Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅର୍ଥନୀତିଜ୍ଞ ରାଜୀବ କୁମାର ନୀତି ଆୟୋଗର ଉପାଧ୍ୟକ୍ଷ ପଦରୁ ଦେଲେ ଇସ୍ତଫା, ସୁମନ ବେରୀ ନେବେ ଦାୟିତ୍ଵ
ବିଶେଷ ଖବର

ଅର୍ଥନୀତିଜ୍ଞ ରାଜୀବ କୁମାର ନୀତି ଆୟୋଗର ଉପାଧ୍ୟକ୍ଷ ପଦରୁ ଦେଲେ ଇସ୍ତଫା, ସୁମନ ବେରୀ ନେବେ ଦାୟିତ୍ଵ

April 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ତାଙ୍କ ଇସ୍ତଫା ଦେବାର କାରଣ ଜଣା ପଡିନାହିଁ। ଜଣାଶୁଣା ଅର୍ଥନୀତିଜ୍ଞ କୁମାର ଅଗଷ୍ଟ ୨୦୧୭ ରେ ନୀତି ଆୟୋଗର ଉପାଧ୍ୟକ୍ଷ ଭାବରେ ଦାୟିତ୍ଵ ଗ୍ରହଣ କରିଥିଲେ। ତତ୍କାଳୀନ ଉପାଧ୍ୟକ୍ଷ ଅରବିନ୍ଦ ପନଗଢିଆ କମିଶନରୁ ଇସ୍ତଫା ଦେବା ପରେ କୁମାରଙ୍କୁ ଏହି ଦାୟିତ୍ଵ ଦିଆଯାଇଥିଲା। କୁମାର ଅକ୍ସଫୋର୍ଡ ୟୁନିଭରସିଟିରୁ ଅର୍ଥନୀତିରେ ଡକ୍ଟରେଟ ଏବଂ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରୁ ପିଏଚଡି ହାସଲ କରିଥିଲେ। ସେ ସେଣ୍ଟର ଫର ପଲିସି ରିସର୍ଚ୍ଚରେ ଜଣେ ବରିଷ୍ଠ “ଫେଲୋ” ମଧ୍ୟ ରହିଛନ୍ତି।

ରାଜୀବ କୁମାରଙ୍କ ସ୍ଥାନରେ ଅର୍ଥନୀତିଜ୍ଞ ସୁମନ ବେରୀ ନୀତି ଆୟୋଗର ଉପାଧ୍ୟକ୍ଷ ଭାବରେ ଦାୟିତ୍ଵ ଗ୍ରହଣ କରିବେ। ସେ ଏହି ଦାୟିତ୍ୱ ମେ ୧ ତାରିଖରୁ ପାଇବେ। ରାଜୀବ କୁମାରଙ୍କ କାର୍ଯ୍ୟକାଳ ଏପ୍ରିଲ ୩୦ ତାରିଖରେ ଶେଷ ହେବାର ଥିଲା। କିନ୍ତୁ ସମୟ ପୂର୍ବରୁ ସେ ନିଜ ଦାୟିତ୍ଵରୁ ଇସ୍ତଫା ନେବେ।

ରାଜୀବ କୁମାରଙ୍କ ଇସ୍ତଫା ଗ୍ରହଣ କରାଯାଇଛି ଏବଂ ତାଙ୍କୁ ଏପ୍ରିଲ ୩୦ ତାରିଖରେ ମୁକ୍ତ କରାଯିବ। ରାଜୀବ କୁମାର ନୀତି ଆୟୋଗର ଯୋଜନାରେ ଏକ ମହତ୍ତ୍ୱପୂର୍ଣ୍ଣ ଅବଦାନ ରଖିଛନ୍ତି। ବିଶେଷକରି କୃଷି, ସମ୍ପତ୍ତି ବିମୁଦ୍ରୀକରଣ, ବିନିଯୋଗ, ବୈଦ୍ୟୁତିକ ଯାନ ପରି କ୍ଷେତ୍ରରେ ସେ ସମସ୍ତ ନୀତି ଯୋଜନା ଉପସ୍ଥାପନ କରିବାରେ ସହଯୋଗ କରିଥିଲେ।

ଏଥି ସହିତ, ସୁମନ ବେରୀ ନ୍ୟାସନାଲ କାଉନସିଲ୍ ଅଫ୍ ଆପ୍ଲାଏଡ୍ ଇକୋନୋମିକ୍ ରିସର୍ଚ୍ଚର ମହାନିର୍ଦ୍ଦେଶକ (ମୁଖ୍ୟ କାର୍ଯ୍ୟନିର୍ବାହୀ) ଭାବରେ କାର୍ଯ୍ୟ କରିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦର ସଦସ୍ୟ ମଧ୍ୟ ରହିଛନ୍ତି। ସେ ପରିସଂଖ୍ୟାନ ଆୟୋଗ ଏବଂ ରିଜର୍ଭ ବ୍ୟାଙ୍କର ମୁଦ୍ରା ନୀତିର ବୈଷୟିକ ପରାମର୍ଶଦାତା କମିଟିରେ ମଧ୍ୟ ରହିଛନ୍ତି।

ନୀତି ଆୟୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 1, 2026

୨୦୩୦-୩୧ ପର୍ଯ୍ୟନ୍ତ ବଢ଼ିଲା ପିଏମ୍‌ କିଷାନ୍‌ ଯୋଜନାର ଅବଧି

August 1, 2026

‘ମୋତେ ଏବଂ ମୋ ସ୍ୱର୍ଗତ ମାଆଙ୍କୁ ଗାଳି କରିଥିବା ପିଲାମାନଙ୍କୁ ମୁଁ କ୍ଷମା କରୁଛି’: ପ୍ରଧାନମନ୍ତ୍ରୀ ମୋଦି

August 1, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026
Latest News

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.