Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ରାପଡା, ନିର୍ବାଚନର ଅନ୍ତିମ ସମୟରେ ଭୟ ଓ ଆଶଙ୍କାର ଅବାସ୍ତବ ରାଜନୀତି
ବିଶେଷ ଖବର

କେନ୍ଦ୍ରାପଡା, ନିର୍ବାଚନର ଅନ୍ତିମ ସମୟରେ ଭୟ ଓ ଆଶଙ୍କାର ଅବାସ୍ତବ ରାଜନୀତି

April 29, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
All eyes in Kendrapada parliament constituency
All eyes in Kendrapada parliament constituency

ସମୀକ୍ଷା ବ୍ୟୁରୋ

ଶେଷ ଖବର ମୁତାବକ କେନ୍ଦ୍ରାପଡାରେ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ପ୍ରତି ଭୋଟରଙ୍କ ଆସ୍ଥା ବଢୁଛି ଓ ସେ ଜିତି ଯାଇପାରନ୍ତି ବୋଲି ଏକ ଧାରଣା ସବୁଠି ଘୂରି ବୁଲୁଛି। ତା ସତ୍ତ୍ୱେ ବିଜେପିର ଏକ ସାତ ଜଣିଆ ପ୍ରତିନିଧି ଦଳ ଆଜି ନିର୍ବାଚନ ଅଧିକାରୀଙ୍କ ପାଖରେ ଅଭିଯୋଗ କରି କହିଛନ୍ତି ଯେ କୁଆଡେ କେନ୍ଦ୍ରାପଡାର ୧୯୯୨ ଟି ଯାକ ବୁଥରେ ରିଗିଂ କରାଯିବ। ନବୀନ ସରକାରର ପୋଲିସ ଓ ସରକାରୀ କର୍ମଚାରୀ କୁଆଡେ ସବୁ ଭୋଟ ନିଜ ଆଡକୁ ନେଇଯିବେ। ଏହା ସହିତ ବିଜେପିର କୁହାଳିଆ ଉପ ସଭାପତି ପୀତାମ୍ବର ଆଚାର୍ୟ ଏୟା ବି କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୫ ରୁ ୫୦ କୋଟି ଟଙ୍କା କେନ୍ଦ୍ରାପଡାରେ ବାଣ୍ଟି ଫେରିଛନ୍ତି। ବିଜେପିର ଏ ପ୍ରକାର ଅଭିଯୋଗ ଶୁଣି ଯେ କେହି ବି ଚିନ୍ତାରେ ପଡିବ ଯେ, ସତରେ କଣ ବୈଜୟନ୍ତ ଜିତୁଛନ୍ତି! ନା ବୈଜୟନ୍ତ ହାରନ୍ତୁ ବୋଲି ବିଜେପିର ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଚକ୍ରାନ୍ତ କରି ଏ ପ୍ରକାର ମିଛ କାହାଣୀ ବୁଣୁଛନ୍ତି? କେନ୍ଦ୍ରାପଡା ନକ୍ସଲ ପୀଡିତ ଅଞ୍ଚଳ ନୁହେଁ କିମ୍ବା ସେଠି ନିର୍ବାଚନୀ ହିଂସା ଏତେ ବ୍ୟାପକ ହୋଇନାହିଁ ଯେ ନିର୍ବାଚନ କମିଶନ ପୂରା ନିର୍ବାଚନ ମଣ୍ଡଳୀରେ ପାରା ମିଲିଟାରୀ ବାହିନୀ ମୁତୟନ କରିବେ। ଜଣେ ତଥାକଥିତ ଜିତୁଥିବା ପ୍ରାର୍ଥୀ ଏତେ ଡରିବାର କାରଣ କଣ? ଲୋକେ ଯଦି ଆପଣଙ୍କୁ ସମର୍ଥନ କରୁଛନ୍ତି, ସେମାନେ କଣ ଏତେ ଭୟାଳୁ ଯେ ଡରରେ ବା ପ୍ରଲୋଭନରେ ବିଜେଡ଼ିକୁ ଭୋଟ ଦେଇଦେବେ ?

