Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୁଣି ୧୬ ଟି ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ଲକ୍ କଲେ କେନ୍ଦ୍ର ସରକାର: ପାକିସ୍ତାନରୁ ହେଉଥିଲା ସଞ୍ଚାଳିତ
ବିଶେଷ ଖବର

ପୁଣି ୧୬ ଟି ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ଲକ୍ କଲେ କେନ୍ଦ୍ର ସରକାର: ପାକିସ୍ତାନରୁ ହେଉଥିଲା ସଞ୍ଚାଳିତ

April 25, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ୧୬ ଟି ୟୁଟ୍ୟୁବ୍ ନ୍ୟୁଜ୍ ଚ୍ୟାନେଲକୁ ବ୍ଲକ୍ କରିବାକୁ ନିଷ୍ପତ୍ତି ନେଇଛି। ଭାରତର ଜାତୀୟ ସୁରକ୍ଷା, ବୈଦେଶିକ ସମ୍ପର୍କ ଏବଂ ଜନ ଶୃଙ୍ଖଳା ସମ୍ବନ୍ଧୀୟ ମିଥ୍ୟା ଘଟଣାକୁ ପ୍ରଚାର ପ୍ରସାର କରୁଥିବା ଯୋଗୁଁ ଏହି ସବୁ ୟୁଟ୍ୟୁବ୍ ନ୍ୟୁଜ୍ ଚ୍ୟାନେଲ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଏହି ୧୬ ଟି ୟୁଟ୍ୟୁବ୍ ଚ୍ୟାନେଲ ମଧ୍ୟରୁ ୧୦ ଟି ଭାରତୀୟ ଏବଂ ୬ ଟି ପାକିସ୍ଥାନରୁ କାର୍ଯ୍ୟ କରୁଥିଲା। ଆଇଟି ନିୟମ ୨୦୨୧ ଅନୁଯାୟୀ ଜରୁରୀକାଳୀନ କ୍ଷମତା ପ୍ରୟୋଗ କରି ଭାରତ ସରକାର ଏହି ୟୁଟ୍ୟୁବ ଚ୍ୟାନେଲଗୁଡ଼ିକୁ ଅବରୋଧ କରିଛନ୍ତି। ଏହି ୟୁଟ୍ୟୁବ୍ ଚ୍ୟାନେଲଗୁଡିକ ଜାତୀୟ ବିରୋଧୀ ଦୃଷ୍ଟିକୋଣ, ସାମ୍ପ୍ରଦାୟିକ ଘୃଣା ଏବଂ ଭାରତରେ ଭୟର ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା କରୁଥିଲେ। ଏହି ଚ୍ୟାନେଲଗୁଡିକରେ ୬୮ କୋଟିରୁ ଅଧିକ ସବସ୍କ୍ରାଇବର ଥିଲେ।

ଏହା ପୂର୍ବରୁ ଏପ୍ରିଲ୍ ୫ ତାରିଖରେ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ୨୨ ଟି ୟୁଟ୍ୟୁବ୍ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ଏହା ପ୍ରଥମ ଥର ଥିଲା ଯେ, ଆଇଟି ନିୟମ ୨୦୨୧ ଅଧୀନରେ ପ୍ରଥମ ଥର ପାଇଁ ୧୮ ଟି ଭାରତୀୟ ୟୁଟ୍ୟୁବ୍ ନ୍ୟୁଜ୍ ଚ୍ୟାନେଲ୍ କୁ ବ୍ୟାନ କରାଯାଇଥିଲା। ଏହି ସମୟରେ ପାକିସ୍ତାନର ୪ ଟି ୟୁଟ୍ୟୁବ୍ ନ୍ୟୁଜ୍ ଚ୍ୟାନେଲକୁ ମଧ୍ୟ ବନ୍ଦ କରାଯାଇଥିଲା। ଦର୍ଶକଙ୍କୁ ବିଭ୍ରାନ୍ତ କରିବା ପାଇଁ ୟୁଟ୍ୟୁବ୍ ଚ୍ୟାନେଲଗୁଡ଼ିକ ଟିଭି ନ୍ୟୁଜ୍ ଚ୍ୟାନେଲଗୁଡ଼ିକର ଲୋଗୋ ଏବଂ ନକଲି ଥମ୍ବନେଲ ବ୍ୟବହାର କରିଥିଲେ। ଏହା ବ୍ୟତୀତ ୩ ଟି ଟ୍ୱିଟର ଆକାଉଣ୍ଟ, ୧ ଫେସବୁକ୍ ଆକାଉଣ୍ଟ ଏବଂ ଏକ ନ୍ୟୁଜ୍ ୱେବସାଇଟ୍ ମଧ୍ୟ ବ୍ଲକ୍ କରାଯାଇଥିଲା।

ଭାରତ ସରକାର କହିଥିଲେ ଯେ, ଏପ୍ରିଲ୍ ୫ ତାରିଖରେ, ଅବରୋଧିତ ୟୁଟ୍ୟୁବ୍ ଚ୍ୟାନେଲଗୁଡିକର ମୋଟ ଦର୍ଶକଙ୍କ ସଂଖ୍ୟା ୨୬୦ କୋଟିରୁ ଅଧିକ ଥିଲେ। ଜାତୀୟ ନିରାପତ୍ତା, ଭାରତର ବୈଦେଶିକ ସମ୍ପର୍କ ତଥା ଜନ ଶୃଙ୍ଖଳା ଦୃଷ୍ଟିରୁ ସମ୍ବେଦନଶୀଳ ବିଷୟ ଉପରେ ସୋସିଆଲ ମିଡିଆରେ ମିଥ୍ୟା ଖବର ଏବଂ ସୁଚିନ୍ତିତ ପ୍ରଚାର ପ୍ରସାର ପାଇଁ ସେଗୁଡିକୁ ଅପବ୍ୟବହାର କରାଯାଉଥିଲା।

କେନ୍ଦ୍ର ସରକାର ପାକିସ୍ତାନ ୟୁଟ୍ୟୁବ୍ ଚ୍ୟାନେଲ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

୧୬୦୨ ଦିନ ପରେ ଭାରତର ଶେଷ ହେଲା ରାଜତ୍ଵ: ପଞ୍ଚମ ଟି-୨୦ ଜିତି ବିଶ୍ଵର ନଂ-୧ ହେଲା ଇଂଲଣ୍ଡ

July 12, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026

ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

July 11, 2026

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

July 11, 2026
Latest News

ସୋଆରେ ଆଇଏନଏଇ ଟେକ୍ନୋଲୋଜି କନ୍‌କ୍ଲେଭ: ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟାର ବିକାଶ ଉପରେ ଗୁରୁତ୍ୱାରୋପ

July 12, 2026

ସହରାଞ୍ଚଳ ଭିତ୍ତିଭୂମି ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ହୁଡକୋ ସହ ଓଡ଼ିଶାର ସହଭାଗିତା

July 12, 2026

୧୬୦୨ ଦିନ ପରେ ଭାରତର ଶେଷ ହେଲା ରାଜତ୍ଵ: ପଞ୍ଚମ ଟି-୨୦ ଜିତି ବିଶ୍ଵର ନଂ-୧ ହେଲା ଇଂଲଣ୍ଡ

July 12, 2026

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.