Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କୁ ଲୋକସେବା ଭବନରେ ଭେଟିଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କୁ ଲୋକସେବା ଭବନରେ ଭେଟିଲେ ମୁଖ୍ୟମନ୍ତ୍ରୀ

April 25, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର। ଲୋକଙ୍କ ସାଥିରେ ରୁହ ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର। ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି ପରାମର୍ଶ ଦେଇଛନ୍ତି।

ସହରାଞ୍ଚଳ ର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜାଗା ମିଶନ ବିକାଶ ମୁଖି ଦେଶ ମାନଙ୍କ ପାଇଁ ଏକ ମଡେଲ ହୋଇଛି। ସେହିପରି ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଜାଗା ମିଶନ, ସୁଜଳ,ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା ମୁକ୍ତା ଯୋଜନା,ଆହାର ଏବଂ ସ୍ମାର୍ଟ LED Light ଆଦି ସରକାରଙ୍କ flagship ପ୍ରୋଗ୍ରାମ ଉପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଫୋକସ କରିଥିଲେ।

https://thesamikhsya.com/odia/wp-content/uploads/2022/04/WhatsApp-Video-2022-04-25-at-20.05.47.mp4

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି। ଏ ପର୍ଯ୍ୟନ୍ତ ଏକ ଲକ୍ଷ ପଚସ୍ତରୀ ହଜ଼ାର ପରିବାରକୁ ଭୂମୀ ଅଧିକାର ଦିଆଯାଇଥିବାବେଳ ୫୮୫ ବସ୍ତିକୁ ଆଦର୍ଶ ବସ୍ତିରେ ପରିଣତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇ ଥିଲେ। ସେହିପରି ସୁଜଳ କାର୍ଯ୍ୟକ୍ରମ ରେ ପୁରୀରେ ଟ୍ୟାପ ରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳ ରାଜ୍ୟର କୋଡିଏ ଟି ସହରରେ ଏଥିପାଇଁ କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

ସେହିପରି କୋଭିଡ ସମୟରେ ସହରର ଗରିବ ଲୋକ ଓ ପ୍ରବାସୀ ଶ୍ରମିକମାନଙ୍କ ପାଇଁ ଆରମ୍ଭ ହୋଇ ଥିବା ମୁକ୍ତା ଯୋଜନା ଜାରି ରହିବ ଓ ଏଥିପାଇଁ ବଜେଟରେ ୫୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମିଶନ ଶକ୍ତି ଓ slam development association ଜରିଆରେ ଚାଲିଥିବା ଏହି କାର୍ଯ୍ୟକ୍ରମ ବେଶ ଲୋକପ୍ରିୟ ବୋଲି ମୁଖ୍ୟମନ୍ତ୍ରୀ କହି ଥିଲେ। ପରିମଳ ସବୁଠାରୁ ଗୁରୁତ୍ୱ ପୂର୍ଣ୍ଣ ବୋଲି ମତ ଦେଇ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଚଳିତ ପୌର ନିର୍ବାଚନରେ ମା’ ମାନେ ବହୁସଂଖ୍ୟାରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ସେମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ ଓ ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ପରାମର୍ଶ ଦେଇଥିଲେ।

ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତର ରେ ୫-ଟି ନୀତିର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ ୫-ଟି ନୀତିକୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

କର୍ମଶାଳାରେ ଉଦବୋଧନ ଦେଇ ନଗର ଉନ୍ନୟନ ପଞ୍ଚାୟତି ରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ରାଜ୍ୟ ସରକାରଙ୍କ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରି କରିବା ଦିଗରେ ନିଷ୍ଠାପର ଉଦ୍ୟମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି ମାଥି ଭାତ ନାନ ଓ ପୌର ନିର୍ଦେଶକ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ।

ନବୀନ ପଟନାୟକ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026

ମହିଳା ଉଦ୍ୟମିତା ପ୍ଲାଟଫର୍ମ ଓଡ଼ିଶା ଅଧ୍ୟାୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

June 27, 2026

ରାମ ମନ୍ଦିର ମାମଲା: ଏବେ ଶଙ୍କରାଚାର୍ଯ୍ୟଙ୍କ ବିରୋଧରେ ଗୁରୁତର ଅଭିଯୋଗ, ତଦନ୍ତ ଦାବି

June 27, 2026
Latest News

ଚଳନ୍ତା ବସ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୬୦ରୁ ଅଧିକ ଯାତ୍ରୀ

June 28, 2026

ସିନେକ୍ରିଟିକ୍‌ ର ମନୋଜ୍ଞ ସଂଗୀତ ସନ୍ଧ୍ୟା-ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ

June 28, 2026

ହଠାତ୍ ବିଦେଶ ଯିବାକୁ ପଡ଼ିଲେ କଣ କରିବେ? ମାତ୍ର ୧ରୁ ୩ ଦିନରେ ପାଇପାରିବେ ପାସପୋର୍ଟ, ଜାଣନ୍ତୁ ପ୍ରକ୍ରିୟା

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.