Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲି ଓଡିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ, ୫୨ ଜଣ ଲୋକସଭା ଏବଂ ୩୩୬ ଜଣ ବିଧାନସଭା ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
ବିଶେଷ ଖବର

ଆସନ୍ତାକାଲି ଓଡିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ, ୫୨ ଜଣ ଲୋକସଭା ଏବଂ ୩୩୬ ଜଣ ବିଧାନସଭା ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

April 28, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
Last phase election of Odisha
Last phase election of Odisha

ସମୀକ୍ଷା ବ୍ୟୁରୋ

ଓଡିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ ସୋମବାର ସକାଳ ୭ଟାରୁ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୬ଟି ଲୋକସଭା ଏବଂ ୪୧ ଟି ବିଧାନସଭାରେ ନିର୍ବାଚନ ଅନୁଷ୍ଠିତ ହେବ। ପାଟକୁରାର ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ପରଲୋକ ପାଇଁ ଏହି ବିଧାନସଭା ଆସନ ପାଇଁ ନିର୍ବାଚନ ସୋମବାର ଦିନ ନ ହୋଇ ଆସନ୍ତା ୧୯ ତାରିଖରେ ହେବ। ଏଥର ୬ଟି ଲୋକସଭା ପାଇଁ ୫୨ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି। ସେମାନଙ୍କ ମଧ୍ୟରେ ୪୦ଜଣ ପୁରୁଷ ଥିବା ବେଳେ ୧୨ ଜଣ ମହିଳା ଅଛନ୍ତି। ସେହିପରି ୪୧ ଟି ବିଧାନସଭାରେ ଏଥର ୩୩୬ ଜଣ ପ୍ରାର୍ଥୀ ରହିଛନ୍ତି। ସେମାନଙ୍କ ମଧ୍ୟରେ ୩୦୧ ଜଣ ପୁରଷ, ୩୪ ଜଣ ମହିଳା ଏବଂ ଜଣେ କିନ୍ନର ଅଛନ୍ତି।

ଏହି ପର୍ଯ୍ୟାୟରେ ୯୫ଲକ୍ଷ ୬ଶହ ୫୩ ଜଣ ଭୋଟର ଭୋଟ ଦେବେ। ସେମାନଙ୍କ ମଧ୍ୟରେ ୪୯ ଲକ୍ଷ ଏକ ହଜାର ୭୯ ଜଣ ପୁରୁଷ ଭୋଟର ଅଛନ୍ତି। ସେହିପରି ୪୫ ଲକ୍ଷ ୯୮ ହଜାର ୯ଶହ ୭୯ ଜଣ ମହିଳା ଭୋଟର ଏବଂ ୫ଶହ ୯୫ ଜଣ କିନ୍ନର ଭୋଟର ଅଛନ୍ତି। ଏହି ନିର୍ବାଚନ ପରିଚାଳନା ପାଇଁ ୭୨ ହଜାର ୩ଶହ ୬୩ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ତେବେ ନିର୍ବାଚନ ଅଧିକାରୀଙ୍କ ଅଫିସରୁ ମିଳିଥିବା ସୂଚନା ଅନୁସାରେ ଏଥର ୭ ଲକ୍ଷ ୯୯ ହଜାର ୮ଶହ ୬୨ଜଣ ପ୍ରଥମ ଥର ପାଇଁ ଭୋଟ ଦେବେ। ଏଥର ନିର୍ବାଚନରେ ୧୦ ହଜାର ୭ଶହ ୯୨ଟି ପୁଲିଂ ବୁଥ କରାଯାଇଛି ବୋଲି ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ଏଥର ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ କରିବା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି।

ନିର୍ବାଚନକୁ ସ୍ବଚ୍ଛ ଏବଂ ନିରପକ୍ଷ ଭାବେ ପରିଚାଳନା କରିବା ପାଇଁ ବିଭିନ୍ନ ସ୍ଥାନରେ ନିର୍ବାଚନ ଅଧିକାରୀମାନେ ତଦାରଖ କରୁଛନ୍ତି। ଭୋଟରମାନଙ୍କୁ ଯେପରି ପ୍ରଭାବିତ ନ କରାଯିବ ସେଥିପାଇଁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ଏଥର ପୋଲିସ ପ୍ରାୟ ୪ କୋଟି ୧୩ ଲକ୍ଷ ନଗଦ ଟଙ୍କା ଜବତ କରିଛି। ସେହିପରି ପ୍ରାୟ ୧ ଲକ୍ଷରୁ ଉର୍ଦ୍ଦ୍ୱ ଲିଟରର ମଦ ମଧ୍ୟ ଜବତ କରାଯାଇଛି। ସେହିପରି ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ପ୍ରାୟ ୨୫୦ଟି ବେଆଇନି ଭାବେ ରଖାଯାଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି।

ହେଭିୱେଟ ଲୋକସଭା ପ୍ରାର୍ଥୀ ଭାବେ ଜୟ ପଣ୍ଡା,ରବି ଜେନା,ପ୍ରତାପ ଷଡଙ୍ଗୀ,ଅନୁଭବ ମହାନ୍ତି,ରାଜଶ୍ରୀ ମଲ୍ଲିକ ଏବଂ ଦିବ୍ୟଜ୍ୟୋତି ପଟ୍ଟନାୟକଙ୍କ ପରି କେତେକ ନେତାଙ୍କ ଭାଗ୍ୟ ପରୀକ୍ଷା ହେବ। ସେହିପରି ବିଧାନସଭା ପାଇଁ ଡାକ୍ତର ଦାମୋଦର ରାଉତ, ପୁତ୍ର ସଂବିଦ ରାଉତରାୟ,ମନମୋହନ ସାମଲ, ବସ୍ତାରୁ ରଘୁନାଥ ମହାନ୍ତି, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ,ଶଶିଭୂଷଣ ବେହେରା, ପ୍ରତାପ ଜେନା, ଅନନ୍ତ ଦାସ, ପ୍ରଫୁଲ ସାମଲ, ନିରଂଜନ ପଟ୍ଟନାୟକ, ପ୍ରଣବ ଦାସ, ପ୍ରଣବ ବଳବନ୍ତରାୟ, ଚିରଞ୍ଜୀବୀ ବିଶ୍ବାଳ, ଗଣେଶ୍ବର ବେହେରା, ପ୍ରମିଳା ମଲ୍ଲିକ ପ୍ରମୁଖ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ।

ଓଡିଶାନିର୍ବାଚନ ଜୟପଣ୍ଡା ବିଧାନସଭା ଲୋକସଭା ଶେଷପର୍ଯ୍ୟାୟନିର୍ବାଚନ ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

ରାମ ମନ୍ଦିର ଦାନ ଚୋରି ମାମଲା: ୬ ରୁ ଅଧିକ ଲୋକଙ୍କ ବିରୁଦ୍ଧରେ ମାମଲା ରୁଜୁ

June 25, 2026
Latest News

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.