ୍ତବରେ ପାକିସ୍ତାନ ମୁସଲିମ ଲିଗ୍ (ଏନ) ନେତା ଶାହବାଜ ସରିଫ ପାକିସ୍ତାନର ୨୩ ତମ ପ୍ରଧାନମନ୍ତ୍ରୀ ହୋଇଛନ୍ତି।

ଦେଶର ୨୨ ତମ ପ୍ରଧାନମନ୍ତ୍ରୀଙ୍କୁ ଏକ ଅବିଶ୍ୱାସ ପ୍ରସ୍ତାବ ମାଧ୍ୟମରେ ପଦରୁ ହଟାଇ ଦିଆଯାଇଥିଲା। ଅଗଷ୍ଟ ୧୮ ତାରିଖ ୨୦୧୮ ରେ ଇମ୍ରାନ ଖାନ ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଏପ୍ରିଲ ୧୦ ତାରିଖ ୨୦୨୨ ପର୍ଯ୍ୟନ୍ତ ତାଙ୍କର ୧ ହଜାର ୩୩୨ ଦିନର କାର୍ଯ୍ୟକାଳ ଥିଲା। ଇମ୍ରାନ ଖାନ ତିନି ବର୍ଷ, ସାତ ମାସ ୨୩ ଦିନ ପ୍ରଧାନମନ୍ତ୍ରୀ ଭାବରେ ରହିଲେ।

ନୂତନ ପ୍ରଧାନମନ୍ତ୍ରୀ ପାକିସ୍ତାନ ପ୍ରଧାନମନ୍ତ୍ରୀ ମୋଦି ଶାହାବାଜ ସରିଫ
Share. Facebook Twitter LinkedIn Email WhatsApp Copy Link

Related Posts

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Latest News

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.