ସତ କହିବାକୁ ଗଲେ ବିଜେପିର ଏ ପ୍ରକାର ଉଦ୍ଦେଶ୍ୟ ପଛରେ କିଛି ଗୋଟେ ଭିତିରି ରହସ୍ୟ ରହିଛି। ଯଦି ମୁଖ୍ୟମନ୍ତ୍ରୀ ୪୫-୫୦ କୋଟି ଟଙ୍କା କେନ୍ଦ୍ରାପଡାରେ ବାଣ୍ଟିକି ଚାଲି ଆସିଲେ, କେନ୍ଦ୍ରାପଡାରେ ବାବୁ ବୈଜୟନ୍ତ ଓ ତାଙ୍କ ଚୌକିଦାରମାନେ କରୁଥିଲେ କଣ? ତେବେ ମୁଖ୍ୟମନ୍ତ୍ରୀଙ୍କ ଆଗରୁ କେନ୍ଦ୍ରାପଡାକୁ ପ୍ରଧାନମନ୍ତ୍ରୀ ମଧ୍ୟ ଯାଇଥିଲେ। ଆମେ କଣ କହିବା ଯେ ପ୍ରଧାନମନ୍ତ୍ରୀ ସେଠି ବୈଜୟନ୍ତଙ୍କୁ ଜିତାଇବାକୁ ୫୦-୬୦ କୋଟି ବାଣ୍ଟି ଦେଇ ଚାଲି ଆସିଛନ୍ତି! ଯଦି ସାରା ଦେଶର ନଜର ଥିବା ଓ ଏ ପର୍ୟନ୍ତ ନିର୍ବାଚନୀ ହିଂସାରୁ ବିରତ ରହିଥିବା ଏକ ନିର୍ବାଚନ ମଣ୍ଡଳୀ ବିଷୟରେ ଏତେ ଭୟ ଓ ଆଶଙ୍କା ବିଜେପି ତରଫରୁ ସୃଷ୍ଟି କରାଯାଉଛି କାହିଁକି? ହୁଏତ ବିଜେଡି କୁ ଚାପରେ ରଖିବାକୁ ଏହା ବିଜେପିର ଏକ କୌଶଳ ହୋଇଥାଇପାରେ। ହେଲେ ଏ ପ୍ରକାର ବାର୍ତ୍ତାକୁ ଭୋଟର ଭିନ୍ନ ବାଗରେ ଗ୍ରହଣ କରନ୍ତି ଯଦି, ତାହେଲେ ସବୁ କିଛି ଓଲଟ ପାଲଟ ହୋଇଯାଇପାରେ।

ଭୋଟ ଗ୍ରହଣର ପୂର୍ବ ୨୪ ଘଣ୍ଟା ରାଜନୈତିକ ଦଳ ଓ ପ୍ରାର୍ଥୀମାନଙ୍କ ଲାଗି ସବୁଠୁ ଗୁରୁତ୍ୱପୂର୍ଣ୍ଣ। ବୁଥ ପରିଚାଳନା ଓ ପ୍ରତ୍ୟେକ ବୁଥରେ ନିଜର ବିଶ୍ଵସ୍ତ ଏଜେଣ୍ଟ ରଖିପାରିବା ପ୍ରାର୍ଥୀଙ୍କ ପାଇଁ ବଡ ଆହ୍ଵାନ। ବିଜେପି ଓ ବୈଜୟନ୍ତଙ୍କ ପାଖରେ ଏତେ ସଂଖ୍ୟକ ବିଶ୍ଵସ୍ତ ଏଜେଣ୍ଟ ନାହାନ୍ତି କି? ନଚେତ ୧୯୯୨ ଟି ଯାକ ବୁଥ ରିଗିଂ ହୋଇପାରେ ବୋଲି ଅଭିଯୋଗର କୌଣସି ଭିତ୍ତି ନାହିଁ। କାଳ୍ପନିକ ଅଭିଯୋଗ କରି ଗୁଡାଏ ଆଜେ ବାଜେ କଥା କହିଲେ ଲୋକ ଏବେ ଆଉ ଶୁଣୁନାହାନ୍ତି। ମୁଖ୍ୟମନ୍ତ୍ରୀ ଟଙ୍କା ବାଣ୍ଟୁଛନ୍ତି ବୋଲି କହିଲେ ସେକଥାର ମୂଲ୍ୟ ବା କଣ? ଏ ପ୍ରକାର ଅଭିଯୋଗ କରି ବିଜେପି ପରୋକ୍ଷରେ ବୈଜୟନ୍ତଙ୍କ ଦୁର୍ବଳତାକୁ ପଦାରେ ପକାଉଛି କି ?

ନିର୍ବାଚନରେ ଜିତିବା ହାରିବା ତ ଅନ୍ତିମ କଥା, ହେଲେ ନିର୍ବାଚନ ସମୟରେ ଦଳ ଓ ପ୍ରାର୍ଥୀଙ୍କ ପଦେ ପଦେ କଥାରେ ପାନରୁ ଚୂନ ଖସି ଯାଇପାରେ, ଏ କଥା ବିଜେପି ନିହାତି ବୁଝିବା ଉଚିତ !

(ମୋବାଇଲରେ ଫଟାଫଟ ଖବର ପାଇଁ ଡାଉନଲୋଡ କରନ୍ତୁ SANKHIPTA ଆପ, ଏହାପରେ ସ୍କ୍ରିନକୁ ଠେଲିଠେଲି ପଢି ଚାଲନ୍ତୁ ଖବର)

baijayantpanda BJD BJP cong election kendrapada NaveenPatnaik ଅନୁଭବ କେଦାରମିଶ୍ର କେନ୍ଦ୍ରାପଡା ବୈଜୟନ୍ତ ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.